ମୁକୁଳା ପଡ଼ିଛି ଡ୍ରେନ

ପୁରୀ ଅଫିସ,୯ା୫: ଆଗକୁ ମହାପ୍ରଭୁଙ୍କ ଘୋଷଯାତ୍ରା ଥିବାବେଳେ ପୁରୀ ସହରକୁ ରାଜ୍ୟ ତଥା ରାଜ୍ୟ ବାହାର ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ତେଣୁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଉଥିବା ନେଇ ସୂଚନା ପ୍ରଦାନ କରାଯାଉଛି। ଏପରିକି ଘନଘନ ବୈଠକ କରାଯାଇ ସ୍ଥିତି ଅନୁଧ୍ୟାନ କରାଯାଉଛି। ମାତ୍ର ବାସ୍ତବରେ ପ୍ରଶାସନର କାର୍ଯ୍ୟ କେବଳ କାଗଜ କଲମରେ ସମୀତ ରହୁଛି କହିଲେ ଅତ୍ୟୁକ୍ତି ହେବ ନାହିଁ। ଯାହର ଜ୍ୱଳନ୍ତ ଉଦାହରଣ ସୋମବାର ଦେଖିବାକୁ ମିଳିଛି। ପୁରୀ ପୌରସଂସ୍ଥା ଅନ୍ତର୍ଗତ ୩୦ -୩୧ ନମ୍ବର ୱାର୍ଡର ମାରୁତି ନଗରରେ ଅନେକ ଡ୍ରେନ ମୁକୁଳା ପଡିଛି। ନିର୍ମାଣ ଅସମ୍ପୂର୍ଣ୍ଣ କାରଣରୁ ଜଳ ନିଷ୍କାସନ ହୋଇ ପାରୁନାହିଁ। ପାଣି ଜମିବା ଫଳରେ ସାହି ବାସିନ୍ଦା ଅନେକ ରୋଗରେ ଆକ୍ରାନ୍ତ ହେଉଛନ୍ତି। ଡ୍ରେନଗୁଡ଼ିକରେ ପ୍ରଶାସନ ପକ୍ଷରୁ ସ୍ଲାବ ପକାଯାଉନାହିଁ । ଫଳରେ ବାସିନ୍ଦାମାନେ ନାନା ସମସ୍ୟା ଭୋଗୁଛନ୍ତି। ଏ ନେଇ ପ୍ରଶାସନକୁ ଜଣାଇଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ବ୍ୟବସ୍ଥା ଗ୍ରହଣ କରାଯାଉନାହିଁ। ଡ୍ରେନରେ ପାଣି ଜମା ରହିବା ଓ ସ୍ଲାବ ପଡୁ ନଥିବାରୁ ଅନେକ ସମୟରେ ଦୁର୍ଘଟଣା ଘଟୁଛି। ଏପରିକି ଗୋରୁମାନେ ଉକ୍ତ ଡ୍ରେନରେ ପଡି ଆଘାତପ୍ରାପ୍ତ ହେଉଥିବା ବେଳେ ମୃତ୍ୟର ମଧ୍ୟ ଶିକାର ହେଉଛନ୍ତି। ତେବେ ରବିବାର ରାତିରେ ଏକ ଷଣ୍ଢ ଡ୍ରେନରେ ପଡି ମୃତ୍ୟୁବରଣ କରିଛି। ଯାହାକୁ ନେଇ ସାହିବାସିନ୍ଦା ଦୁଃଖ ପ୍ରକାଶ କରିବା ସହ ପ୍ରଶାସନର ଅପାରଗତାକୁ ଦାୟୀ କରିଛନ୍ତି। ତେଣୁ ପ୍ରଶାସନ ତୁରନ୍ତ କାର୍ଯ୍ୟ କରିବା ସହ ସ୍ଲାବ୍‌ ପକାଇବା ପାଇଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri