Video: ଭୟଙ୍କର ଦୃଶ୍ୟ: ଭୁଶୁଡ଼ିଲା ବିରାଟକାୟ ପୋଲ, ଦୁଇ ମୃତ

ନୂଆଦିଲ୍ଲୀ,୨୫ା୨: ମଙ୍ଗଳବାର ଦକ୍ଷିଣ କୋରିଆର ଏକ ଏକ୍ସପ୍ରେସୱେ ନିର୍ମାଣ ସ୍ଥାନରେ ଏକ ପୋଲ ଭୁଶୁଡ଼ି ପଡ଼ିବା ଫଳରେ ଦୁଇଜଣଙ୍କର ମୃତ୍ୟୁ ହୋଇଛି ଏବଂ ପାଞ୍ଚ ଜଣ ଆହତ ହୋଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ପୋଲର ଏକ ଅଂଶ ଖସି ପଡ଼ିବାର ଭୟଙ୍କର ଫୁଟେଜ୍ ପ୍ରସାରଣ କରିଛି। ଯାହା ଫଳରେ ସେଠାରେ ଏକ ବଡ ଅଞ୍ଚଳ ଧୂଆଁର ଆଚ୍ଛାଦିତ ହୋଇଯାଉଥିବା ଦେଖିବାକୁ ମିଳିଛି।

ଜାତୀୟ ଅଗ୍ନିଶମ ସଂସ୍ଥାର ଏକ ବିବୃତ୍ତି ଅନୁଯାୟୀ, ଦୁଇ ଜଣଙ୍କର ମୃତ୍ୟୁ ହୋଇଛି, ଚାରି ଜଣ ଗୁରୁତର ଆହତ ହୋଇଛନ୍ତି ଏବଂ ଜଣେ ସାମାନ୍ୟ ଆହତ ହୋଇଛନ୍ତି। କର୍ତ୍ତୃପକ୍ଷ ଏବେ ବି ଭଗ୍ନାବଶେଷ ତଳେ ଚାପି ହୋଇ ରହିଥିବା ତିନି ଜଣଙ୍କୁ ଖୋଜୁଛନ୍ତି, ଏହା ଆହୁରି ମଧ୍ୟ କହିଛି।

ଜଣେ ଆଭ୍ୟନ୍ତରୀଣ ମନ୍ତ୍ରଣାଳୟ ଅଧିକାରୀ ଏଏଫପିକୁ କହିଛନ୍ତି ଯେ ଆହତମାନଙ୍କୁ ଡାକ୍ତରଖାନାକୁ ପଠାଯାଉଛି। ଦକ୍ଷିଣ କୋରିଆର ରାଜଧାନୀରୁ ପ୍ରାୟ ୬୫ କିଲୋମିଟର (୪୦ ମାଇଲ) ଦକ୍ଷିଣରେ ଅନସେଓଙ୍ଗରେ ସକାଳ ପ୍ରାୟ ୯:୫୦ ସମୟରେ ଏହି ଘଟଣା ଘଟିଥିଲା।

କାର୍ଯ୍ୟକାରୀ ରାଷ୍ଟ୍ରପତି ଚୋଇ ସାଙ୍ଗ-ମୋକ୍ ଉଦ୍ଧାର କାର୍ଯ୍ୟ ପାଇଁ ସମସ୍ତ ଉପଲବ୍ଧ ସମ୍ବଳ ଏବଂ କର୍ମଚାରୀଙ୍କୁ ନିୟୋଜିତ କରିବା ପାଇଁ ଜରୁରୀ ନିର୍ଦ୍ଦେଶ ଜାରି କରିଛନ୍ତି। ସିଓଲର ଶ୍ରମ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ୨୦୨୦ ରୁ ୨୦୨୩ ପର୍ଯ୍ୟନ୍ତ ଦେଶରେ ୮,୦୦୦ ରୁ ଅଧିକ କାର୍ଯ୍ୟ ସମ୍ପର୍କିତ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri