ହୀରାକୁଦର ୨୦ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୫ା୮(ଶୁଭାଶିଷ ପାଢୀ)ହୀରାକୁଦ ଡ୍ୟାମ୍‌ ଉପରମୁଣ୍ଡ ଛତିଶଗଡ଼ରେ ପ୍ରବଳ ବର୍ଷା ହେବାରୁ ଜଳଭଣ୍ଡାରକୁ ଜଳ ପ୍ରବେଶ ପରିମାଣ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଶନିବାର ବାମପାର୍ଶ୍ୱର ୧୩ ଓ ଡାହାଣପାର୍ଶ୍ୱର ୭ ଗେଟ୍‌ ଖୋଲାଯାଇଛି। ଫଳରେ ଏବେ ମୋଟ ୨୦ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି। ଡ୍ୟାମ୍‌ର ଜଳସ୍ତର କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି। ରାତି ୯ଟା ସୁଦ୍ଧା ଜଳଭଣ୍ଡାରରେ ଜଳସ୍ତର ୬୨୧.୭୫ ଫୁଟ୍‌ ରହିଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ
୪ ଲକ୍ଷ ୩୮ ହଜାର ୨୮୦ କ୍ୟୁସେକ ଜଳ ପ୍ରବେଶ କରୁଛି। ସେହିପରି ସ୍ପିଲ୍‌ୱେ, ପାୱାର ଚ୍ୟାନେଲ, କୃଷି, ଶିଳ୍ପକୁ ମୋଟ ୩ଲକ୍ଷ ୫୫ ହଜାର ୪୩୧ କ୍ୟୁସେକ ବନ୍ୟାଜଳ ନିଷ୍କାସନ ହେଉଛି। ତଳମୁଣ୍ଡ ବେଲଗଁାରେ ୧୮ହଜାର ୫୦୦, ପର୍ଥଲାରେ ୬୫ ହଜାର ୩୦୦, ଖଇରମାଲରେ ୩ ଲକ୍ଷ ୪୦ ହଜାର, ବରମୂଳାରେ ୨ଲକ୍ଷ ୬୨ହଜାର, ମୁଣ୍ଡୁଳୀରେ ୩ ଲକ୍ଷ ୧୮ ହଜାର ୩୨ କ୍ୟୁସେକ ଜଳ ପ୍ରବାହିତ ହେଉଛି। ସୂଚନାଯୋଗ୍ୟ ହୀରାକୁଦ ଜଳଭଣ୍ଡାରରେ ସର୍ବାଧିକ ଜଳଧାରଣ କ୍ଷମତା ୬୩୦ଫୁଟ୍‌ ରହିଛି। ଶନିବାର ସନ୍ଧ୍ୟା ସୁଦ୍ଧା ଜଳସ୍ତର ପାଖାପାଖି ୬୨୨ଫୁଟ୍‌ରେ ପହଞ୍ଚତ୍ଛି। ଉପରମୁଣ୍ଡରେ ବର୍ଷା ଲାଗିରହିଥିବାରୁ ପ୍ରତି ସେକେଣ୍ଡରେ ଯେଉଁ ପରିମାଣରେ ଜଳ ପ୍ରବେଶ କରୁଛି ଶୀଘ୍ର ଜଳଭଣ୍ଡାର କ୍ଷମତା ନିକଟତର ହେବା ଆଶା କରାଯାଉଛି। ଜଳ ପରିଚାଳନା ପାଇଁ ଅଧିକ ଗେଟ୍‌ ଖୋଲାଯାଇପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବରୁ ଛକି ବସିଥିଲା ସିବିଆଇ, ଲାଞ୍ଚ ନେଉଥିବାବେଳେ ଏମସିଏଲ ସିକ୍ୟୁରିଟି ଇନ୍ସପେକ୍ଟରଙ୍କ ଉପରେ ହଠାତ୍‌ ହେଲା ଚଢ଼ାଉ

ଝାରସୁଗୁଡା,୧୧।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ବ୍ରଜରାଜନଗର ସ୍ଥିତ ଏମସିଏଲ ଓରିଏଣ୍ଟ ଏରିଆରେ ଗୁରୁବାର ଅପରାହ୍ନରେ ସିବିଆଇ ରେଡ୍‌ ଦେଖିବାକୁ ମିଳିଛି। ଡ୍ୟୁଟି ଆଲର୍ଟ କରିବା ନାଁରେ…

ଟ୍ରାକ୍ଟର ଚାପାରେ ଶ୍ରମିକ ମୃତ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

କୋକସରା,୧୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ସିଉନୀ-ପାତ୍ରବସା ରାସ୍ତାରେ ଟ୍ରାକ୍ଟର ଟ୍ରଲି ତଳେ ଚାପି ହୋଇ ଗୁରୁତର ହୋଇଥିବା ଜଣେ…

Extremely Severe Alert: ଆପଣଙ୍କ ଫୋନରେ ଖୁବ ଜୋରରେ ଶବ୍ଦ ସହ ଆସିଥିଲା କି ଆଲର୍ଟ? ଜାଣନ୍ତୁ ଏହାର ଅର୍ଥ କ’ଣ

ନୂଆଦିଲ୍ଲୀ,୧୧।୬; ଯଦି ଆପଣଙ୍କ ମୋବାଇଲ ସ୍କ୍ରିନରେ ହଠାତ ‘ଅତ୍ୟନ୍ତ ଗମ୍ଭୀର ସତର୍କତା’ ଲେଖାଥିବା ଏକ ପପ-ଅପ ମେସେଜ ଝଲସି ଉଠେ, ଏବଂ ତା ସହିତ ଏକ ଜୋରରେ…

ଅବୁଜବାହାଲ ପଥର କ୍ୱାରୀରୁ ସସ୍‌ପେନସନ ଆଦେଶ ପ୍ରତ୍ୟାହାର କଲା ଖଣିବିଭାଗ, ରଖିଲା ଏମିତି ସର୍ତ୍ତ

କର୍ଲାମୁଣ୍ଡା, ୧୧।୬(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତର ଅବୁଜବାହାଲଠାରେ ଥିବା ପଥର କ୍ୱାରୀ -୨ ଉପରେ ଖଣି ବିଭାଗ ଗତ ତା…

ଘୋଷଣା ହେଲା ୨୦୨୭ ICC ବିଶ୍ୱକପ ତାରିଖ! ଅକ୍ଟୋବର ୪ରୁ ମହାଲଢ଼େଇ, ଜାଣନ୍ତୁ କେବେ, କେଉଁଠି ଖେଳାଯିବ ଫାଇନାଲ

ନୂଆଦିଲ୍ଲୀ,୧୧।୬: ଆସନ୍ତା ବର୍ଷ ଦକ୍ଷିଣ ଆଫ୍ରିକା, ଜିମ୍ବାୱେ ଏବଂ ନାମ୍ବିଆରେ ଆୟୋଜିତ ହେବାକୁ ଥିବା ୫୦-ଓଭର ବିଶ୍ୱକପକୁ ନେଇ ଏକ ବଡ଼ ଅପଡେଟ ସାମ୍ନାକୁ ଆସିଛି। ରିପୋର୍ଟ…

ଅବସର ନେବେ ଅକ୍ଷୟ କୁମାର!

ମୁମ୍ବାଇ: ଅକ୍ଷୟ କୁମାରଙ୍କ ଫିଲ୍ମ ‘ୱେଲକମ ଟୁ ଦି ଜଙ୍ଗଲ’ର ଟ୍ରେଲର ରିଲିଜ ହୋଇଛି ଏବଂ ଦର୍ଶକଙ୍କଠାରୁ ଏକ ଚମତ୍କାର ପ୍ରତିକ୍ରିୟା ପାଉଛନ୍ତି; ଅକ୍ଷୟଙ୍କ ପ୍ରଶଂସକମାନେ ଏହାକୁ…

ରଜ ଖୁସିକୁ ଦ୍ୱିଗୁଣିତ କଲେ ଆଇପିଓ ଆକର୍ଷ ରଞ୍ଜନ; ବାଳାଶ୍ରମ ଶିଶୁଙ୍କୁ ମଲକୁ ନେଇ ନୂଆ ପୋଷାକ କିଣାଇଲେ…

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୧୧।୬: ରଜ ପର୍ବର ଆଗମନ ସହ ଉତ୍ସବମୁଖର ପରିବେଶ ମଧ୍ୟରେ ଉତ୍କଳ ବାଳାଶ୍ରମର ଶିଶୁମାନଙ୍କ ପାଇଁ ଏକ ସ୍ମରଣୀୟ ଦିନ ସୃଷ୍ଟି କରିଛନ୍ତି ଆଇପିଓ…

ସକ୍ରିୟ ହେଲା ଅଲ ନିନୋ: ମରୁଡ଼ି, ବନ୍ୟା ,ଭୟଙ୍କର ମହାବିନାଶ! ଓଡ଼ିଶାରେ…

ଭୁବନେଶ୍ୱର, ୧୧।୬: ପ୍ରଶାନ୍ତ ମହାସାଗରରେ ‘ଅଲ ନିନୋ’ ସକ୍ରିୟ ହୋଇଯାଇଛି। ବିଶ୍ୱ ପାଣିପାଗ ସଂଗଠନ (WMO) ଏବଂ ପାଣିପାଗ ଏଜେନ୍ସିଗୁଡ଼ିକ ଅନୁଯାୟୀ, ଏହାର ପ୍ରଭାବରେ ସାରା ବିଶ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri