ଡ୍ରେନ୍‌ ନିର୍ମାଣ ବଦଳରେ ସୌନ୍ଦର୍ଯ୍ୟକରଣ

ଯାଜପୁର ରୋଡ,୮।୧(ଡି.ଏନ୍‌.ଏ.): ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ଭାବେ ପରିଚିତ ବ୍ୟାସନଗର ପୌରାଞ୍ଚଳବାସୀ ଏବେ ନାନା ସମସ୍ୟା ମଧ୍ୟରେ ଦିନ କାଟୁଛନ୍ତି। ଗତ ୨ ବର୍ଷରୁ ଊର୍ଦ୍ଧ୍ୱ ହେବ ପୌର ନିର୍ବାଚନ ହେଉ ନ ଥିବାରୁ ପ୍ରଶାସକଙ୍କ ହାତରେ ସହରର ପରିମଳ କ୍ଷମତା ରହିଛି। ହେଲେ ସେଥିରେ ସୁଧାର ଆସିବା ପରିବର୍ତ୍ତେ ଅଧିକ ଅବନତି ଘଟିଛି। ସହରବାସୀ ଆବର୍ଜନା ପାଣି ଓ ମଶା, ମାଛିଙ୍କ ଉପଦ୍ରବରେ ହନ୍ତସନ୍ତ ହେଉଛନ୍ତି। ଏ ସଂକ୍ରାନ୍ତରେ ବାରମ୍ବାର ଅଭିଯୋଗ ହେଲେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ବରଂ ସହରର ସୌନ୍ଦର୍ଯ୍ୟକରଣକୁ ଗୁରୁତ୍ୱ ଦିଆଯାଉଛି। ବ୍ୟାଟେରି ଗାଡିରେ ମଇଳା ଉଠାଇବା ଦାୟିତ୍ୱ ନେଇଥିବା ଗୋଷ୍ଠୀ ୱାର୍ଡ ପରିକ୍ରମା କରୁନାହାନ୍ତି। ପ୍ରତିଦିନ ସକାଳୁ ଘରୁ ବାହାରୁ ଥିବା ଆବର୍ଜନା ଦେବାକୁ ଅପେକ୍ଷା କରୁଥିବା ଗୃହିଣୀମାନେ ପ୍ରଶାସକଙ୍କ କାର୍ଯ୍ୟଦକ୍ଷତା ଉପରେ ଅସନ୍ତୋଷ ପ୍ରକାଶ କରିଛନ୍ତି।
ପୌରାଞ୍ଚଳବାସୀ ମୌଳିକ ସୁବିଧାରୁ ବଞ୍ଚତ୍ତ ହେଉଥିବା ବେଳେ ସୌନ୍ଦର୍ଯ୍ୟକରଣ କାର୍ଯ୍ୟକୁ ପୌର ପରିଷଦ ପକ୍ଷରୁ ଗୁରୁତ୍ୱ ଦିଆଯାଉଛି। ସେହି କାମ ବି ଠିକ୍‌ ଭାବେ ଚାଲିନାହିଁ। ସେଥିରେ ନାନା ଦୁର୍ନୀତି ହେଉଥିବା ଅଭିଯୋଗ ହୋଇଛି। ରଜତ କୁମାର ପତି ନାମକ ଜଣେ ବ୍ୟକ୍ତି ଟୁଇଟ୍‌ କରି ପୌରସଂସ୍ଥା ସମ୍ମୁଖ ବ୍ୟାସନଗର ପ୍ରମୋଦ ଉଦ୍ୟାନ ବିକାଶ କାର୍ଯ୍ୟରେ ଅନୁଦାନ ହଡ଼ପ ହେଉଥିବା ସଂକ୍ରାନ୍ତରେ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବି ଏ ନେଇ ରି ଟୁଇଟ୍‌ କରାଯାଇଛି। ଏଥିରେ ଦର୍ଶାଯାଇଛି ଯେ, ସଂପୃକ୍ତ ଠିକାଦାରଙ୍କୁ ଜରିମାନା କରାଯିବ, ଦରକାର ମୁତାବକ ପଦକ୍ଷେପ ନିଆଯିବ।
ସ୍ବଚ୍ଛ ଓ ସୁସ୍ଥ ପରିମଳ ବ୍ୟବସ୍ଥା ପ୍ରତ୍ୟେକ ପୌରସଂସ୍ଥାର ମୌଳିକ ଦାୟିତ୍ୱ। କିନ୍ତୁ କେହି ଏଥିପ୍ରତି ଦୃଷ୍ଟି ନ ଦେବା ବିଡ଼ମ୍ବନା ଛଡା ଅନ୍ୟ କିଛି ନୁହେଁ ବୋଲି ଅଞ୍ଚଳବାସୀ କହିଛନ୍ତି। ବ୍ୟାସନଗର ପୌରାଞ୍ଚଳର ନିର୍ବାହୀ ଅଧିକାରୀ ଶୁଭେନ୍ଦୁ ଜେନାଙ୍କୁ ଏ ସଂକ୍ରାନ୍ତରେ ପଚାରିବାରୁ ସେ ସନ୍ତୋଷଜନକ ଉତ୍ତର ନ ଦେଇ ଅଭିଯୋଗକୁ ଏଡାଇ ଯାଇଥିଲେ। କେବଳ ବ୍ୟାଟେରି ଗାଡି କାହିଁକି ଯାଉନାହିଁ ବୁଝି କହୁଛି ବୋଲି କହି ଫୋନ କାଟି ଦେଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କୁ ଯୋଗାଯୋଗ କରିବାକୁ ଚେଷ୍ଟା କରାଯାଇଥିଲା। ହେଲେ ସେ ଫୋନ ନ ଉଠାଇବାରୁ ତାଙ୍କ ସ୍ପଷ୍ଟ ମତାମତ ମିଳିପାରିନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri