ଡ. ସନ୍ତୃପ୍ତଙ୍କୁ ରୁଚି ଦେଶ ଗୌରବ ସମ୍ମାନ

କଟକ,୩।୯: (କାର୍ତ୍ତିକ ସାହୁ): ରୁଚି ଫୁଡ୍‌ଲାଇନର ସାମାଜିକ ପ୍ରତିଷ୍ଠାନ ରୁଚି ପ୍ରତିଭା ଫାଉଣ୍ଡେଶନ ପକ୍ଷରୁ ରୁଚି ପ୍ରତିଭା ସମ୍ମାନ ସମାରୋହ ଶନିବାର ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ସେଭେନ୍‌ ପିଲାର୍ସ ଅଫ୍‌ ଓି୍ବଜ୍‌ଡମ୍‌ର ମୁଖ୍ୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଆଦିତ୍ୟ ବିର୍ଲା ଗ୍ରୁପ୍‌ର ନିର୍ଦ୍ଦେଶକ ଡ. ସନ୍ତୃପ୍ତ ବି.ମିଶ୍ରଙ୍କୁ ଚଳିତ ବର୍ଷର ରୁଚି ଦେଶ ଗୌରବ ସମ୍ମାନ ପ୍ରଦାନ କରାଯାଇଛି। ସେହିଭଳି ରେଭରି ଲାଙ୍ଗୁଏଜ୍‌ ଟେକ୍ନୋଲୋଜିର ସହ ପ୍ରତିଷ୍ଠାତା ଏବଂ ସିଇଓ ଅରବିନ୍ଦ ପାଣିଙ୍କୁ ରୁଚି ଦେଶ ଜ୍ୟୋତି ସମ୍ମାନ, ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ଡା. ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ରୁଚି ଦେଶ ସେବାଜ୍ୟୋତି ସମ୍ମାନ, ଓଡ଼ିଶାର ୨୦୨୧ ଆଇଏଏସ୍‌ ଟପ୍ପର ଜୁବିନ୍‌ ମହାପାତ୍ରଙ୍କୁ ରୁଚି ବିଦ୍ୟାସାଗର ସମ୍ମାନ, କ୍ରୀଡ଼ାବିତ ଚିନ୍ମୟୀ ଭୂୟାଁଙ୍କୁ ରୁଚି ବାରବାଟୀ କ୍ରୀଡ଼ା ସମ୍ମାନ ଦିଆଯାଇଥିବାବେଳେ ପ୍ରାକୃତିକ ବିପର୍ଯ୍ୟୟରେ ବିପନ୍ନଙ୍କୁ ଉତ୍ସର୍ଗୀକୃତ ସେବା ଓ ସହାୟତା ଯୋଗାଉଥିବା ଓଡ୍ରାଫ କଟକ ଟିମ୍‌କୁ ରୁଚି ସେବା ଜ୍ୟୋତି ସମ୍ମାନ ଏବଂ ୨୦୨୩ ମାଟ୍ରିକ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖିଥିବା ଶ୍ରେୟାଶ୍ରୀ ଜେନା ଓ ସିବିଏସ୍‌ଇ ୨୦୨୧ରେ ସର୍ବଭାରତୀୟ ଟପ୍ପର ନିଶିତା ଦାସଙ୍କୁ ରୁଚି ପ୍ରତିଭା ସମ୍ମାନ ପ୍ରଦାନ କରାଯାଇଛି।
ଉକ୍ତ ସମ୍ମାନ ସମାରୋହରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ମୁଖ୍ୟ ଅତିଥି ଭାବେ ଆଭାସିରେ ଯୋଗ ଦେଇଥିବାବେଳେ ମୁଖ୍ୟବକ୍ତା ଭାବେ ଡିଆର୍‌ଡିଓର ମହାନିର୍ଦ୍ଦେଶକ ଡ.ବିନୟ କୁମାର ଦାସ ଏବଂ ସମ୍ମାନିତ ଅତିଥି ଭାବେ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ,ରେଭେନ୍‌ଶା ବିଶ୍ୱବିଦ୍ୟାଳୟର କୁଳପତି ଡ. ସଞ୍ଜୟ କୁମାର ନାୟକ,ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଦିଲୀପ ତିର୍କୀ ପ୍ରମୁଖ ଯୋଗଦେଇ ପ୍ରତିଭାମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଅପରପକ୍ଷରେ ରୁଚି ପ୍ରତିଭା ଫାଉଣ୍ଡେଶନର ଅଧ୍ୟକ୍ଷ ଡ.ଶରତ କୁମାର ସାହୁ ସ୍ବାଗତ ଅଭିଭାଷଣ ଦେଇ ସମାରୋହାର ଆଭିମୁଖ୍ୟ ସମ୍ପର୍କରେ ବିସ୍ତୃତ ଆଲୋକପାତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଫାଉଣ୍ଡେଶନର ସମ୍ପାଦକ ଅରବିନ୍ଦ ସାହୁ, ରୁଚି ଫୁଡ୍‌ଲାଇନର ନିର୍ଦ୍ଦେଶିକା ରଶି୍ମ ସାହୁ, ସଙ୍ଗୀତା ସାହୁ, ସଲୀନା ସାହୁ, ବରିଷ୍ଠ ସୂଚନା ଅଧିକାରୀ ନିହାର ରଞ୍ଜନ ସାହୁ ଓ ରୁଚିର ମାର୍କେଟିଂ ହେଡ୍‌ ଦେବବ୍ରତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ପରିଶେଷର ଫାଉଣ୍ଡେଶନର ଯୁଗ୍ମ ସମ୍ପାଦକ ଶୁଭେନ୍ଦୁ କୁମାର ଭୂୟାଁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥିପତ୍ର ଦାଖଲ କଲେ ଅଭିଷେକ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ଅଭିଷେକ ସେଠ୍‌ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି।...

ପୁଅଙ୍କୁ ଭୁଜାଲିରେ ହାଣି ହତ୍ୟାକଲେ ବାପା

ଭଦ୍ରକ,୧ା୫: ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଭଦ୍ରକ ଜିଲା ବନ୍ତ ଥାନା ଗୋବିନ୍ଦପୁର ପଞ୍ଚାୟତ ସୁନାଗଡ଼ିଆ ଗାଁରେ। ଘରେ ଖାଉଥିବା ସମୟରେ ସାମାନ୍ୟ...

ଛାନୁଆରେ ଜଘନ୍ୟ ହତ୍ୟାକାଣ୍ଡ: ଟାଓ୍ବାରରେ କାମ କରୁଥିବା ଯୁବକଙ୍କୁ ମାରି ଫିଙ୍ଗି ଦେଲେ

ରୂପସା,୧।୫(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲl ସଦର ବ୍ଲକ ଅନ୍ତର୍ଗତ ଛାନୁଆ ଗ୍ରାମରେ ବୁଧବାର ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟ ରାସ୍ତା ପାର୍ଶ୍ୱରୁୁ...

ନାମାଙ୍କନପତ୍ର ଦାଖଲ କଲେ ରୀତା ସାହୁ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥିନୀ ରୀତା ସାହୁ ବୁଧବାର ତାଙ୍କର ନାମାଙ୍କନପତ୍ର ଦାଖଲ...

ପ୍ରାର୍ଥୀପତ୍ର ଦାଖଲ କଲେ ପ୍ରଦୀପ ପୁରୋହିତ

ବରଗଡ଼,୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକ ସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି ।...

ନୟାଗଡ଼ ବଉଳସାହିରେ ଗୋଷ୍ଠୀ ସଂଘର୍ଷ: ବୋମାମାଡ଼-ଗୁଳିମାଡ଼ରେ ୨ ଗୁରୁତର

ନୟାଗଡ଼,୧।୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନାର ବଉଳସାହି ଗାଁରେ ବୁଧବାର ଗୋଷ୍ଠୀ ସଂଘର୍ଷ ଘଟିଛି। ବିଜେଡି ଓ ଭାଜପା ସମର୍ଥକଙ୍କ ମଧ୍ୟରେ ବୋମାମାଡ଼ ଏବଂ...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ

ଜି.ଉଦୟଗିରି,୧।୫(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି. ଉଦୟଗିରି ବିଧାନସଭା ନିର୍ବାଚନମଣ୍ଡଳୀର ବିଜୁ ଜନତା ଦଳର ପ୍ରାର୍ଥୀ ଭାବେ ବର୍ତ୍ତମାନର ବିଧାୟକ ସାଲୁଗା ପ୍ରଧାନ ନାମାଙ୍କନପତ୍ର ଦାଖଲ...

ଖଲ୍ଲିକୋଟ ଆସନ ଲାଗି ବିଜେଡିରୁ ହଟିଲା ସସ୍‌ପେନ୍ସ: ସୂର୍ଯ୍ୟମଣିଙ୍କୁ ମିଳିଲା ଟିକେଟ

ପୁରୁଷୋତ୍ତମପୁର,୧।୫(ସୀମାଞ୍ଚଳ ମିଶ୍ର): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର ୨ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri