ଡ. ସନ୍ତୃପ୍ତଙ୍କୁ ରୁଚି ଦେଶ ଗୌରବ ସମ୍ମାନ

କଟକ,୩।୯: (କାର୍ତ୍ତିକ ସାହୁ): ରୁଚି ଫୁଡ୍‌ଲାଇନର ସାମାଜିକ ପ୍ରତିଷ୍ଠାନ ରୁଚି ପ୍ରତିଭା ଫାଉଣ୍ଡେଶନ ପକ୍ଷରୁ ରୁଚି ପ୍ରତିଭା ସମ୍ମାନ ସମାରୋହ ଶନିବାର ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ସେଭେନ୍‌ ପିଲାର୍ସ ଅଫ୍‌ ଓି୍ବଜ୍‌ଡମ୍‌ର ମୁଖ୍ୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଆଦିତ୍ୟ ବିର୍ଲା ଗ୍ରୁପ୍‌ର ନିର୍ଦ୍ଦେଶକ ଡ. ସନ୍ତୃପ୍ତ ବି.ମିଶ୍ରଙ୍କୁ ଚଳିତ ବର୍ଷର ରୁଚି ଦେଶ ଗୌରବ ସମ୍ମାନ ପ୍ରଦାନ କରାଯାଇଛି। ସେହିଭଳି ରେଭରି ଲାଙ୍ଗୁଏଜ୍‌ ଟେକ୍ନୋଲୋଜିର ସହ ପ୍ରତିଷ୍ଠାତା ଏବଂ ସିଇଓ ଅରବିନ୍ଦ ପାଣିଙ୍କୁ ରୁଚି ଦେଶ ଜ୍ୟୋତି ସମ୍ମାନ, ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ଡା. ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ରୁଚି ଦେଶ ସେବାଜ୍ୟୋତି ସମ୍ମାନ, ଓଡ଼ିଶାର ୨୦୨୧ ଆଇଏଏସ୍‌ ଟପ୍ପର ଜୁବିନ୍‌ ମହାପାତ୍ରଙ୍କୁ ରୁଚି ବିଦ୍ୟାସାଗର ସମ୍ମାନ, କ୍ରୀଡ଼ାବିତ ଚିନ୍ମୟୀ ଭୂୟାଁଙ୍କୁ ରୁଚି ବାରବାଟୀ କ୍ରୀଡ଼ା ସମ୍ମାନ ଦିଆଯାଇଥିବାବେଳେ ପ୍ରାକୃତିକ ବିପର୍ଯ୍ୟୟରେ ବିପନ୍ନଙ୍କୁ ଉତ୍ସର୍ଗୀକୃତ ସେବା ଓ ସହାୟତା ଯୋଗାଉଥିବା ଓଡ୍ରାଫ କଟକ ଟିମ୍‌କୁ ରୁଚି ସେବା ଜ୍ୟୋତି ସମ୍ମାନ ଏବଂ ୨୦୨୩ ମାଟ୍ରିକ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖିଥିବା ଶ୍ରେୟାଶ୍ରୀ ଜେନା ଓ ସିବିଏସ୍‌ଇ ୨୦୨୧ରେ ସର୍ବଭାରତୀୟ ଟପ୍ପର ନିଶିତା ଦାସଙ୍କୁ ରୁଚି ପ୍ରତିଭା ସମ୍ମାନ ପ୍ରଦାନ କରାଯାଇଛି।
ଉକ୍ତ ସମ୍ମାନ ସମାରୋହରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ମୁଖ୍ୟ ଅତିଥି ଭାବେ ଆଭାସିରେ ଯୋଗ ଦେଇଥିବାବେଳେ ମୁଖ୍ୟବକ୍ତା ଭାବେ ଡିଆର୍‌ଡିଓର ମହାନିର୍ଦ୍ଦେଶକ ଡ.ବିନୟ କୁମାର ଦାସ ଏବଂ ସମ୍ମାନିତ ଅତିଥି ଭାବେ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ,ରେଭେନ୍‌ଶା ବିଶ୍ୱବିଦ୍ୟାଳୟର କୁଳପତି ଡ. ସଞ୍ଜୟ କୁମାର ନାୟକ,ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଦିଲୀପ ତିର୍କୀ ପ୍ରମୁଖ ଯୋଗଦେଇ ପ୍ରତିଭାମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଅପରପକ୍ଷରେ ରୁଚି ପ୍ରତିଭା ଫାଉଣ୍ଡେଶନର ଅଧ୍ୟକ୍ଷ ଡ.ଶରତ କୁମାର ସାହୁ ସ୍ବାଗତ ଅଭିଭାଷଣ ଦେଇ ସମାରୋହାର ଆଭିମୁଖ୍ୟ ସମ୍ପର୍କରେ ବିସ୍ତୃତ ଆଲୋକପାତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଫାଉଣ୍ଡେଶନର ସମ୍ପାଦକ ଅରବିନ୍ଦ ସାହୁ, ରୁଚି ଫୁଡ୍‌ଲାଇନର ନିର୍ଦ୍ଦେଶିକା ରଶି୍ମ ସାହୁ, ସଙ୍ଗୀତା ସାହୁ, ସଲୀନା ସାହୁ, ବରିଷ୍ଠ ସୂଚନା ଅଧିକାରୀ ନିହାର ରଞ୍ଜନ ସାହୁ ଓ ରୁଚିର ମାର୍କେଟିଂ ହେଡ୍‌ ଦେବବ୍ରତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ପରିଶେଷର ଫାଉଣ୍ଡେଶନର ଯୁଗ୍ମ ସମ୍ପାଦକ ଶୁଭେନ୍ଦୁ କୁମାର ଭୂୟାଁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିବ ୩୦୦ ୟୁନିଟ୍‌ର ମାଗଣା ବିଜୁଳି; ଜାଣନ୍ତୁ କେମିତି କରିବେ ଏହି ସରକାରୀ ଯୋଜନାରେ ଆବେଦନ…

ନୂଆଦିଲ୍ଲୀ,୨୬।୬: ବର୍ତ୍ତମାନ ସମୟରେ ଗରମ ନିଜ ଚରମରେ ପହଞ୍ଚି ସାରିଛି । ମଝିରେ ମଝିରେ ବର୍ଷା ହେଉଥିଲେ ମଧ୍ୟ ଗରମ ଉପରେ କୌଣସି ପ୍ରକାରର ପ୍ରଭାବ ପଡୁଥିବା…

ଗୋଷ୍ଠୀକେନ୍ଦ୍ର ଗୃହ ନିର୍ମାଣରେ ଅର୍ଥ ଆତ୍ମସାତ: ଜିଲାପାଳଙ୍କ ନିକଟରେ ଦାବି କଲେ ଗ୍ରାମବାସୀ

କେସିଙ୍ଗା,୨୭।୬( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ରତନପଡ଼ାସ୍ଥିତ ଦୁର୍ଗା ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (WODC) ଆର୍ଥିକ ବର୍ଷ…

ଆମେରିକାର ବୈଦେଶିକ ସଚିବ ରୁବିଓଙ୍କ ବଡ଼ ଘୋଷଣା: ଭାରତ ଆସିବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୭।୬: ଭାରତ ଏବଂ ଆମେରିକା ମଧ୍ୟରେ ରଣନୈତିକ ଏବଂ ବାଣିଜ୍ୟିକ ସମ୍ପର୍କରେ ଏକ ନୂତନ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଏହା ଆମେରିକାର ବୈଦେଶିକ ସଚିବ ମାର୍କୋ…

ଭେନେଜୁଏଲା ପରେ ଥରିଲା ପାକିସ୍ତାନ

ଇସଲାମାବାଦ,୨୭।୬: ଶନିବାର ସକାଳେ ପାକିସ୍ତାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହାଦ୍ୱାରା ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ। ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ ବିଜ୍ଞାନ…

ଅଲୋଡା ହେଲା ନବଜାତ ଶିଶୁପୁତ୍ର: ବୁଦା ମୂଳରୁ ଉଦ୍ଧାର

ପାଟଣା,୨୭।୬(ବୀର କିଶୋର ଦାଶ): ଏକ ବୁଦା ମୂଳରୁ ଶନିବାର ସକାଳୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଜିରାପାଟ ପଞ୍ଚାୟତ ରଘୁନାଥ…

କେନ୍ଦ୍ରମନ୍ତ୍ରୀଙ୍କ ଜନ୍ମଦିନରେ ମହତ୍‌ କାମ କରି ଚର୍ଚ୍ଚାରେ ବିଧାୟକ: ରେକର୍ଡ ସଂଖ୍ୟକ…

ଗଞ୍ଜାମ,୨୭।୬(ବିଦ୍ୟାଧର ସାହୁ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମ ଦିବସ ଉପଲକ୍ଷେ ଛତ୍ରପୁରଠାରେ ଏକ ମେଗା ରକ୍ତଦାନ ଶିବିରର ଆୟୋଜନ କରିଥିଲେ ଛତ୍ରପୁର ନିର୍ବାଚନ ମଣ୍ଡଳୀର ଲୋକପ୍ରିୟ ବିଧାୟକ…

ଶିଶୁପୁତ୍ର ଉଦ୍ଧାର ଘଟଣା , ପୋଷ୍ୟ ସଂସ୍ଥାକୁ ହସ୍ତାନ୍ତର କଲା ପୋଲିସ

ଦିଗପହଣ୍ଡି,୨୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସର ପରିତ୍ୟକ୍ତ ଜମିରୁ, ଶୁକ୍ରବାର ସାରେ ପୋଲିସ…

ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ: ଶୋଭାଯାତ୍ରାବେଳେ ଟେକାପଥର ମାଡ଼

ବାଲେଶ୍ୱର, ୨୭।୬( ବାଞ୍ଛାନିଧି ଦେ): ବାଲେଶ୍ୱର ସହରର ଦରଘା ମଇଦାନରେ ଗୋଷ୍ଠୀ ସଂଘର୍ଷ ଘଟିଛି l ଏହି ସଂଘର୍ଷରେ ୨୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri