‘ଡ. ବିଧାନଚନ୍ଦ୍ର ପରପିଢ଼ି ପାଇଁ ଆଦର୍ଶ’

ଢେଙ୍କାନାଳ ଅଫିସ, ୨୨।୧ଡ. ବିଧାନ ଚନ୍ଦ୍ର ମିଶ୍ର ଥିଲେ ବହୁମୁଖୀ ପ୍ରତିଭାର ଅଧିକାରୀ। ଜଣେ ସୁସଙ୍ଗଠକ, ଶିକ୍ଷାବିତ୍‌, ସାହିତି୍ୟକ, ଆଇନଜୀବୀ ଭାବେ ବିଭିନ୍ନ ବିଭାଗରେ ତାଙ୍କର ଦଖଲ ଥିଲା। ସେ ଥିଲେ ଜଣେ ସ୍ପଷ୍ଟବାଦୀ ଏବଂ ସାଲିସବିହୀନ ବ୍ୟକ୍ତି। ଜିଲାର ସ୍ବାର୍ଥ ପାଇଁ ଲଢ଼େଇରେ ସର୍ବଦା ଆଗରେ ରହୁଥିବା ଏହି ବ୍ୟକ୍ତି ପରପିଢ଼ି ପାଇଁ ଆଦର୍ଶ ବୋଲି କହିଛନ୍ତି ବିଧାୟକ ସୁଧୀର କୁମାର ସାମଲ। ସ୍ଥାନୀୟ ଦକ୍ଷିଣକାଳୀ ମାର୍ଗସ୍ଥିତ ରତ୍ନମଣ୍ଡପରେ ଶୁକ୍ରବାର ମଧ୍ୟାହ୍ନରେ ଅନୁଷ୍ଠିତ ଡ. ବିଧାନଚନ୍ଦ୍ରଙ୍କ ୫ମ ଶ୍ରାଦ୍ଧବାର୍ଷିକୀ ଅବସରରେ ଆୟୋଜିତ ସ୍ମୃତିସଭାରେ ଯୋଗଦେଇ ବିଧାୟକ ଏହା କହିଥିଲେ।
ବିଶିଷ୍ଟ ସମବାୟବିତ୍‌ ସୁକାନ୍ତ ମିଶ୍ରଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ସମ୍ମାନିତ ଅତିଥି ଭାବେ ଜିଲା ବିଜେଡି ପର୍ଯ୍ୟବେକ୍ଷକ ବିଜୟ ନାୟକ, ଶିକ୍ଷାବିତ୍‌ ପ୍ରଦ୍ୟୁମ୍ନ ରଥ, ଶିଳ୍ପୀ ପରେଶ ପଟ୍ଟନାୟକ, ମିଳିତ ଲକ୍ଷ୍ମୀପୂଜା କମିଟି ସଭାପତି ବିଶ୍ୱନାଥ ବେହେରା, ଆଇନଜୀବୀ ଗୋପାଳ ପାତ୍ର, ଜିଲା ସାମ୍ବାଦିକ ସଂଘ ସମ୍ପାଦକ ସତ୍ୟସ୍ବରୂପ ଦାସ, ନରୋତ୍ତମ ସାହୁ ପ୍ରମୁଖ ଆଲୋଚନାରେ ଭାଗନେଇ ଜିଲାର ସଂସ୍କୃତି, ଶିକ୍ଷା, ସମାଜସେବାରେ ବିଧାନଚନ୍ଦ୍ରଙ୍କ ଅବଦାନ ସମ୍ପର୍କରେ ସ୍ମୃତିଚାରଣ କରିଥିଲେ। କୋଭିଡ୍‌ କଟକଣା ମଧ୍ୟରେ ନିରାଡମ୍ବରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରାଜ୍ୟ କଳା ସଂସ୍କୃତି ସଂଘ ଉପସଭାପତି ଅବନୀ ମିଶ୍ର, ନାଟ୍ୟକାର ଦୀନେଶ ଦାସ, ଦେବାଶିଷ ମିଶ୍ର, ବିନୋଦ ମହାନ୍ତି, ପ୍ରଶାନ୍ତ ମିଶ୍ର, ସାଗରିକା ମିଶ୍ର, ଶିଶିର ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ। କବି ଅଥୟ ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ଅରବିନ୍ଦ ସାହୁ ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଛାତ୍ରାବାସରୁ ଛାତ୍ର ନିଖୋଜ

ଦାରିଙ୍ଗବାଡି, ୮।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପୁଣି ଆଉ ଏକ ଅଘଟଣ ଘଟିଛି । ଜଣେ ନବମ ଶ୍ରେଣୀ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

ଆଇନଜୀବୀ ପୀତବାସ ଦାଶଙ୍କ ପରଲୋକ

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ବରିଷ୍ଠ ସଦସ୍ୟ ପୀତବାସ ଦାଶ (୫୨)ଙ୍କ ଶନିବାର ଅପରାହ୍ନରେ ପରଲୋକ ହୋଇଛି। ସେ ବିଗତ କିଛି ହେବ…

ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ

ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ଜାଣନ୍ତୁ କେତେ କ’ଣ ମିଳିଲା

ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିର ଦାନହୁଣ୍ଡି ଶନିବାର ଖୋଲିଛି। ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରାଙ୍କ…

ନବୀନଙ୍କ ନାଁରେ ସାଂଘାତିକ ଅଭିଯୋଗ: ନିଦରୁ ଉଠି ପ୍ରଳାପ କରୁଛନ୍ତି…

ଭୁବନେଶ୍ୱର,୭।୨: ବିରୋଧୀଦଳ ନେତା ନବୀନଙ୍କୁ AG ପୀତାମ୍ବର ଆଚାର୍ଯ୍ୟ କଡ଼ା କାଉଣ୍ଟର କରିଛନ୍ତି। ‘ଏକ୍ସ’ରେ ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ନବୀନଙ୍କ ମନ୍ତବ୍ୟକୁ ନେଇ କଡ଼ା ଜବାବ…

ମେକ୍ସ ପିକଅପରେ ଚାଲାଣ ବେଳେ ମାଡ଼ିବସିଲା ଅଡବା ପୋଲିସ, ପୁରୀକୁ ଭାଙ୍ଗ…

ମୋହନା,୭।୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ବେବେରୀ ଛକରୁ ୧୧ କ୍ବିଣ୍ଟାଲରୁ ଉର୍ଦ୍ଧ୍ ଭାଙ୍ଗ ଜବତ କଲା ଅଡବା ପୋଲିସ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri