ଡ୍ରେନ୍‌ ନିର୍ମାଣ ବଦଳରେ ସୌନ୍ଦର୍ଯ୍ୟକରଣ

ଯାଜପୁର ରୋଡ,୮।୧(ଡି.ଏନ୍‌.ଏ.): ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ଭାବେ ପରିଚିତ ବ୍ୟାସନଗର ପୌରାଞ୍ଚଳବାସୀ ଏବେ ନାନା ସମସ୍ୟା ମଧ୍ୟରେ ଦିନ କାଟୁଛନ୍ତି। ଗତ ୨ ବର୍ଷରୁ ଊର୍ଦ୍ଧ୍ୱ ହେବ ପୌର ନିର୍ବାଚନ ହେଉ ନ ଥିବାରୁ ପ୍ରଶାସକଙ୍କ ହାତରେ ସହରର ପରିମଳ କ୍ଷମତା ରହିଛି। ହେଲେ ସେଥିରେ ସୁଧାର ଆସିବା ପରିବର୍ତ୍ତେ ଅଧିକ ଅବନତି ଘଟିଛି। ସହରବାସୀ ଆବର୍ଜନା ପାଣି ଓ ମଶା, ମାଛିଙ୍କ ଉପଦ୍ରବରେ ହନ୍ତସନ୍ତ ହେଉଛନ୍ତି। ଏ ସଂକ୍ରାନ୍ତରେ ବାରମ୍ବାର ଅଭିଯୋଗ ହେଲେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ବରଂ ସହରର ସୌନ୍ଦର୍ଯ୍ୟକରଣକୁ ଗୁରୁତ୍ୱ ଦିଆଯାଉଛି। ବ୍ୟାଟେରି ଗାଡିରେ ମଇଳା ଉଠାଇବା ଦାୟିତ୍ୱ ନେଇଥିବା ଗୋଷ୍ଠୀ ୱାର୍ଡ ପରିକ୍ରମା କରୁନାହାନ୍ତି। ପ୍ରତିଦିନ ସକାଳୁ ଘରୁ ବାହାରୁ ଥିବା ଆବର୍ଜନା ଦେବାକୁ ଅପେକ୍ଷା କରୁଥିବା ଗୃହିଣୀମାନେ ପ୍ରଶାସକଙ୍କ କାର୍ଯ୍ୟଦକ୍ଷତା ଉପରେ ଅସନ୍ତୋଷ ପ୍ରକାଶ କରିଛନ୍ତି।
ପୌରାଞ୍ଚଳବାସୀ ମୌଳିକ ସୁବିଧାରୁ ବଞ୍ଚତ୍ତ ହେଉଥିବା ବେଳେ ସୌନ୍ଦର୍ଯ୍ୟକରଣ କାର୍ଯ୍ୟକୁ ପୌର ପରିଷଦ ପକ୍ଷରୁ ଗୁରୁତ୍ୱ ଦିଆଯାଉଛି। ସେହି କାମ ବି ଠିକ୍‌ ଭାବେ ଚାଲିନାହିଁ। ସେଥିରେ ନାନା ଦୁର୍ନୀତି ହେଉଥିବା ଅଭିଯୋଗ ହୋଇଛି। ରଜତ କୁମାର ପତି ନାମକ ଜଣେ ବ୍ୟକ୍ତି ଟୁଇଟ୍‌ କରି ପୌରସଂସ୍ଥା ସମ୍ମୁଖ ବ୍ୟାସନଗର ପ୍ରମୋଦ ଉଦ୍ୟାନ ବିକାଶ କାର୍ଯ୍ୟରେ ଅନୁଦାନ ହଡ଼ପ ହେଉଥିବା ସଂକ୍ରାନ୍ତରେ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବି ଏ ନେଇ ରି ଟୁଇଟ୍‌ କରାଯାଇଛି। ଏଥିରେ ଦର୍ଶାଯାଇଛି ଯେ, ସଂପୃକ୍ତ ଠିକାଦାରଙ୍କୁ ଜରିମାନା କରାଯିବ, ଦରକାର ମୁତାବକ ପଦକ୍ଷେପ ନିଆଯିବ।
ସ୍ବଚ୍ଛ ଓ ସୁସ୍ଥ ପରିମଳ ବ୍ୟବସ୍ଥା ପ୍ରତ୍ୟେକ ପୌରସଂସ୍ଥାର ମୌଳିକ ଦାୟିତ୍ୱ। କିନ୍ତୁ କେହି ଏଥିପ୍ରତି ଦୃଷ୍ଟି ନ ଦେବା ବିଡ଼ମ୍ବନା ଛଡା ଅନ୍ୟ କିଛି ନୁହେଁ ବୋଲି ଅଞ୍ଚଳବାସୀ କହିଛନ୍ତି। ବ୍ୟାସନଗର ପୌରାଞ୍ଚଳର ନିର୍ବାହୀ ଅଧିକାରୀ ଶୁଭେନ୍ଦୁ ଜେନାଙ୍କୁ ଏ ସଂକ୍ରାନ୍ତରେ ପଚାରିବାରୁ ସେ ସନ୍ତୋଷଜନକ ଉତ୍ତର ନ ଦେଇ ଅଭିଯୋଗକୁ ଏଡାଇ ଯାଇଥିଲେ। କେବଳ ବ୍ୟାଟେରି ଗାଡି କାହିଁକି ଯାଉନାହିଁ ବୁଝି କହୁଛି ବୋଲି କହି ଫୋନ କାଟି ଦେଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କୁ ଯୋଗାଯୋଗ କରିବାକୁ ଚେଷ୍ଟା କରାଯାଇଥିଲା। ହେଲେ ସେ ଫୋନ ନ ଉଠାଇବାରୁ ତାଙ୍କ ସ୍ପଷ୍ଟ ମତାମତ ମିଳିପାରିନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?