ନିଷ୍କାସନ ପଥ ବନ୍ଦ, ରାସ୍ତାରେ ଲହଡ଼ି ମାରୁଛି ଆବର୍ଜନା ପାଣି

ଖଣ୍ଡପଡ଼ା,୨୮ା୭(ଅଜୟ କୁମାର ମହାରଣା): ବିପର୍ଯ୍ୟସ୍ତ ଡ୍ରେନେଜ ବ୍ୟବସ୍ଥା ଯୋଗୁ ଖଣ୍ଡପଡ଼ା ବ୍ଳକ ବେଣାଗାଡିଆ ପଞ୍ଚାୟତ ଅଧୀନ ବେଣାଗାଡିଆ ଛକ ପୂର୍ତ୍ତ ବିଭାଗ ରାସ୍ତାଠାରୁ ତେନ୍ତୁଳାପଲ୍ଲୀ ଗ୍ରାମକୁ ସଂଯୋଗ କରୁଥିବା ରାସ୍ତା ପରିତ୍ୟକ୍ତ ଅବସ୍ଥାରେ ରହିଛି। ରାସ୍ତାର ଉଭୟ ପାର୍ଶ୍ୱରେ ଡ୍ରେନେଜ ବ୍ୟବସ୍ଥା ନ ଥିବାରୁ ଗ୍ରାମର ଉଦ୍‌ବୃତ ପାଣି ଓ ବର୍ଷା ଜଳ ନିଷ୍କାସନ ହୋଇ ନ ପାରି ବହୁଦିନ ଧରି ରାସ୍ତା ଉପରେ ଲହଡି ମାରୁଛି। ଅପରପକ୍ଷେ, ବେଣାଗାଡିଆ ଛକଠାରୁ ହାଇସ୍କୁଲ ରାସ୍ତା ଦେଇ ପଞ୍ଚାୟତ କାର୍ଯ୍ୟାଳୟ ପର୍ଯ୍ୟନ୍ତ ପ୍ରାୟ ୪ ଶହ ମିଟର ରାସ୍ତାରେ ଆବଶ୍ୟକ ରକ୍ଷଣାବେକ୍ଷଣ ଅଭାବରୁ ଖାଲଖମା ସୃଷ୍ଟି ହୋଇଛି। ସେଠାରେ ବର୍ଷାଜଳ ଜମା ହୋଇ ଗମନାଗମନରେ ସମସ୍ୟା ସୃଷ୍ଟି କରୁଛି। ଫଳରେ ପ୍ରତ୍ୟେହ ଉକ୍ତ ରାସ୍ତା ଦେଇ ଯାତାୟତ କରୁଥିବା ସାହି ବାସିନ୍ଦା, ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ସହ ଜନସାଧାରଣ ଅକଥନୀୟ ଦୁର୍ଦ୍ଦଶା ଭୋଗୁଛନ୍ତି। ଏ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଉଛି। ବର୍ଷା ଜଳ ନିଷ୍କାସନ ନିମନ୍ତେ ବହୁ ବର୍ଷ ପୂର୍ବେ ଉକ୍ତ ରାସ୍ତାରେ ୩ କଲର୍ଭଟ ନିର୍ମାଣ କରାଯାଇଥିଲା। ମାତ୍ର ରକ୍ଷଣାବେକ୍ଷଣ ଅଭାବରୁ ଉକ୍ତ କଲର୍ଭଟ ପୋତି ହୋଇଯିବା ସହ ସ୍ଥାନୀୟ କେତେଜଣ ବ୍ୟକ୍ତିଙ୍କ କବଜାରେ ରହି ଗୃହ ସଂପ୍ରସାରଣ କରାଯାଇଛି। ବର୍ଷ ବର୍ଷ ଧରି ପଞ୍ଚାୟତ କର୍ତ୍ତୃପକ୍ଷ ଏ ଦିଗରେ ଧ୍ୟାନ ଦେଉ ନ ଥିବାରୁ ଏଭଳି ପରିସ୍ଥିତି ସୃଷ୍ଟି ହେଉଥିବା ଅଭିଯୋଗ ହେଉଛି। ଅପରପକ୍ଷେ ଖଣ୍ଡପଡା- ବାଣପୁର ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତା ବେଣାଗାଡିଆ ଛକ ସମ୍ପ୍ରତି ଡ୍ରେନ ପାଣି ନିଷ୍କାସନ ହୋଇ ନ ପାରି ପ୍ରଦୂଷିତ ପରିବେଶ ସୃଷ୍ଟି ହୋଇଛି। ରାସ୍ତା କଡରେ ଥିବା ବିଭିନ୍ନ ଦୋକାନ ବଜାରର ବର୍ଜବସ୍ତୁ, ଜଳଖିଆ ଦୋକାନର ପତ୍ର, ଠୁଙ୍ଗା, ପଲିଥିନ ଜରି ଆଦି ଜମି ନିଷ୍କାସନ ପଥରେ ଅଟକି ରହିଛି। ଏଥିପାଇଁ ନର୍ଦ୍ଦମା ପାଣି ରାସ୍ତା ଉପର ଦେଇ ପ୍ରବାହିତ ହେଉଥିବାରୁ ସାଧାରଣରେ ଅସନ୍ତେଷ ପ୍ରକାଶ ପାଇଛି। ଏହି ଦୂଷିତ ପରିବେଶରେ ମଶା ମାଛିଙ୍କ ବଂଶ ବୃଦ୍ଧି ଘଟି ଡେଙ୍ଗୁ ରୋଗ ବ୍ୟାପୀବାର ଆଶଙ୍କା ପ୍ରକାଶ ପାଇଛି। ବୃହତର ସ୍ବାର୍ଥକୁ ଦୃଷ୍ଟିରେ ରଖି ରାସ୍ତା ପାର୍ଶ୍ୱରେ ଡ୍ରେନ ନିର୍ମାଣ ନିମନ୍ତେ ପଞ୍ଚାୟତ କର୍ତ୍ତୃପକ୍ଷ, ଖଣ୍ଡପଡ଼ା ବ୍ଳକ ପ୍ରଶାସନ ଓ ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

ବିପଦ ସଙ୍କେତ ଟପିଲା ବୈତରଣୀ, ସାଳନ୍ଦୀ ନଦୀ: ଭଦ୍ରକରେ ପୁଣି ବନ୍ୟା

ଭଦ୍ରକ,୨୫।୯(ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ବୁଡାଉ ଥିବା ୨ ପ୍ରମୁଖ ନଦୀରେ ଶୁକ୍ରବାର ପୁଣି ବନ୍ୟା ଆସିଛି l ବୁଧବାର ରାତିରୁ କ୍ରମାଗତ ବର୍ଷା ଲାଗି…

୩୦ ତାରିଖରେ ନୁହେଁ ଆଜି ଆସିବ ସାଲାରୀ ଟଙ୍କା, ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର

ନୂଆଦିଲ୍‌ଲୀ,୨୫।୯: ସରକାରୀ କର୍ମଚାରୀଙ୍କ ପାଇଁ ସେପ୍ଟେମ୍ୱର ମାସ ଦୁଇଗୁଣ ଖୁସି ନେଇ ଆସିଛି। ସାଧାରଣତଃ ମାସର ଶେଷ ତାରିଖ ଅର୍ଥାତ ୩୦ କିମ୍ୱା ୩୧ ତାରିଖରେ ମିଳୁଥିବା…

ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଭୁବନେଶ୍ୱର,୨୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

ଏଡ୍‌ସକୁ ନେଇ ଭ୍ରାନ୍ତ ଧାରଣା ଦୂର ହେବା ଜରୁରୀ: କୁଇଜ ପ୍ରତିଯୋଗିତା ଆୟୋଜିତ

ବଲାଙ୍ଗୀର, ୨୫।୯ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସରକାରୀ ମହାବିଦ୍ୟାଳୟ ପରିସରରେ ଶୁକ୍ରବାର ଏଡ୍ସ ସଚେତନତା ଓ ସମ୍ବେଦନଶୀଳତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ଜିଲା ମୁଖ୍ୟ…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?