ଡ୍ରେନେଜ ବ୍ୟବସ୍ଥା ଢିଲା, ନିଷ୍କାସନ ହୋଇପାରୁନି ବର୍ଷାଜଳ

ଗଞ୍ଜାମ,୧୧ା୭(ବିଦ୍ୟାଧର ସାହୁ): ଦୀର୍ଘବର୍ଷ ହେବ ଗଞ୍ଜାମ ଏନ୍‌ଏସିରେ ଡ୍ରେନେଜ ବ୍ୟବସ୍ଥା ଭୁଶୁଡି ପଡ଼ିଥିବା ଜଣାପଡ଼ିଛି। ଯାହା ଫଳରେ ବର୍ଷାଦିନ ହେଲେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ସହରବାସୀ। ବିଭିନ୍ନ ଓ୍ବାର୍ଡର ଡ୍ରେନେଜଗୁଡ଼ିକ ଠିକ୍‌ ନ ଥିବା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁନାହିଁ। ଗତ ଦୁଇଦିନ ଧରି ଲଗାଣ ବର୍ଷା ହେବାରୁ ସହରର ବିଭିନ୍ନ ସ୍ଥାନରେ ଉକ୍ତ ବର୍ଷାଜଳ ଜମି ରହିଥିବା ଦେଖିବାକୁ ମିଳିଛି l ଦୀର୍ଘଦିନ ପର୍ଯ୍ୟନ୍ତ ବର୍ଷାଜଳ ଜମି ରହି ଅପ୍ରୀତିକାର ପରିସ୍ଥିତି ସୃଷ୍ଟି ହେବା ସହ ମଶାମାଛିଙ୍କ ଉପଦ୍ରବ ବୃଦ୍ଧି ପାଉଛି l ସ୍କୁଲ ଛାତ୍ରୀଛାତ୍ରଠାରୁ ଆରମ୍ଭ କରି ଜନସାଧାରଣ ସେହି ମଇଳା ପାଣିରେ ଯିବା ଆସିବା କରିବାକୁ ବାଧ୍ୟ ହେଉଛନ୍ତି l ବିଶେଷ କରି ପୁଇଁତୋଳା ନୂଆସାହିଠାରେ ବର୍ଷାଜଳ ଲହଡ଼ି ଭାଙ୍ଗୁଥିବା ଦେଖିବାକୁ ମିଳିଛି। ଉକ୍ତ ବର୍ଷାଜଳ ନିଷ୍କାସିତ ହେବା ଲାଗି କୌଣସି ବିକଳ୍ପ ବ୍ୟବସ୍ଥା ନାହିଁ କେବଳ ଲଗାତର ଏକସପ୍ତାହରୁ ଊର୍ଦ୍ଧ୍ୱ ଖରା ହେଲେ ହିଁ ସେହି ବର୍ଷାଜଳ ଶୁଖିଥିବା ଜଣାପଡ଼ିଛି l ଏଥିସହ ସହରର ମୁଖ୍ୟ ଡ୍ରେନ୍‌ ସମସ୍ୟା ନ କହିଲେ ଭଲ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..

ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?