ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟୟ, ଲହଡ଼ି ମାରୁଛି ବର୍ଷା ପାଣି

କୋକସରା,୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଲଗାଣ ବର୍ଷା ଯୋଗୁ ଜନଜୀବନ ଏକ ପ୍ରକାର ଅସ୍ତବ୍ୟସ୍ତ ହୋଇ ପଡ଼ିଥିବା ବେଳେ ମୁକୁଳା ଡ୍ରେନରୁ ବର୍ଷା ପାଣି ନିଷ୍କାସନ ହୋଇ ନ ପାରି ରାସ୍ତାକଡ଼ରେ ଥିବା ଦୋକାନ ଆଗରେ ଲହଡ଼ି ମାରୁଛି। ଏପରି କିଛି ଚିତ୍ର ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା କୋକସରା ବ୍ଲକ ସଦର କୋକସରା ପଞ୍ଚାୟତରେ।

କୋକସରା ବ୍ଲକ ମୁଖ୍ୟାଳୟ ହୋଇଥିବା ବେଳେ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟୟ ହୋଇପଡ଼ିବାରୁ ମୁକୁଳା ଡ୍ରେନ୍‌ର ବର୍ଷାପାଣି ନିଷ୍କାସନ ହୋଇ ନ ପାରି ମୁଖ୍ୟ ରାସ୍ତାରେ ଲହଡ଼ି ମାରୁଛି। ଫଳରେ ଜନସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କୋକସରା ପଞ୍ଚାୟତ ପକ୍ଷରୁ ବର୍ଷାଦିନ ପୂର୍ବରୁ ଡ୍ରେନ୍‌ଗୁଡ଼ିକ ସଫା କରାଯାଉ ନ ଥିବାରୁ ଅନେକ ସ୍ଥାନରେ ଡ୍ରେନ ପୋତି ହୋଇପଡ଼ିଛି। ଫଳରେ ବର୍ଷା ଦିନରେ ପାଣି ନିଷ୍କାସନ ହୋଇ ନ ପାରି ରାସ୍ତାରେ ଡ୍ରେନ୍‌ର ଦୂଷିତ ପାଣି ବୋହୁଛି। ମୁଖ୍ୟ ରାସ୍ତାର ଉଭୟ ପାର୍ଶ୍ୱରେ ଅନେକ ଦୋକାନ, ବଜାର, ହୋଟେଲ ରହିଥିବା ବେଳେ ବର୍ଜ୍ୟବସ୍ତୁକୁ ଡ୍ରେନ୍‌ରେ ପକାଇବା ଫଳରେ ଡ୍ରେନ୍‌ ପୋତି ହେଉଥିବା ମଧ୍ୟ ଏହାର ମୁଖ୍ୟ କାରଣ ସାଜିଛି। ପଞ୍ଚାୟତ ପକ୍ଷରୁ କୌଣସି ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେଉ ନ ଥିବାରୁ ଦୋକାନୀମାନେ ସଚେତନ ହେଉନାହାନ୍ତି। ଏନେଇ କୋକସରା ପିଇଓ ଭବିଷ୍ୟ ପଟେଲଙ୍କ ପ୍ରତିକ୍ରିୟା ନେବାରୁ ଦୋକାନୀମାନଙ୍କୁ ବାରମ୍ବାର ପଞ୍ଚାୟତ ପକ୍ଷରୁ କହିବା ସତ୍ତ୍ୱେ ମଇଳା ଆବର୍ଜନାକୁ ଡ୍ରେନରେ ପକାଉଛନ୍ତି। ଫଳରେ ଏଭଳି ସମସ୍ୟା ଦେଖାଦେଇଛି। ଆଗକୁ ବର୍ଷା କମିବା ପରେ ପୁଣି ଡ୍ରେନ୍‌ ସଫା କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri