ବସ୍ତା ହସ୍ପିଟାଲ ଭିତରେ ପଶିଲା ଦୂଷିତ ପାଣି

ବସ୍ତା,୨୭ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକରେ ବୁଧବାର ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇଥିବା ବେଳେ ବସ୍ତା ହସ୍ପିଟାଲ ଭିତରେ ୨ଫୁଟର ପାଣି ପଶିଥିବା ଦେଖିବାକୁ ମିଳିଛି। ବସ୍ତା ହସ୍ପିଟାଲର ଆଉଟଡୋର, ଡାକ୍ତରଙ୍କ ଚାମ୍ବର, ଲେବରରୁମ୍‌, ରୋଗୀଙ୍କ ପାଇଁ ଉଦ୍ଦିଷ୍ଟ ୱାର୍ଡ, ମେଡିସିନ ଗୃହ ସହିତ ବିଭିନ୍ନ କାର୍ଯ୍ୟାଳୟରେ ଦୂଷିତ ପାଣି ପଶିଛି। ଫଳରେ ରୋଗୀ ମାନେ ନାହିଁ ନଥିବା ଅସୁବିଧାରେ ସମ୍ମୁଖୀନ ହୋଇଛନ୍ତି। ହସ୍ପିଟାଲରେ ଜଳନିଷ୍କାସନର ସୁବିଧା ନ ଥିବାରୁ ନାଳନର୍ଦ୍ଦମାର ପାଣି ହସ୍‌ପିଟାଲ ଭିତରେ ପଶିଥିବା କୁହାଯାଉଛି। ପୂର୍ବରୁ ମଧ୍ୟ ଅନେକ ଥର ଏହି ଭଳି ଦୃଶ୍ୟ ଦେଖିବାକୁ ମିଳିଥିବା ବେଳେ ଏନେଇ ଅଧିକାରୀ ମାନେ ସଚେତନ ନ ହେବାରୁ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବାରମ୍ବାର ଏଭଳି ଘଟଣା ଘଟିବା ସତ୍ତ୍ୱେ ଜଳ ନିଷ୍କାସନର ବ୍ୟବସ୍ଥା କରାଯାଉ ନ ଥିବାରୁ ରୋଗୀ ଏଭଳି ଦୁର୍ଦ୍ଦଶା ଭୋଗୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri