ଡ୍ରେନ୍‌, ଶୌଚାଳୟ ସମସ୍ୟାରେ ସ୍ଥାନୀୟ ବାସିନ୍ଦା

ବ୍ରହ୍ମପୁର ଅଫିସ,୨।୩ ବ୍ରହ୍ମପୁର ମହାନଗର ନିଗମ ଅନ୍ତର୍ଗତ ୩୨ ନଂ. ୱାର୍ଡ, ଯାହାକି ବର୍ତ୍ତମାନ ୩୪ ନଂ. ୱାର୍ଡରେ ପରିଣତ ହୋଇଛି। ଏହି ୱାର୍ଡରେ ଭୋଟର ସଂଖ୍ୟା ୬୦୩୫। ପୁରୁଷ ୩୦୦୩ ଓ ମହିଳା ଭୋଟର ସଂଖ୍ୟା ୩୦୩୨ ରହିଛି। ଏହି ୱାର୍ଡରେ ଗୋଇଲୁଣ୍ଡି, ଗୋଇଲୁଣ୍ଡି ବଡ ସାହି, ଶାନ୍ତି ନଗର, ଭାବା ନଗର, ବିଦ୍ୟାନଗର, ଶ୍ରୀନଗର, ବାଗଦେବୀ ମୁଖ୍ୟ ରାସ୍ତା ଓ ଭାବା ନଗର ୩ୟ ଲାଇନ ରହିଛି। ତେବେ ଉକ୍ତ ୱାର୍ଡରେ ଡ୍ରେନ୍‌ ସମସ୍ୟା ସାଙ୍ଗକୁ ଶୌଚାଳୟ ମୁଖ୍ୟ ସମସ୍ୟା ରହିଛି। ଦୀର୍ଘ ଦିନ ଧରି ସ୍ଥାନୀୟ ବାସିନ୍ଦାଙ୍କ ପକ୍ଷରୁ ଶୌଚାଳୟ ନିର୍ମାଣ ନିମନ୍ତେ ଦାବି ହୋଇ ଆସୁଥିଲେ ସୁଦ୍ଧା ବର୍ତ୍ତମାନ ତାହା ନିର୍ମାଣ ହୋଇପାରି ନାହିଁ। ୱାର୍ଡରେ ଥିବା ଏକ ପୋଖରୀ ନିକଟରେ ଶୌଚାଳୟ ନିର୍ମାଣ ନିମନ୍ତେ ଶିଳାନ୍ୟାସ ସହ କାର୍ଯ୍ୟ ଆରମ୍ଭ ହୋଇଥିଲା। କିନ୍ତୁ କୌଣସି କାରଣରୁ ବର୍ତ୍ତମାନ ଏହି ଶୌଚାଳୟ ଅର୍ଦ୍ଧନିର୍ମିତ ଅବସ୍ଥାରେ ରହିଛି। ଯାହାଦ୍ୱାରା ସ୍ଥାନୀୟ ବାସିନ୍ଦା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଏପରି କି ଏହି ୱାର୍ଡରେ ମୋ ପାଇଖାନା ମୋ ସ୍ବାଭିମାନ ଯୋଜନାରେ ପାଇଖାନା ନିର୍ମାଣ କରାଯାଇଛି। କିନ୍ତୁ ଏଠାରେ ପାନୀୟ ଜଳ ସୁବିଧା ନ ଥିବାରୁ ଏହା ବ୍ୟବହାର ଉପଯୋଗୀ ହୋଇପାରୁ ନାହିଁ। ଏଭଳି ଭାବେ ୱାର୍ଡରେ ଥିବା ପୋଖରୀଟି ପରିଷ୍କାର ପରିଚ୍ଛନ୍ନ ରଖାଯାଉ ନ ଥିବା ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି। ଯାହାଦ୍ୱାରା ପୋଖରୀ ଉପରେ ନିର୍ଭର କରୁଥିବା ବାସିନ୍ଦା ସମସ୍ୟାର ସମ୍ମୁଖୀନ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର

ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ…

ଏସ୍‌ଇବିସି ପାଇଁ କମିଶନ ଗଢ଼ିଲେ ସରକାର

ଭୁବନେଶ୍ୱର, ୮।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକରେ(ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ…

‘ଇଣ୍ଡି’ ମେଣ୍ଟର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଅଖଚକ ସବୁ ବନ୍ଦ

ଭୁବନେଶ୍ୱର,୮।୧୦: ଗୁରୁବାର ସକାଳୁ ସକାଳୁ ସାରା ଓଡ଼ିଶାରେ ‘ଓଡ଼ିଶା ବନ୍ଦ’ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ୪ଦଫା ଦାବିରେ କଂଗ୍ରେସ ସହ ୯ଟି ବିରୋଧି ଦଳ ଏହି…

ଆଜି ଓଡ଼ିଶା ବନ୍ଦ

ଭୁବନେଶ୍ୱର, ୮ା୧୦, (ରବିନାରାୟଣ ଜେନା): କଂଗ୍ରେସ ନେତୃତ୍ୱରେ ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ୪ ଦଫା ଦାବି ନେଇ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ…

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?