ନୃତ୍ୟ, ବାଦ୍ୟରେ ସାମିଲ ହେଲେ ନାଟ୍ୟକର୍ମୀ

ଢେଙ୍କାନାଳ ଅଫିସ,୨୮ା୩: ଢେଙ୍କାନାଳ ସହରରେ ସୋମବାର ବିଶ୍ୱ ନାଟ୍ୟ ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ ନାଟ୍ୟ ଅନୁଷ୍ଠାନ ଅଲଟରନେଟିଭ ରିଦିମ ଥିଏଟର ପକ୍ଷରୁ ଆୟୋଜିତ ଏହି ଦିବସରେ ସକାଳ ସାଢେ ୬ଟାରେ ସହରସ୍ଥିତ ବାଜିଚୌକ ଠାରୁ ଏକ ନାଟ୍ୟ ପଦଯାତ୍ରା ଆରମ୍ଭ ହୋଇଥିଲା। ଏଥିରେ ଅଲଟରନେଟିଭ ରିଦିମ ଥିଏଟର ଅନୁଷ୍ଠାନ ସହିତ ଶିଳ୍ପୀ, କଳାପରିଷଦ ଏବଂ ବିଭିନ୍ନ ନାଟ୍ୟ ଓ ସାଂସ୍କୃତିକ ଅନୁଷ୍ଠାନର କର୍ମକର୍ତ୍ତା, କଳାକାରମାନେ ସାମିଲ ହୋଇଥିଲେ। ପାରମ୍ପରିକ ଲୋକନୃତ୍ୟ ମାଧ୍ୟମରେ ଏହି ପଦଯାତ୍ରା ସହର ପରିକ୍ରମା କରି ମିନି ଷ୍ଟାଡିୟମଠାରେ ପହଞ୍ଚିଥିଲା। ସେଠାରେ ବିଶ୍ୱ ନାଟ୍ୟ ଦିବସର ଉଦ୍ଦେଶ୍ୟ ଓ ତାତ୍ପର୍ଯ୍ୟ ସମ୍ପର୍କରେ ବିଶିଷ୍ଟ ନାଟ୍ୟକାର, କଳାକାର ଓ ନାଟ୍ୟ ନିର୍ଦ୍ଦେଶକମାନେ ଆଲୋକପାତ କରି କହିଲେ ଯେ, ନାଟକ ସମାଜର ଦର୍ପଣ ସ୍ବରୂପ। ସମାଜରେ ଦୈନନ୍ଦିନ ଘଟୁଥିବା ବିଭିନ୍ନ କଥାକୁ ନାଟକ ମାଧ୍ୟମରେ ପ୍ରଦର୍ଶନ କରି ସଚେତନତା ସୃଷ୍ଟି କରାଯାଇଥାଏ। ଏକ ସୁସ୍ଥ ସମାଜ ଗଠନ ଦିଗରେ ନାଟକର ପ୍ରମୁଖ ଭୂମିକା ରହିଛି ବୋଲି ନାଟ୍ୟକାରମାନେ ମତବ୍ୟକ୍ତ କରିଥିଲେ। ଅଲଟରନେଟିଭ ରିଦିମ ଥିଏଟର ଅଧ୍ୟକ୍ଷା ଡ. ପୁଷ୍ପଲତା ରଥଙ୍କ ପରିଚାଳନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ନାଟ୍ୟକାର ଦିଲୀଶ୍ୱର ମହାରଣା, ଶତ୍ରୁଘ୍ନ ମାଟି, ଶରତ ମାଝି, ପରେଶ ପଟ୍ଟନାୟକ, ଇନ୍ଦ୍ରମଣି ବେହେରା, ମୃଣାଳ ଚାଟାର୍ଜୀ, ବିନୋଦ ମହାନ୍ତି, ରାଜକିଶୋର ବେହେରା, ମନୋହର ଶତପଥୀ, ଦେବକାନ୍ତ ମିଶ୍ର, କାମାକ୍ଷା ପ୍ରସାଦ ରଣା, ବିଶ୍ୱନାଥ ବେହେରା, ଅଶୋକ ଦାସଙ୍କ ସମେତ ନାଟ୍ୟକର୍ମୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଦରେ ଅଟଳ ରହିପାରିଲାନି ବାଂଲାଦେଶ, ଏବେ ଭାରତକୁ କହିଲାଣି…

ଢାକା,୨୪।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆର୍ଥିକ ପରାମର୍ଶଦାତା ସାଲେହୁଦ୍ଦିନ ଅହମ୍ମଦ ମଙ୍ଗଳବାର (ଡିସେମ୍ବର ୨୩, ୨୦୨୫) କହିଛନ୍ତି ଯେ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନୂଆଦିଲ୍ଲୀ...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବାଂଲାଦେଶ ହିଂସା: ହିନ୍ଦୁଙ୍କ ଘର ଜାଳିଦେଲେ କଟ୍ଟରପନ୍ଥୀ, ସାମ୍ନାକୁ ଆସିଲା ଭୟଙ୍କର ଭିଡ଼ିଓ

ଢାକା,୨୪।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ଧାରା ଥମିବାର ନାଁ ନେଉନାହିଁ। ବାଂଲାଦେଶୀ ଲେଖିକା ତସଲିମା ନସରିନ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ଚିଟାଗଙ୍ଗରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri