ରାସ୍ତାରେ ଡ୍ରେନ୍‌ ପାଣି, ଯାତାୟାତ ବାଧାପ୍ରାପ୍ତ

ଜଟଣୀ,୧୬ ।୨(ଡି.ଏନ୍‌.ଏ.) ଖୋର୍ଦ୍ଧା ଜିଲା ଜଟଣୀ ସହରରେ ଅନେକ ନୂତନ ଆପାର୍ଟମେଣ୍ଟ ଓ ସାହିବସ୍ତି ଗଢ଼ିଉଠିଛି। ଏଠାରେ ଗୃହ ନିର୍ମାଣ ପୂର୍ବରୁ ସରକାରୀ ନିୟମ ଉଲ୍ଲଂଘନ କରାଯାଉଛି। ରାସ୍ତା ଏବଂ ଡ୍ରେନ୍‌ ଉପରେ ଅବରୋଧ ଯୋଗୁ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଜଟଣୀ ପୌରାଞ୍ଚଳ ରାମଚନ୍ଦ୍ରପୁର ମୌଜାର ୧୦ନଂ. ଓ୍ବାର୍ଡ ଅଧୀନ କୃପାସିନ୍ଧୁନଗର ରାସ୍ତାରେ ଡ୍ରେନ୍‌ ପାଣି ଜମି ରହି ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି କରୁଛି। ଏଥିସହ ଲୋକେ ଯାତାୟାତରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ, କୃପାସିନ୍ଧୁନଗରରେ ବସବାସ କରୁଥିବା ୨୦୦ରୁ ଊର୍ଦ୍ଧ୍ୱ ଲୋକ ପ୍ରାୟ ୧ମାସ ହେବ ରାସ୍ତାରେ ଥିବା ଡ୍ରେନ ପାଣିରେ ଯାତାୟାତ କରୁଛନ୍ତି। ସ୍ଥାନୀୟ ଅଞ୍ଚଳର ଉପର ମୁଣ୍ଡରୁ ଡ୍ରେନ ମଇଳା ପାଣି ତଳମୁଣ୍ଡ ଅଞ୍ଚଳକୁ ଆସୁଥିବାରୁ ଏଭଳି ପରିସ୍ଥିତି ଉପୁଜୁଛି। କୃପାସିନ୍ଧୁନଗର ଅଞ୍ଚଳରେ ଡ୍ରେନ ନିର୍ମାଣ କରିବା ପାଇଁ ସ୍ଥାନୀୟ ଲୋକେ ପୌର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ନିକଟରେ ଦାବି କରିଛନ୍ତି। ଏନେଇ କାର୍ଯ୍ୟନିର୍ବାହୀ ଅଧୀକାରୀ ଦିଲ୍ଲୀପ ମହାନ୍ତି କହିଛନ୍ତି, ଚାଷଜମିରେ ପ୍ରଶାସନ ପକ୍ଷରୁ ଡ୍ରେନ ନିର୍ମାଣ ହୋଇପାରିବ ନାହିଁ। ଉପଭୋକ୍ତାମାନେ ସୋସାଇଟି ଗଠନ କରି ସେମାନେ ନିଜ ଜାଗା ପୌର ପ୍ରଶାସନକୁ ଆଇନତଃ ହସ୍ତାନ୍ତର କରିବେ, ତେବେ ପୌର ପ୍ରଶାସନ ପକ୍ଷରୁ ସେଠାରେ ଡ୍ରେନ ନିର୍ମାଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri