ବରଗଡ଼ରେ ବିକାଶ ବାଟବଣା, ଖରାଦିନେ ରାସ୍ତାରେ ବହୁଛି ଡ୍ରେନ୍‌ ପାଣି

ବରଗଡ଼,୨୭।୪(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହରକୁ ବିକଶିତ କରିବା ଲକ୍ଷ୍ୟ ନେଇ ପର୍ଯ୍ୟାୟକ୍ରମେ ଜବରଦଖଲ ଉଚ୍ଛେଦ କରାଯାଉଛି। ଏହି କ୍ରମରେ କେଉଁଠି ରାସ୍ତା ପ୍ରଶସ୍ତୀକରଣ ତ ଆଉ କେଉଁଠାରେ ରାସ୍ତାପାର୍ଶ୍ୱରେ ଡ୍ରେନ୍‌ ନିର୍ମାଣ ଚାଲିଛି। ମାତ୍ର ସହରର ବିଭିନ୍ନ ଗଳିକନ୍ଦିର ଅବସ୍ଥାକୁ ଦେଖିଲେ ଏଠାରେ ବିକାଶ ବାଟବଣା ହୋଇପଡ଼ିଥିବା ନେଇ ସାଧାରଣରେ ଚର୍ଚ୍ଚା ହେଉଛି। ରାସ୍ତାରେ ରହିଥିବା ଅନେକ ଡ୍ରେନ୍‌ ବାଲି, ମାଟି, ଆବର୍ଜନା ଆଦିରେ ପୋତି ହୋଇଯାଇଥିବା ବେଳେ ବିଭିନ୍ନ ସ୍ଥାନରେ ନୂତନ ଡ୍ରେନ୍‌ ନିର୍ମାଣ ଅଧାବାଟରେ ଅଟକି ଯାଇଛି। ଫଳରେ ଏତେ ଟାଣଖରାରେ ମଧ୍ୟ ସହରସ୍ଥିତ ବିଭିନ୍ନ ସ୍ଥାନରେ ରାସ୍ତା ଉପରେ ଡ୍ରେନ୍‌ ଅର୍ଥାତ୍‌ ନର୍ଦ୍ଦମା ପାଣି ବହୁଛି। ସହରସ୍ଥିତ ୱାର୍ଡ ନଂ-୨ ଓ ୪ର ଲୋକେ ନିର୍ଭର କରୁଥିବା ସ୍ଥାନୀୟ ଲମ୍ବା ବିଲ୍‌ଡିଂ ଛକରୁ ସମଲେଶ୍ୱରୀ ମନ୍ଦିର ପଟକୁ ଯାଇଥିବା ଏକ ରାସ୍ତାରେ ଏଭଳି ସମସ୍ୟା ଦେଖାଯାଇଛି। ଦୀର୍ଘ ୩ମାସ ହେଲା, ଏଠାରେ ଏହି ସମସ୍ୟା ଲାଗି ରହିଛି। ମାତ୍ର ପୌର ପରିଷଦ ଏହାର ସ୍ଥାୟୀ ସମାଧାନ କରି ପାରି ନ ଥିବାରୁ ଏହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
ସୂଚନା ଅନୁଯାୟୀ, ଉକ୍ତ ରାସ୍ତା ପାର୍ଶ୍ୱରେ ଡ୍ରେନ୍‌ ରହିଥିଲେ ହେଁ ସେଠାରୁ ନର୍ଦ୍ଦମା ପାଣି ନିଷ୍କାସିତ ହୋଇପାରି ନ ଥିଲା। ଫଳରେ ସେଠାରୁ ଏକ ନୂତନ ଡ୍ରେନ୍‌ ନିର୍ମାଣ କରାଯାଇଥିଲା। ନୂତନ ଡ୍ରେନ୍‌ ନିର୍ମାଣ ଅଧାରେ ଅଟକି ରହିଛି। ଅନ୍ୟପଟେ ରାସ୍ତାରେ ରହିଥିବା ପୁରୁଣା ଡ୍ରେନ୍‌ରେ ବାଲି, ମାଟି, ଆବର୍ଜନା ଆଦି ଭରି ରହିଛି। ଫଳରେ ନର୍ଦ୍ଦମା ତଥା ଡ୍ରେନ୍‌ ପାଣି ନିଷ୍କାସିତ ହୋଇପାରୁ ନାହିଁ ଏବଂ ତାହା ରାସ୍ତା ଉପରେ ପ୍ରବାହିତ ହେବା ସହିତ ଜମି ରହୁଛି। ଏଥିପାଇଁ ମଶା, ମାଛି ସମେତ ଅନେକ ରୋଗ ଜୀବାଣୁ ଉପଦ୍ରବ କରୁଛନ୍ତି। କେବଳ ସେତିକି ନୁହେଁ, ସହରର ବିଭିନ୍ନ ସ୍ଥାନରେ କୁଢ଼କୁଢ଼ ମଇଲା, ଆବର୍ଜନା ସ୍ତୂପଭଳି ମଧ୍ୟ ଦୀର୍ଘଦିନ ଧରି ପଡ଼ି ରହୁଛି। ଏଥିରୁ ସହରରେ ପରିମଳ ବ୍ୟବସ୍ଥା କିଭଳି ରହିଛି, ତାହା ଆପେ ବାରି ହୋଇ ପଡୁଛି। ତେବେ ତୁରନ୍ତ ଏହାର ସ୍ଥାୟୀ ସମାଧାନ କରା ନ ଗଲେ ପଡ଼ାବାସୀ ଆଗକୁ ବିଭିନ୍ନ ସଂକ୍ରାମକ ରୋଗରେ ଆକ୍ରାନ୍ତ ହେବାର ଆଶଙ୍କା ରହିଛି। ଏହି ଦୃଷ୍ଟିରୁ ଏ ଦିଗରେ ପ୍ରଶାସନ ପକ୍ଷରୁ ତ୍ୱରିତ୍‌ ପଦକ୍ଷେପ ନେବା ପାଇଁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri