ପରଲୋକରେ ନାଟ୍ୟ ନିର୍ଦ୍ଦେଶକ ପୁଲିନ୍‌ ବିହାରୀ ମାନସିଂହ

ଭୁବନେଶ୍ୱର,୧୫ା୭(ବ୍ୟୁରୋ): ଓଡ଼ିଶା ନାଟ୍ୟସଂଘର ଉପଦେଷ୍ଟା ତଥା ରାଉରକେଲାର ବରିଷ୍ଠ ନାଟ୍ୟ ନିର୍ଦ୍ଦେଶକ ଓ ଅଭିନେତା ପୁଲିନ୍‌ ବିହାରୀ ମାନସିଂହଙ୍କ ସୋମବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ତାଙ୍କୁ ୭୨ ବର୍ଷ ହୋଇଥିଲା। କିଛିଦିନ ଧରି ସେ ହୃଦ୍‌ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ତାଙ୍କ ମୃତ୍ୟୁ ଖବର ଜଣାପଡ଼ିବା ପରେ ଓଡ଼ିଶା ନାଟ୍ୟ ଜଗତରେ ଶୋକର ଛାୟା ଖେଳିଯାଇଛି।
ମାନସିଂହ ଓଡ଼ିଶାର ଜଣେ ବଳିଷ୍ଠ ନାଟ୍ୟ ନିର୍ଦ୍ଦେଶକ ଓ ଦକ୍ଷ ନାଟ୍ୟ ସଂଗଠକ ଭାବେ ପରିଚିତ। ରାଉରକେଲା କଳିଙ୍ଗ କଳା ପରିଷଦ ନାଟ୍ୟସଂସ୍ଥାର ସେ ଅନ୍ୟତମ ପ୍ରତିଷ୍ଠାତା। ଦୀର୍ଘ ୫୦ବର୍ଷ ଧରି ସେ ଓଡ଼ିଆ ମଞ୍ଚ ନାଟକର ଉନ୍ନତି ପାଇଁ ନିରବଚ୍ଛିନ୍ନ କାମ କରିଛନ୍ତି। ଶତାଧିକ ନାଟକର ନିର୍ଦ୍ଦେଶନା ଦେବାସହ କଳିଙ୍ଗ କଳା ପରିଷଦ ମାଧ୍ୟମରେ ପ୍ରତିବର୍ଷ ଶିଶୁ ନାଟକ ମହୋତ୍ସବ ଆୟୋଜନ କରି ଶତାଧିକ କଳାକାର ସୃଷ୍ଟି କରିଛନ୍ତି। ଏହାସହ ଶହଶହ ଛାତ୍ରୀଛାତ୍ରଙ୍କୁ ନାଟ୍ୟମନସ୍କ କରିବା ଦିଗରେ ତାଙ୍କର ଅତୁଳନୀୟ ଅବଦାନ ରହିଛି। ତାଙ୍କ ନେତୃତ୍ୱରେ ରାଉରକେଲାର ୨୪ଟି ନାଟ୍ୟାନୁଷ୍ଠାନର ସଦସ୍ୟମାନେ ଏକାଠି ହୋଇ ‘ଏକତ୍ର ରାଉରକେଲା’ ନାମରେ ଏକ ଅନୁଷ୍ଠାନ ଗଠନ କରିଥିଲେ। ଏହାର ସଭାପତିଭାବେ କାର୍ଯ୍ୟକରି ସେ ରାଉରକେଲାରେ ମଞ୍ଚ ନାଟକର ପ୍ରଚାର ପ୍ରସାରରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏଥିସହ ଶିକ୍ଷା, ସାମ୍ବାଦିକତା ଓ ରାଉରକେଲା ଇସ୍ପାତ କାରଖାନାର କର୍ମଚାରୀଭାବେ ସେ ନିଜ କର୍ତ୍ତବ୍ୟର ପରାକାଷ୍ଠା ଦେଖାଇଥିଲେ। ତାଙ୍କ ବିୟୋଗ ଓଡ଼ିଶା ନାଟ୍ୟଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ଓଡ଼ିଶା ନାଟ୍ୟସଂଘ ପକ୍ଷରୁ କୁହାଯାଇଛି। ଏଥିସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛି ସଂଘ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri