ପୁଇଁତୋଳାରେ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ, ମଇଳା ପାଣି ଜମୁଥିବାରୁ ହନ୍ତସନ୍ତ….

ଗଞ୍ଜାମ, ୨୯।୬ (ବିଦ୍ୟାଧର ସାହୁ ): ଗଞ୍ଜାମ ସହର ମଧ୍ୟରେ ଥିବା ବିଭିନ୍ନ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି । ଏହି ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ ତଥା ଜାତୀୟ ରାଜପଥ ପାର୍ଶ୍ଵ ଡ୍ରେନେଜ ବ୍ୟବସ୍ଥା ନଥିବା ଯୋଗୁଁ ନାହିଁ ନଥିବା ଅସୁବିଧା ଭୋଗ କରୁଛନ୍ତି ଅଞ୍ଚଳବାସୀ । ଘର ଏବଂ ସେଠାରେ ପେଟ ପାଟଣା ପାଇଁ ଗଢି ଉଠିଥିବା ଦୋକାନର ବ୍ୟବହୃତ ପାଣି ସବୁ ରାସ୍ତାରେ ଭାସୁଥିବା ଦେଖିବାକୁ ମିଳିଛି । ଦୀର୍ଘ ଦିନ ଧରି ଜମିଥିବା ଆବର୍ଜନା ମଇଳା ପାଣି ଦ୍ୱାରା ମଶାମାଛି ଉପଦ୍ରବ ବୃଦ୍ଧିବା ସହ ଅପ୍ରତିକାର ପରିବେଶ ସୃଷ୍ଟି ହେଉଛି । ଏହା ଦ୍ୱାରା ରୋଗ ବ୍ୟାପିବା ନିଶ୍ଚିତ ବୋଲି ସାହି ବାସିନ୍ଦା ଅଭିଯୋଗ କରିଛନ୍ତି ।

ସାହି ବାସିନ୍ଦା ଏନେଇ ଏନଏସି ପ୍ରଶାସନ ଠାରେ ବାରମ୍ବାର ଅଭିଯୋଗ କରି ଆସୁଥିଲେ ସୁଦ୍ଧା କୌଣସି ସୁଫଳ ମିଳୁ ନଥିବା ଭିକାରି ତରାଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ବର୍ଷା ଦିନ ହେଲେ ସମସ୍ୟା ଦ୍ଵିଗୁଣିତ ହୋଇ ପଡୁଛି । ବର୍ଷା ପାଣି ଘରେ ପଶୁଛି । ଲୋକ ଦେଖାଣିଆ ଭାବେ ଜେସିବି ଲଗେଇ ଟିକେ ଆଡେଇ ଦେଇ ଚାଲି ଯାଉଥିବା ସେ କହିଛନ୍ତି । ମୋଟା ଅଙ୍କର ବିଲ୍ କରି ତଳସ୍ତରରୁ ଉପର ସ୍ତର ପର୍ଯ୍ୟନ୍ତ ଭାଗ ବାଣ୍ଟି ଚୁଳ କରାଯାଉଥିବା ଅଞ୍ଚଳବାସୀ କହିଛନ୍ତି ।

ଅନ୍ୟପଟେ ସହରର ମୁଖ୍ୟ ନାଳ କଥା ନ କହିଲେ ଭଲ । ସ୍ଥାୟୀ ପ୍ରତିକାର ବଦଳରେ ସେମିତି ଟିକେ ଆଡେଇ ଚୁପ ରହିଯାଉଛି ଏନଏସି ପ୍ରଶାସନ । ଏସମ୍ପର୍କରେ ଇଓ ଅପର୍ଣ୍ଣା ଡାଙ୍ଗୁଆକୁ ପଚାରିବାରେ ଟେଣ୍ଡର ପ୍ରକ୍ରିୟା ସରିଛି ଖୁବ ଶୀଘ୍ର କାମ ଆରମ୍ଭ ହେବ ବୋଲି ସେ କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri