ଡ୍ରାଗନର ଦାଦାଗିରି: ଦେଖାଇଲା ନାଲି ଆଖି…

ବେଜିଂ,୧୩।୪: ଚାଇନା ତାଇଓ୍ବାନ ପ୍ରସଙ୍ଗରେ ଦାଦାଗିରି ଆରମ୍ଭ କରିଛି। ଆମେରିକା ବହିର୍ବ୍ୟାପାର ମନ୍ତ୍ରୀ ଆଣ୍ଟୋନି ବ୍ଲିନ୍‌କେନ୍‌ ତାଇଓ୍ବାନ ପ୍ରସଙ୍ଗ ନେଇ ତାଗିଦ୍‌ କରିବା ପରେ ଚାଇନା ନାଲି ଆଖି ଦେଖାଇ ୨୫ଟି ଯୁଦ୍ଧ ବିମାନ ଅନୁପ୍ରବେଶ କରାଇଛି। ବିମାନଗୁଡ଼ିକ ତାଇଓ୍ବାନ ଆକାଶ ସୀମାରେ ସୋମବାର ଅନୁପ୍ରବେଶ କରିଥିଲେ। ବିମାନଗୁଡ଼ିକ ମଧ୍ୟରେ ୨ଟି ଓ୍ବାଇ-୮ ଆଣ୍ଟି ସବ୍‌ ମେରାଇନ୍‌ ଏୟାରକ୍ରାଫ୍ଟ ୧୪ଟି ଜେ-୧୬ ଯୁଦ୍ଧ ବିମାନ, ୪ଟି ଏଚ୍‌-୬ ନ୍ୟୁକ୍ଲିୟର ବୋମାବର୍ଷୀ ବିମାନ ଆଦିକୁ ସାମିଲ କରାଯାଇଥିଲା। ସୁରକ୍ଷା ଦୃଷ୍ଟିରୁ ତାଇଓ୍ବାନ ନିଜର କ୍ଷେପଣାସ୍ତ୍ରର ମୁହଁ ଯୁଦ୍ଧ ବିମାନ ଦିଗକୁ ମୋଡ଼ି ଦେଇଥିଲା। ଏହି ଘଟଣା ପରେ ତାଇଓ୍ବାନ ବହିର୍ବ୍ୟାପାର ମନ୍ତ୍ରୀ ଯୋଶେଫ ଓ୍ବୁ କହିଛନ୍ତି ଯେ, ଯୁଦ୍ଧ ହେଲେ ଆମେ ଶେଷ ନିଶ୍ୱାସ ଥିବା ପର୍ଯ୍ୟନ୍ତ ଲଢ଼େଇ କରିବୁ। ଦେଶବାସୀଙ୍କ ସୁରକ୍ଷା ଆମର ପ୍ରଥମ ଦାୟିତ୍ୱ ବୋଲି ସେ କହିଛନ୍ତି। ଏହାକୁ ନେଇ ଚାଇନାର ରାଗ ପୁଣି ଦୁଇଗୁଣା ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କ ନାରକୀୟ କାଣ୍ଡ: ସାମାନ୍ୟ ବଚସାରୁ ବାପ-ପୁଅଙ୍କୁ ମାରିଲେ ଗୁଳି

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ସାମାନ୍ୟ ବଚସାକୁ କେନ୍ଦ୍ର କରି ଜ୍ଯଯଯ ହତ୍ୟାକାଣ୍ଡ। ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଗୌଡସୁଗୁଡା ଗ୍ରାମରେ ଶୁକ୍ରବାର ସକାଳୁ ଛୁରା ମାଡରେ…

ଥାନା ବାହାରେ ଧାରଣାରେ ବସିଲେ ରାହୁଲ ଗାନ୍ଧୀ, ସାଥିରେ ଅଛନ୍ତି ପ୍ରିୟଙ୍କା

ନୂଆଦିଲ୍ଲୀ,୨୧ା୮: ପେଲେଟ୍ ଗନ୍‌ ବ୍ୟବହାରକୁ ନେଇ ପୁଣିଥରେ ସ୍ୱର ଉଠାଇଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଶୁକ୍ରବାର ସେ ଦିଲ୍ଲୀର ସଂସଦ ମାର୍ଗ ଥାନାରେ ପହଞ୍ଚିବା ସହ…

କମିଲା ବନ୍ୟାଜଳ ପ୍ରବେଶର ପରିମାଣ, ହୀରାକୁଦ ବନ୍ଦ କଲା ୪ ଗେଟ୍‌

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରୁବାର ରାତିରେ ୨ ଓ ଶୁକ୍ରବାର ସକାଳେ ପୁଣି ୪ଟି…

ବିବାଦ ପାଇଁ ଶବ ସତ୍କାର କରାଇ ଦେଉନାହାନ୍ତି ଗ୍ରାମବାସୀ, ୩ ଦିନ ହେଲା ଶାଶୁଙ୍କ ଶବକୁ ଜଗିବସିଛନ୍ତି ବୋହୂ

ରାଜନଗର,୨୧ା୮(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ବୀରଭଞ୍ଜପୁର ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନା ଆସିଛି। ଯେଉଁଠି ହଜିଯାଇଛି ମାନବିକତା।…

ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୧ା୮: ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ପୂର୍ବାହ୍ନରେ ପରଲୋକ ଘଟିଛି।…

ସ୍ବାମୀଙ୍କ ହାତଗୋଡ଼ ବାନ୍ଧି ସ୍ତ୍ରୀଙ୍କ କାନ ଛିଣ୍ଡାଇ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ, ନଗଦ ଟଙ୍କା ସହ ଆହୁରି…

ନବରଙ୍ଗପୁର,୨୧ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଦହଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଉମେଶ ଚନ୍ଦ୍ର ରଥଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। ଲକ୍ଷାଧିକ…

ପାକିସ୍ତାନରେ କେତେ ଟଙ୍କାରେ ମିଳୁଛି ସେକେଣ୍ଡ ହ୍ୟାଣ୍ଡ୍‌ ଗାଡ଼ି, ଦାମ୍‌ ଜାଣିଲେ ଚମକି ପଡିବେ…

ଇସଲାମାବାଦ,୨୧।୮: ପାକିସ୍ତାନରେ ପ୍ରବଳ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଲୋକଙ୍କ ବଜେଟ ସମ୍ପୂର୍ଣ୍ଣ ବିଗିଡ଼ି ଯାଇଛି। ନିତ୍ୟବ୍ୟବହାର୍ଯ୍ୟ ଜିନିଷଠାରୁ ଆରମ୍ଭ କରି ପେଟ୍ରୋଲ-ଡିଜେଲ ପର୍ଯ୍ୟନ୍ତ ସବୁକିଛି ମହଙ୍ଗା…

କ୍ରାଶ ହେଲା ଚାଟାର୍ଡ ପ୍ଲେନ; ୮ ମୃତ, ଜାଣନ୍ତୁ କିପରି ହେଲା ଦୁର୍ଘଟଣା

ଆଲାସ୍କା,୨୧।୮: ପଶ୍ଚିମ ଆଲାସ୍କାର ଏକ ଦୁର୍ଗମ ରାଡାର ସାଇଟ୍ ନିକଟରେ ୮ ଜଣଙ୍କୁ ନେଇ ଯାଉଥିବା ଏକ ଚାଟାର୍ଡ ପ୍ଲେନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗୁରୁବାର ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri