ନାବାଳିକାଙ୍କୁ ବଳାତ୍କାର କରି ନାଟକ ମାଷ୍ଟର ଗଲେ ୨୦ ବର୍ଷ ଜେଲ

ବ୍ରହ୍ମପୁର,୨୦।୩ (ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ ପୋକ୍‌ସୋ ଜଜ୍‌ ଗଣେଶ୍ୱର ପତି ମଙ୍ଗଳବାର ଏକ ବଳାତ୍କାର ମାମଲାରେ ଦୋଷୀଙ୍କୁ ୨୦ବର୍ଷ ଜେଲଦଣ୍ଡ ସହିତ ୧ଲକ୍ଷ ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦାୟ ଅଧିକ ୮ ମାସ କାରାଦଣ୍ଡ ଭୋଗିବାକୁ ଜଜ୍‌ ରାୟରେ ଉଲ୍ଲେଖ କରିଛନ୍ତି। ଦୋଷୀ ଜଣଙ୍କ ହେଲେ ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବାଲିଆସରା ଗ୍ରାମର ଭାରତଲୀଳା ନାଟକ ମାଷ୍ଟ୍ର କାଳିଆ ବିଶ୍ୱାଳ(୩୨)। ଅନ୍ୟପକ୍ଷରେ ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଦେବାକୁ ଜଜ୍‌ ଜିଲା ଆଇନ ସେବା ପ୍ରାଧିକରଣ ସଚିବ( ଡିଏଲଏସଏ)ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୨୦୧୯ରେ କାଳିଆ କେ. ନୂଆଗାଁ ଥାନା ଅଞ୍ଚଳର ଜଣେ ଆଦିବାସୀ ନାବାଳିକାଙ୍କୁ ପ୍ରହଲ୍ଲାଦ ନାଟକ ଶିକ୍ଷା ଦେବାକୁ ତାଙ୍କ ପରିବାର ଲୋକଙ୍କୁ କହିଥିଲେ। ଏ ବାବଦକୁ ମାସିକ କିଛି ଟଙ୍କା ଦେବେ ବୋଲି ପ୍ରତିଶ୍ରୁତି ଦେଇ ନାବାଳିକାଙ୍କୁ ସାଥିରେ ନେଇଯାଇଥିଲେ। ତାଙ୍କୁ ଆସ୍କା ପଲ୍ଲୀରେ ଏକ ଘର ଭଡ଼ା ନେଇ ରଖି ସେଠାରେ ବଳାତ୍କାର କରିଥିଲେ। ୨୦୨୧ ଏପ୍ରିଲ ୨୧ ତାରିଖରେ ପୀଡ଼ିତା ଜଣଙ୍କ ସେଠାରୁ କୌଶଳକ୍ରମେ ଖସି ଆସି ଘଟଣା ସମ୍ପର୍କରେ କେ. ନୂଆଗାଁ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.୧୭/୨୧ ରେ ଏକ ମାମଲା ରୁଜୁ କରିଥିଲା। ୪ ଦିନ ପରେ ଅଭିଯୁକ୍ତ କାଳିଆଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ତଦନ୍ତକାରୀ ଅଧିକାରୀ ତଥା ତତ୍କାଳୀନ ଚିକିଟି ଏସଡ଼ିପିଓ ସୁରେନ୍ଦ୍ର ନାଥ ମୁର୍ମୁ କୋର୍ଟରେ ଚାର୍ଜଶିଟ ଦାଖଲ କରିଥିଲେ। ୨୦୨୨ ଜୁଲାଇ ୧୫ ତାରିଖରେ ଅଭିଯୁକ୍ତଙ୍କୁ ହାଇକୋର୍ଟରୁ ଜାମିନ ମିଳିଥିଲା। ମାମଲାର ବିଚାର ବେଳେ ୯ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ରାୟ ପ୍ରକାଶ ବେଳେ କାଳିଆ ବିଶ୍ୱାଳ କୋର୍ଟରେ ହାଜର ହୋଇଥିଲେ। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ମୋହନ ସିଙ୍ଗାରୀ ମକଦ୍ଦମା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri