ଦ୍ରୌପଦୀଙ୍କ ବିପକ୍ଷରେ ଯାଇପାରେ କଂଗ୍ରେସ, ସିପିଏମ୍‌ ଭୋଟ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ବିଜେଡି ନିଜର ସମର୍ଥନ ଦେବାକୁ ଘୋଷଣା କରିଥିବା ବେଳେ କଂଗ୍ରେସ ନିଜର ମତ ସ୍ପଷ୍ଟ କରି ନାହିଁ। ତେବେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ଗଣମାଧ୍ୟମକୁ କହିଛନ୍ତି ଯେ କଂଗ୍ରେସ ଏକ ଜାତୀୟ ଦଳ। ଦଳର ହାଇକମାଣ୍ଡଙ୍କ ନିର୍ଦ୍ଦେଶରେ ବିଧାୟକ ଓ ଏମ୍‌ପିମାନେ ଭୋଟ ଦେବେ। ତେବେ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ନିଜ ବିବେକ ଅନୁଯାୟୀ ଭୋଟ ଦେବାକୁ ମତ ଦେଇଥିବା ବେଳେ ପରେ ନିଜର ମତ ବଦଳାଇ ଆଗ ପାର୍ଟି, ପରେ ମାଟି ବୋଲି କହିଥିଲେ। ଶୁକ୍ରବାର ଓଡ଼ିଶା ଗସ୍ତରେ ଆସିଥିବା ଦ୍ରୌପଦୀ ମଧ୍ୟ କଂଗ୍ରେସର କୌଣସି ବିଧାୟକଙ୍କୁ ଭୋଟ ଦେବାକୁ ନିବେଦନ କରିନାହାନ୍ତି। ଏସବୁକୁ ଦେଖିଲେ କଂଗ୍ରେସ ଭୋଟ ଦ୍ରୌପଦୀଙ୍କ ସପକ୍ଷରେ ନ ଯିବା ଏକପ୍ରକାର ସ୍ପଷ୍ଟ ହୋଇଛି।
ବିଧାନସଭାରେ ମୋଟ ୧୪୭ ଜଣ ବିଧାୟକ ଥିବାବେଳେ ଏଥିରେ ବିଜେଡିର ୧୧୨ଜଣ, ଭାଜପାର ୨୨ଜଣ ଓ ସ୍ବାଧୀନ ବିଧାୟକ ମକରନ୍ଦ ମୁଦୁଲିଙ୍କ ଭୋଟ୍‌ ଏନ୍‌ଡିଏ ପ୍ରାର୍ଥୀଙ୍କ ସପକ୍ଷରେ ଯିବ। ଏହାଛଡ଼ା ବିଜେଡିରୁ ନିଲମ୍ବିତ ଦୁଇ ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ପ୍ରଶାନ୍ତ ଜଗଦ୍ଦେବଙ୍କ ମଧ୍ୟରୁ ପାଣିଗ୍ରାହୀ ମଧ୍ୟ ନିଜର ସମର୍ଥନ ମୁର୍ମୁଙ୍କୁ ଦେବେ ବୋଲି ଘୋଷଣା କରି ସାରିଛନ୍ତି। ଓଡ଼ିଶାର ଝିଅ ଦ୍ରୌପଦୀଙ୍କୁ ଭୋଟ ଦେବାକୁ ସିପିଏମ୍‌ ବିଧାୟକ ଏବଂ ରାୟଗଡ଼ାର ସ୍ବାଧୀନ ବିଧାୟକଙ୍କୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ସ୍ବାଧୀନ ବିଧାୟକ ମକରନ୍ଦ ଦ୍ରୌପଦୀଙ୍କୁ ଭୋଟ ଦେବେ ବୋଲି କହିଛନ୍ତି। ଅନ୍ୟପକ୍ଷରେ କଂଗ୍ରେସ ଦ୍ରୌପଦୀଙ୍କୁ ଭୋଟ ଦେବା ନେଇ ବିଜେଡି କଂଗ୍ରେସ ବିଧାୟକଙ୍କୁ ମନାଇବାକୁ ଉଦ୍ୟମ ଜାରି ରଖିଛି। ମାଟିର ଝିଅକୁ ଜିତାଇବାକୁ ଦଳମତ ନିର୍ବିଶେଷରେ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀ ପୁଣି ଆହ୍ବାନ କରିଛନ୍ତି। ତେବେ କଂଗ୍ରେସ ବିଧାୟକ, ବଣାଇ ସିପିଏମ୍‌ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କୁ ବୁଝାଇବାକୁ ନବୀନ ବିଜେଡିର ବରିଷ୍ଠ ନେତାଙ୍କୁ ଦାୟିତ୍ୱ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri