ରାସ୍ତାରେ ଜମୁଛି ଡ୍ରେନ୍‌ପାଣି, ଲୋକେ ହଇରାଣ

ଖୋର୍ଦ୍ଧା ଅଫିସ,୩ା୬: ଖୋର୍ଦ୍ଧା-ନୟାଗଡ଼ ଜାତୀୟ ରାଜପଥ ପୁରୁଣା ଦମକଳ ଛକଠାରେ ଡ୍ରେନ କାମ ଚାଲିଛି। ଫଳରେ ଏହି ଡ୍ରେନକୁ ସଂଯୋଗ କରୁଥିବା ଅନ୍ୟ ସାହିର ଡ୍ରେନ ପାଣି ନିଷ୍କାସନ ହୋଇ ନ ପାରି ରାସ୍ତାରେ ଜମୁଛି। ଦମକଳ ଛକ ସମ୍ମୁଖ ରାସ୍ତାରୁ ବରୁଣେଇ ସାହିକୁ ସଂଯୋଗ କରୁଥିବା ରାସ୍ତା ପାର୍ଶ୍ୱ ଡ୍ରେନ ପାଣି ରାସ୍ତାରେ ଜମି ରହୁଛି। ସପ୍ତାହେ ହେବ ରାସ୍ତାରେ ପାଣି ଜମି ରହିଥିଲେ ମଧ୍ୟ ପୌର ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉନାହିଁ। ଫଳରେ ସ୍ଥାନୀୟ ବାସିନ୍ଦା ଏବଂ ଯାତାୟାତ କରୁଥିବା ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ତେବେ ଖୋର୍ଦ୍ଧା ସହରର ବହୁ ଡ୍ରେନ ପୋତି ହୋଇପଡ଼ିଥିବା ବେଳେ ସମାନ ଦୃଶ୍ୟ ରହିଛି।
ଖୋର୍ଦ୍ଧାର ଗୋପୀନାଥ ସାହି, ଉପରସାହି, ରାଧାବଲ୍ଲଭ ସାହି ଓ ବରୁଣେଇ ସାହିରୁ ନିଷ୍କାସନ ହେଉଥିବା ନାଳ ପୁରୁଣା ଦମକଳ ଛକ ନାଳରେ ମିଶିଛି। ସେହିଭଳି ସାମନ୍ତରାପୁର ଛକ ଠାରୁ ଉପରସାହି, ଖ୍ରୀଷ୍ଟିଆନ ସାହି, ବାସେଳି ସାହି, ମାଛ ମାର୍କେଟ, ଉପଜିଲାପାଳଙ୍କ ବାସଭବନ ପଛପଟ ଆଦି ସାହିର ନାଳ ପୁରୁଣା ଦମକଳ ଛକ ନାଳକୁ ସଂଯୋଗ କରୁଛି। ତେବେ ସେଠାରୁ ଗୋଡି ପୋଖରୀ ଛକ ପରେ ପାଣି ନିଷ୍କାସନ ପାଇଁ କୌଣସି ବ୍ୟବସ୍ଥା ନାହିଁ। ଅନ୍ୟପଟେ ଏହି ଡ୍ରେନରେ ପ୍ଲାଷ୍ଟିକ, ପଲିଥିନ, ପାଣିବୋତଲ ଆଦି ପଡି ଜମା ହୋଇଛି। ଏହାକୁ ମଧ୍ୟ ସଫା କରାଯାଉନାହିଁ। ଫଳରେ ନାଳପାଣି ନିଷ୍କାସନ ହୋଇ ନ ପାରି ରାସ୍ତାରେ ଜମୁଛି ବୋଲି ଯୁବ ସାମାଜିକ କର୍ମୀ ଶୁଭ୍ର ରଞ୍ଜନ ଦାସ କହିଛନ୍ତି। କଂଗ୍ରେସ ନେତା ଶିଶିର ପରିଡା କୁହନ୍ତି, ଆଉ ଦିନ କେଇଟା ପରେ ମୌସୁମୀ ପ୍ରବେଶ କରିବ। ବର୍ତ୍ତମାନ ସୁଦ୍ଧା ପୌର ପ୍ରଶାସନ ପକ୍ଷରୁ ଭାଙ୍ଗିରୁଜି ଯାଇଥିବା ଡ୍ରେନ ମରାମତି ଏବଂ ସଫା କରାଯାଇନାହିଁ। ଫଳରେ ବର୍ଷା ଦିନେ ଖୋର୍ଦ୍ଧା ସହର ନାଳପାଣି ରାସ୍ତାରେ ଜମିବା ସମ୍ଭାବନା ରହିଛି। ସାମାଜିକ କର୍ମୀ ଆଦିତ୍ୟ ମହାରଣା କୁହନ୍ତି, ଖୋର୍ଦ୍ଧା ସହରରେ ଦୀର୍ଘ ବର୍ଷ ଧରି ଏହି ସମସ୍ୟା ଲାଗି ରହିଛି। ବର୍ଷା ଦିନ ଆସିଲେ ଲୋକେ ଦେଖାଣିଆ ଭାବେ ନାଳସଫା କରି ଛାଡି ଦିଆଯାଉଛି। ପରିମଳ ସୁଧାରିବା ଲାଗି ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଉଛି। ତେବେ ତାହା ସବୁ ସରକାରୀ କାଗଜକଲମରେ ଚାଲିଛି, କୌଣସି ପରିବର୍ତ୍ତନ ନାହିଁ। ପୌର ନିର୍ବାଚନ ପରେ ଜନପ୍ରତିନିଧି ଏଥିପ୍ରତି ଗୁରୁତ୍ୱ ଦେବା ପରିବର୍ତ୍ତେ ସଭାସମିତିରେ ସୀମିତ ରହିଛନ୍ତି ବୋଲି ସାମାଜିକ କର୍ମୀ ଆଶିଷ ବୁଧିରେନ୍ଦ୍ର କହିଛନ୍ତି। ଅନ୍ୟପକ୍ଷରେ ଏନେଇ ପୌର ଉପାଧ୍ୟକ୍ଷ ସୌର୍ଯ୍ୟ ରଞ୍ଜନ ମହାନ୍ତି କୁହନ୍ତି, ବର୍ଷା ଦିନ ପୂର୍ବରୁ ଡ୍ରେନ ସଫା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri