ଡ୍ରେନ୍‌ ନିର୍ମାଣ ସରୁନି, ଚିନ୍ତାରେ ଗ୍ରାମବାସୀ

ବଇଣ୍ଡା,୩୦।୯(ପରିକ୍ଷିତ ସାହୁ): କିଶୋରନଗର ବ୍ଲକ ବଇଣ୍ଡା ଛକ, କଦଳୀମୁଣ୍ଡା, ନନ୍ଦମୁଣ୍ଡା, ଶରଧାମୁଣ୍ଡା ଅଞ୍ଚଳରେ ଡ୍ରେନ୍‌ କାର୍ଯ୍ୟ ସରୁନାହିଁ। ଠିକାସଂସ୍ଥା ପକ୍ଷରୁ କାମ ସମାପ୍ତ କରାଯାଉ ନ ଥିବାରୁ ଏହାକୁ ନେଇ ଗ୍ରାମବାସୀ ଚିନ୍ତାରେ ପଡ଼ିଛନ୍ତି। ବାରମ୍ବାର ବଇଣ୍ଡା ଗ୍ରାମବାସୀ ରାସ୍ତା କାମ କରୁଥିବା ଠିକାସଂସ୍ଥାକୁ ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଏ ନେଇ ଶୁକ୍ରବାର କଦଳୀମୁଣ୍ଡା ଗ୍ରାମବାସୀ ଅନୁଗୋଳ ଜିଲାପାଳଙ୍କୁ ଏକ ଅଭିଯୋଗପତ୍ର ମାଧ୍ୟମରେ ଅବଗତ କରାଇଛନ୍ତି।
ଗ୍ରାମବାସୀ କହିଛନ୍ତି, ୨୦୨୦ ମସିହାରୁ ବଇଣ୍ଡା ଅଞ୍ଚଳରେ ଡ୍ରେନ୍‌ କାମ ଆରମ୍ଭ କରାଯାଇଥିଲେ ମଧ୍ୟ ଏହା ସମ୍ପୂର୍ଣ୍ଣ ହୋଇପାରୁନାହିଁ। ଅନେକ ଅଞ୍ଚଳରେ କାମ ଅଧାପନ୍ତରିଆ ରହିଛି। ରାସ୍ତା ପାର୍ଶ୍ୱ ଖୋଳାଯାଇଥିବାରୁ ଅନେକ ଲୋକ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରିକି ବିଦ୍ୟାଳୟକୁ ମଧ୍ୟ ଯିବା ଆସିବା ପାଇଁ ଛାତ୍ରୀଛାତ୍ରମାନେ ହଇରାଣ ହେଉଛନ୍ତି। ଠିକାସଂସ୍ଥାର କର୍ମଚାରୀମାନେ ଠିକ୍‌ ଭାବେ କାମ କରୁ ନ ଥିବା ଶରଧାମୁଣ୍ଡା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ସେହିପରି ଡ୍ରେନ୍‌ କାର୍ଯ୍ୟ ନିମ୍ନମାନର ହେଉଥିବା ବଇଣ୍ଡା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ତୁରନ୍ତ ଏଥିପ୍ରତି ଅନୁଗୋଳ ପ୍ରଶାସନ ଦୃଷ୍ଟି ଦେଇ ପଦକ୍ଷେପ ଗ୍ରହଣ କରିବା ପାଇଁ ସାଧାରଣରେ ଦାବି ହୋଇଛି। ଏ ନେଇ ଠିକାସଂସ୍ଥା ପରିଚାଳକ ଜିତେନ୍ଦ୍ର ବେହେରା କହିଛନ୍ତି, ବଳକା ଥିବା ଡ୍ରେନ୍‌ କାର୍ଯ୍ୟ ସମାପ୍ତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?