ଘରେ ପଶିଲା ଡ୍ରେନ୍‌ ପାଣି, ସିମନବାଡ଼ିରେ ସ୍ବଚ୍ଛ ମିଶନ ବିଫଳ

ଦାରିଙ୍ଗବାଡ଼ି,୯ା୯(ଅରୁଣ ସାହୁ): ଲଘୁଚାପ ଜନିତ ବର୍ଷା ଯୋଗୁ କନ୍ଧମାଳ ଜିଲାରେ ରବିବାର ବିଳମ୍ବିତ ରାତିରୁ ଲଗାଣ ବର୍ଷା ଜାରି ରହିଛି। ସୋମବାର ସକାଳୁ ଏହି ବର୍ଷାର ପରିମାଣ ବୃଦ୍ଧି ପାଇଛି। ଧିରେ ଧିରେ ନଦୀ ଓ ନାଳ ଫୁଲିବାରେ ଲାଗିଛି। ସେପଟେ କିଛି ପଞ୍ଚାୟତରେ ଡ୍ରେନେଜ୍‌ ବ୍ୟବସ୍ଥା ବିପର୍ଯ୍ୟସ୍ତ ଯୋଗୁ ମଇଳା ପାଣି ରାସ୍ତା ଉପରେ ଚାଲିବା ସହ ଲୋକଙ୍କ ଘରେ ପଶିଛି।
ଏପରି ସମସ୍ୟା ଦେଖିବାକୁ ମିଳିଛି ଉକ୍ତ ବ୍ଲକର ସିମନବାଡ଼ିର ଦଡ଼ିବାଡ଼ିଠାରୁ ବଜାର ପର୍ଯ୍ୟନ୍ତ ସଂଯୋଗ ହୋଇଥିବା ରାସ୍ତାରେ। ଏଠାରେ ଡ୍ରେନେଜ୍‌ ବ୍ୟବସ୍ଥା ନ ଥିବା ବେଳେ ଯେଉଁ କିଛି ସ୍ଥାନରେ ଡ୍ରେନ୍‌ ରହିଛି ସେଠି ଅଳିଆ ଆବର୍ଜନା ଭର୍ତ୍ତି ହୋଇଥିବାରୁ ବର୍ଷାପାଣି ରାସ୍ତା ଉପରେ ଆଣ୍ଠୁଏ ଉପରେ ପ୍ରବାହିତ ହେଉଛି। ଫଳରେ ସ୍କୁଲ ସାହିରେ କିଛି ଲୋକଙ୍କ ଘରେ ବର୍ଷା ପାଣି ପଶିଯିବାରୁ ଲୋକମାନଙ୍କ ଘରର ଆସବାବପତ୍ର ନଷ୍ଟ ହୋଇଯାଇଛି। ପାଣି ଘରେ ପଶିଥିବାରୁ ଏକାଧିକ ଲୋକଙ୍କ ଘରେ ଚୁଲି ଲାଗିନି କି ରୋଷେଇ ହୋଇ ନ ଥିବା ସେମାନେ କହିଛନ୍ତି। ଘରୁ ବର୍ଷା ପାଣି ବାହାର କରିବା ପାଇଁ ପ୍ରୟାସ ଜାରି ରଖିଛନ୍ତି। ବର୍ଷା ପୂର୍ବରୁ ଡ୍ରେନ୍‌ଗୁଡିକର ସଫେଇ କରାଯିବା ଆବଶ୍ୟକ ରହିଥିବା ବେଳେ ତାହା କରାଯାଇ ନ ଥିବାରୁ ଲୋକେ ଏପରି ସମସ୍ୟା ଭୋଗ କରୁଛନ୍ତି। ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…

କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri