ନୃତ୍ୟ, ବାଦ୍ୟରେ ସାମିଲ ହେଲେ ନାଟ୍ୟକର୍ମୀ

ଢେଙ୍କାନାଳ ଅଫିସ,୨୮ା୩: ଢେଙ୍କାନାଳ ସହରରେ ସୋମବାର ବିଶ୍ୱ ନାଟ୍ୟ ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ ନାଟ୍ୟ ଅନୁଷ୍ଠାନ ଅଲଟରନେଟିଭ ରିଦିମ ଥିଏଟର ପକ୍ଷରୁ ଆୟୋଜିତ ଏହି ଦିବସରେ ସକାଳ ସାଢେ ୬ଟାରେ ସହରସ୍ଥିତ ବାଜିଚୌକ ଠାରୁ ଏକ ନାଟ୍ୟ ପଦଯାତ୍ରା ଆରମ୍ଭ ହୋଇଥିଲା। ଏଥିରେ ଅଲଟରନେଟିଭ ରିଦିମ ଥିଏଟର ଅନୁଷ୍ଠାନ ସହିତ ଶିଳ୍ପୀ, କଳାପରିଷଦ ଏବଂ ବିଭିନ୍ନ ନାଟ୍ୟ ଓ ସାଂସ୍କୃତିକ ଅନୁଷ୍ଠାନର କର୍ମକର୍ତ୍ତା, କଳାକାରମାନେ ସାମିଲ ହୋଇଥିଲେ। ପାରମ୍ପରିକ ଲୋକନୃତ୍ୟ ମାଧ୍ୟମରେ ଏହି ପଦଯାତ୍ରା ସହର ପରିକ୍ରମା କରି ମିନି ଷ୍ଟାଡିୟମଠାରେ ପହଞ୍ଚିଥିଲା। ସେଠାରେ ବିଶ୍ୱ ନାଟ୍ୟ ଦିବସର ଉଦ୍ଦେଶ୍ୟ ଓ ତାତ୍ପର୍ଯ୍ୟ ସମ୍ପର୍କରେ ବିଶିଷ୍ଟ ନାଟ୍ୟକାର, କଳାକାର ଓ ନାଟ୍ୟ ନିର୍ଦ୍ଦେଶକମାନେ ଆଲୋକପାତ କରି କହିଲେ ଯେ, ନାଟକ ସମାଜର ଦର୍ପଣ ସ୍ବରୂପ। ସମାଜରେ ଦୈନନ୍ଦିନ ଘଟୁଥିବା ବିଭିନ୍ନ କଥାକୁ ନାଟକ ମାଧ୍ୟମରେ ପ୍ରଦର୍ଶନ କରି ସଚେତନତା ସୃଷ୍ଟି କରାଯାଇଥାଏ। ଏକ ସୁସ୍ଥ ସମାଜ ଗଠନ ଦିଗରେ ନାଟକର ପ୍ରମୁଖ ଭୂମିକା ରହିଛି ବୋଲି ନାଟ୍ୟକାରମାନେ ମତବ୍ୟକ୍ତ କରିଥିଲେ। ଅଲଟରନେଟିଭ ରିଦିମ ଥିଏଟର ଅଧ୍ୟକ୍ଷା ଡ. ପୁଷ୍ପଲତା ରଥଙ୍କ ପରିଚାଳନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ନାଟ୍ୟକାର ଦିଲୀଶ୍ୱର ମହାରଣା, ଶତ୍ରୁଘ୍ନ ମାଟି, ଶରତ ମାଝି, ପରେଶ ପଟ୍ଟନାୟକ, ଇନ୍ଦ୍ରମଣି ବେହେରା, ମୃଣାଳ ଚାଟାର୍ଜୀ, ବିନୋଦ ମହାନ୍ତି, ରାଜକିଶୋର ବେହେରା, ମନୋହର ଶତପଥୀ, ଦେବକାନ୍ତ ମିଶ୍ର, କାମାକ୍ଷା ପ୍ରସାଦ ରଣା, ବିଶ୍ୱନାଥ ବେହେରା, ଅଶୋକ ଦାସଙ୍କ ସମେତ ନାଟ୍ୟକର୍ମୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ୟୁଏଇ ଆଣବିକ ପ୍ଲାଣ୍ଟକୁ ଟାର୍ଗେଟ, ବଢ଼ିଲା ଚିନ୍ତା…

ଦୁବାଇ,୧୭ା୫: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ବାରାକାହ ଆଣବିକ ବିଦ୍ୟୁତ୍‌ ପ୍ଲାଣ୍ଟକୁ ଟାର୍ଗେଟ କରି ରବିବାର ଡ୍ୟୋନ୍‌ ଆକ୍ରମଣ ହୋଇଛି। ଫଳରେ ପ୍ଲାଣ୍ଟ ପରିସରରେ ଥିବା ବିଦ୍ୟୁତ୍‌…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri