ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ: କୋରାପୁଟ ଜିଲାରୁ ବାଦ୍‌ ପଡ଼ିଲେ…

କୋରାପୁଟ,୫ା୭(ଅମିତାଭ ବେହେରା): ରବିବାର କୋରାପୁଟସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତା ଆୟୋଜିତ ବୈଠକରେ ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ କରାଯାଇଥିବାବେଳେ ଏଥିରୁ ୬୨ ହଜାର ୨୯୦ ଜଣ ଭୋଟର ବାଦ ପଡ଼ିଛନ୍ତି। ୬୨ ହଜାର ୨୯୦ ଜଣ ୟୁଇଏଫ ଚିହ୍ନଟ ହୋଇଥିବାବେଳେ ଏହା ମୋଟ୍‌ ଭୋଟରଙ୍କ ୬.୪୫ ପ୍ରତିଶତ। ଏଥିମଧ୍ୟରୁ ୩୦,୦୪୮ ଜଣ ମୃତ, ୨୩,୨୩୬ ଜଣ ସ୍ଥାୟୀ ଭାବେ ସ୍ଥାନାନ୍ତରିତ, ୪,୯୪୪ ଜଣ ପୂର୍ବରୁ ନାମଭୁକ୍ତ, ୩,୮୪୫ ଜଣ ଅନୁପସ୍ଥିତ ଏବଂ ୨୧୭ ଜଣ ଅନ୍ୟାନ୍ୟ ଶ୍ରେଣୀରେ ରହିଛନ୍ତି। ବିଧାନସଭା କ୍ଷେତ୍ର ଭିତ୍ତିକ ତଥ୍ୟ ଅନୁଯାୟୀ, ଲକ୍ଷ୍ମୀପୁରରେ ଡିଜିଟାଇଜେଶନ ହାର ସର୍ବାଧିକ ୯୪.୨୫% ଥିବାବେଳେ କୋରାପୁଟରେ ୟୁଇଏଫ୍‌ ହାର ସର୍ବାଧିକ ୭.୭୦% ରହିଛି। ଏହି ତାଲିକା ପ୍ରକାଶ ପାଇବା ପୂର୍ବରୁ ସ୍ଥାନୀୟ ରାଜନୈତିକ ଦଳମାନଙ୍କ ସହ ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶକୁ ନେଇ ବୈଠକ ଅନୁଷ୍ଠିତ ହୋଇଥିଲା।

ବୈଠକରେ ସ୍ବତନ୍ତ୍ର ସଂକ୍ଷିପ୍ତ ପୁନରୀକ୍ଷଣ (ଏସଆଇଆର -୨୦୨୬) କାର୍ଯ୍ୟକ୍ରମର ସମୟସୂଚୀ ଓ ଜିଲାର ଭୋଟର ତାଲିକା ସମ୍ପର୍କିତ ତଥ୍ୟ ଉପସ୍ଥାପନ କରାଯାଇଥିଲା। ରବିବାର ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ ପାଇଥିବାବେଳେ ୫ ଜୁଲାଇରୁ ୪ ଅଗଷ୍ଟ ପର୍ଯ୍ୟନ୍ତ ଦାବି ଓ ଆପତ୍ତି ଗ୍ରହଣ କରାଯିବ। ସେହିପରି ୨ ସେପ୍ଟେମ୍ବର ସୁଦ୍ଧା ଦାବି ଓ ଆପତ୍ତିର ସମାଧାନ କରାଯାଇ ୬ ସେପ୍ଟେମ୍ବରରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ କରାଯିବ। ଜିଲାରେ ବର୍ତ୍ତମାନ ନୂଆ ୨୧୧ଟି ବୁଥ୍‌ ସୃଷ୍ଟି କରାଯାଇଛି। ଫଳରେ ମୋଟ୍‌ ବୁଥ୍‌ ସଂଖ୍ୟା ୧୩୭୬କୁ ବୃଦ୍ଧି ପାଇଛି। ସେହିପରି ଜିଲାରେ ମୋଟ୍‌ ୯,୬୬,୪୨୪ ଜଣ ଭୋଟର ଥିବାବେଳେ ୯,୦୪,୧୩୪ ଜଣଙ୍କ ତଥ୍ୟ ଡିଜିଟାଇଜ ହୋଇଛି, ଯାହା ୯୩.୫୫ ପ୍ରତିଶତ। ବୈଠକରେ ରାଜନୈତିକ ଦଳର ପ୍ରତିନିଧିମାନଙ୍କୁ ଭୋଟର ତାଲିକାରେ ତ୍ରୁଟି ସଂଶୋଧନ, ନୂତନ ଭୋଟରଙ୍କ ନାମ ସାମିଲ ଓ ଦାବି-ଆପତ୍ତି ଦାଖଲ ପ୍ରକ୍ରିୟା ସମ୍ପର୍କରେ ଅବଗତ କରାଯାଇଥିଲା। ଏହି ବୈଠକରେ କୋରାପୁଟ ବିଧାୟକ ରଘୁରାମ ମାଛଙ୍କ ସମେତ କଂଗ୍ରେସ, ବିଜେଡି ଆଦି ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧି ଓ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?