ଘରେ ପଶିଲା ଡ୍ରେନ୍‌ ପାଣି, ସିମନବାଡ଼ିରେ ସ୍ବଚ୍ଛ ମିଶନ ବିଫଳ

ଦାରିଙ୍ଗବାଡ଼ି,୯ା୯(ଅରୁଣ ସାହୁ): ଲଘୁଚାପ ଜନିତ ବର୍ଷା ଯୋଗୁ କନ୍ଧମାଳ ଜିଲାରେ ରବିବାର ବିଳମ୍ବିତ ରାତିରୁ ଲଗାଣ ବର୍ଷା ଜାରି ରହିଛି। ସୋମବାର ସକାଳୁ ଏହି ବର୍ଷାର ପରିମାଣ ବୃଦ୍ଧି ପାଇଛି। ଧିରେ ଧିରେ ନଦୀ ଓ ନାଳ ଫୁଲିବାରେ ଲାଗିଛି। ସେପଟେ କିଛି ପଞ୍ଚାୟତରେ ଡ୍ରେନେଜ୍‌ ବ୍ୟବସ୍ଥା ବିପର୍ଯ୍ୟସ୍ତ ଯୋଗୁ ମଇଳା ପାଣି ରାସ୍ତା ଉପରେ ଚାଲିବା ସହ ଲୋକଙ୍କ ଘରେ ପଶିଛି।
ଏପରି ସମସ୍ୟା ଦେଖିବାକୁ ମିଳିଛି ଉକ୍ତ ବ୍ଲକର ସିମନବାଡ଼ିର ଦଡ଼ିବାଡ଼ିଠାରୁ ବଜାର ପର୍ଯ୍ୟନ୍ତ ସଂଯୋଗ ହୋଇଥିବା ରାସ୍ତାରେ। ଏଠାରେ ଡ୍ରେନେଜ୍‌ ବ୍ୟବସ୍ଥା ନ ଥିବା ବେଳେ ଯେଉଁ କିଛି ସ୍ଥାନରେ ଡ୍ରେନ୍‌ ରହିଛି ସେଠି ଅଳିଆ ଆବର୍ଜନା ଭର୍ତ୍ତି ହୋଇଥିବାରୁ ବର୍ଷାପାଣି ରାସ୍ତା ଉପରେ ଆଣ୍ଠୁଏ ଉପରେ ପ୍ରବାହିତ ହେଉଛି। ଫଳରେ ସ୍କୁଲ ସାହିରେ କିଛି ଲୋକଙ୍କ ଘରେ ବର୍ଷା ପାଣି ପଶିଯିବାରୁ ଲୋକମାନଙ୍କ ଘରର ଆସବାବପତ୍ର ନଷ୍ଟ ହୋଇଯାଇଛି। ପାଣି ଘରେ ପଶିଥିବାରୁ ଏକାଧିକ ଲୋକଙ୍କ ଘରେ ଚୁଲି ଲାଗିନି କି ରୋଷେଇ ହୋଇ ନ ଥିବା ସେମାନେ କହିଛନ୍ତି। ଘରୁ ବର୍ଷା ପାଣି ବାହାର କରିବା ପାଇଁ ପ୍ରୟାସ ଜାରି ରଖିଛନ୍ତି। ବର୍ଷା ପୂର୍ବରୁ ଡ୍ରେନ୍‌ଗୁଡିକର ସଫେଇ କରାଯିବା ଆବଶ୍ୟକ ରହିଥିବା ବେଳେ ତାହା କରାଯାଇ ନ ଥିବାରୁ ଲୋକେ ଏପରି ସମସ୍ୟା ଭୋଗ କରୁଛନ୍ତି। ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବାଂଲାଦେଶ ହିଂସା: ହିନ୍ଦୁଙ୍କ ଘର ଜାଳିଦେଲେ କଟ୍ଟରପନ୍ଥୀ, ସାମ୍ନାକୁ ଆସିଲା ଭୟଙ୍କର ଭିଡ଼ିଓ

ଢାକା,୨୪।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ଧାରା ଥମିବାର ନାଁ ନେଉନାହିଁ। ବାଂଲାଦେଶୀ ଲେଖିକା ତସଲିମା ନସରିନ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ଚିଟାଗଙ୍ଗରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri