ଡ୍ରାଗନ୍‌ର ରହସ୍ୟମୟ ‘ଏରିଆ-୫୧’, ଏୟାରବେସ୍‌ ନିର୍ମାଣ ରହିଛି ଜାରି…

ବେଜିଂ,୩।୭: ଭାରତର ପୂର୍ବ ଲଦାଖ ଅଞ୍ଚଳରେ ଲଗାତାର ଉତ୍ତେଜନା ସୃଷ୍ଟି କରୁଥିବା ଚାଇନାର ଏକ ଏୟାର ବେସ୍‌ ନିର୍ମାଣ କାର୍ଯ୍ୟର ସାଟେଲାଇଟ୍‌ ଫଟୋକୁ ନେଇ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଛି। ଏହାଦ୍ୱାରା ଲୋପ୍‌ ନୁର୍‌ ମରୁଭୂମି ଅଞ୍ଚଳରେ ଚାଇନା ଅତ୍ୟାଧୁନିକ ଏୟାର ବେସ୍‌ ନିର୍ମାଣ କରୁଥିବା ଘଟଣାର ଏବେ ପର୍ଦ୍ଦାଫାଶ୍‌ ହୋଇଛି। ଏହି ରହସ୍ୟମୟ ଅଞ୍ଚଳକୁ ‘ଏରିଆ-୫୧’ଭାବେ ନାମିତ କରାଯାଇଛି। ଗୁପ୍ତ ଭାବେ ନିର୍ମିତ ହେଉଥିବା ଏହି ଏୟାରବେସ୍‌ ଭାରତଠାରୁ ୧୩୦୦ କିଲୋମିଟର ଦୂରରେ ରହିଛି। ଏଠାରେ ବିଭିନ୍ନ ମହାକାଶ ସମ୍ପର୍କିତ କାର୍ଯ୍ୟ ଗୁପ୍ତ ଭାବରେ ସମ୍ପନ୍ନ ହେଉଥିବା କୁହାଯାଉଛି। ୨୦୧୬ଠାରୁ ଚାଇନା ଏହାର ନିର୍ମାଣ କାର୍ଯ୍ୟ ଆରମ୍ଭ କରିଛି। ଆମେରିକାରେ ‘ଏରିଆ-୫୧’ ନାମକ ଏକ ଅଞ୍ଚଳ ବାୟୁସେନାର ନିୟନ୍ତ୍ରଣରେ ରହିଛି। ଏଠାରେ ଏଲିଅନ୍‌ଙ୍କ ଅସ୍ତିତ୍ୱ ଥିବାନେଇ ଅନ୍ତର୍ଜାତୀୟସ୍ତରରେ ବିଭିନ୍ନ ସମୟରେ ବହୁ ଚର୍ଚ୍ଚା ହୋଇଥାଏ। ‘ଏରିଆ-୫୧’ ଥିବା ନେଇ ଆମେରିକା ସରକାର ସ୍ବୀକାର ମଧ୍ୟ କରିଛନ୍ତି। ଏଠାରେ ସାଧାରଣ ଲୋକଙ୍କ ପ୍ରବେଶ ନିଷେଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ଲଘୁଚାପ, ଏହି ଦିନଠୁ ପ୍ରବଳ ବର୍ଷିବ

ଭୁବନେଶ୍ବର,୨୨ା୫: ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ…

ଇନ୍‌ଷ୍ଟାଗ୍ରାମରେ ଭାଜପାକୁ ପଛରେ ପକାଇଲା ‘କକ୍‌ରୋଚ ଜନତା ପାର୍ଟି’: ନୂଆ ଆକାଉଣ୍ଟ ସହ ଫେରିଲେ ପ୍ରତିଷ୍ଠାତା

ନୂଆଦିଲ୍ଲୀ,୨୨ା୫(ପି.ଟି.):ସୋସିଆଲ ମିଡିଆରେ ହଲଚଲ ସୃଷ୍ଟି କରିଥିବା ବ୍ୟଙ୍ଗାତ୍ମକ ଡିଜିଟାଲ ଆନ୍ଦୋଳନ ‘କକ୍‌ରୋଚ ଜନତା ପାର୍ଟି’ (ସିଜେପି) ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଗୁରୁବାର ଏହି ପାର୍ଟିର…

ସ୍ପଷ୍ଟ ଦିବାଲୋକରେ ବିଚ ରାସ୍ତାରେ ଦୁଇ ଯୁବକଙ୍କୁ ନିର୍ଘାତ ମାଡ଼ , ଗୁଣ୍ଡାଗିରିର ଭିଡିଓ ଭାଇରାଲ

ଉଦଳା, ୨୨।୫( ସନ୍ତୋଷ ବାଞ୍ଝିନୀ): ରାସ୍ତା ପାଲଟିଲା ରେସଲିଂ ରିଙ୍ଗ। ପୋଲିସକୁ ନାହିଁ ଭୟ, ଥାନା ଠାରୁ ୫ ଶହ ମିଟର ଦୂରରେ ସ୍ପଷ୍ଟ ଦିବାଲୋକରେ ବିଚ…

ପୁଅ ବିବାହରେ ଯୋଗଦେଲେ ମୋତେ ମାରି ଦିଆଯିବ: କାହିଁକି ଏମିତି କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୨।୫: ଇରାନ ସମ୍ପର୍କରେ ପରିସ୍ଥିତିରେ ବ୍ୟସ୍ତ ଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଖରେ ତାଙ୍କ ନିଜ ପୁଅର ବିବାହରେ ଯୋଗଦେବା ପାଇଁ ସମୟ ନାହିଁ। ଟ୍ରମ୍ପ…

୨୩ରେ ସମ୍ମାନିତ ହେବେ ୯୦%ରୁ ଅଧିକ ମାର୍କ ରଖିଥିବା ୮୪ ଛାତ୍ରୀଛାତ୍ର, ମୁଖ୍ୟ ଅତିଥି ଭାବେ ଯୋଗ ଦେବେ…

ଭବାନୀପାଟଣା,୨୨।୫(ଉତ୍ତମ କୁମାର ଦାଶ): କଳାହାଣ୍ଡିର ଅଗ୍ରଣୀ ଶିକ୍ଷାନୁଷ୍ଠାନ ପ୍ରଗତି ଅନୁଷ୍ଠାନ ପକ୍ଷରୁ ଆସନ୍ତା ୨୩ ତାରିଖ ଶନିବାର ଭବାନୀପାଟଣା ଟାଉନ ହଲରେ ଭବ୍ୟ ସମ୍ବର୍ଦ୍ଧନା ସଭା ମେଧା…

ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ସାର କାରଖାନା ଇଫ୍‌କୋରେ ଉତ୍ପାଦନ ବନ୍ଦ

ପାରାଦୀପ,୨୨।୫(ଶରତ ରାଉତ):ଏସିଆ ମହାଦେଶର ସର୍ବବୃହତ୍‌ ସାର କାରଖାନା ପାରାଦୀପ ଇଫ୍‌କୋରେ ବୁଧବାରଠାରୁ ଉତ୍ପାଦନ ବନ୍ଦ ରହିଛି। କାରଣ ଉକ୍ତ କାରଖାନାରେ ଆବଶ୍ୟକ କଞ୍ଚାମାଲ ଅଭାବ ଦେଖାଦେଇଛି। ଏହାର…

ଅକାମୀ ହୋଇପଡିଛି ୨୬ ଲକ୍ଷର ପ୍ରୋଜେକ୍ଟ: ଚାଷୀ ହନ୍ତସନ୍ତ

କେସିଙ୍ଗା,୨୨।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା ଗ୍ରାମ ପଞ୍ଚାୟତ ଅଧିନସ୍ଥ ଭମରମାଲ ଗ୍ରାମ ନିକଟରେ ଜଳସେଚନ ପାଇଁ ଗତ ୨୦୨୦-୨୧ରେ ୨୬ ଲକ୍ଷ ୮୨…

ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ

ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri