ଦ୍ରୌପଦୀଙ୍କ ବିପକ୍ଷରେ ଯାଇପାରେ କଂଗ୍ରେସ, ସିପିଏମ୍‌ ଭୋଟ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ବିଜେଡି ନିଜର ସମର୍ଥନ ଦେବାକୁ ଘୋଷଣା କରିଥିବା ବେଳେ କଂଗ୍ରେସ ନିଜର ମତ ସ୍ପଷ୍ଟ କରି ନାହିଁ। ତେବେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ଗଣମାଧ୍ୟମକୁ କହିଛନ୍ତି ଯେ କଂଗ୍ରେସ ଏକ ଜାତୀୟ ଦଳ। ଦଳର ହାଇକମାଣ୍ଡଙ୍କ ନିର୍ଦ୍ଦେଶରେ ବିଧାୟକ ଓ ଏମ୍‌ପିମାନେ ଭୋଟ ଦେବେ। ତେବେ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ନିଜ ବିବେକ ଅନୁଯାୟୀ ଭୋଟ ଦେବାକୁ ମତ ଦେଇଥିବା ବେଳେ ପରେ ନିଜର ମତ ବଦଳାଇ ଆଗ ପାର୍ଟି, ପରେ ମାଟି ବୋଲି କହିଥିଲେ। ଶୁକ୍ରବାର ଓଡ଼ିଶା ଗସ୍ତରେ ଆସିଥିବା ଦ୍ରୌପଦୀ ମଧ୍ୟ କଂଗ୍ରେସର କୌଣସି ବିଧାୟକଙ୍କୁ ଭୋଟ ଦେବାକୁ ନିବେଦନ କରିନାହାନ୍ତି। ଏସବୁକୁ ଦେଖିଲେ କଂଗ୍ରେସ ଭୋଟ ଦ୍ରୌପଦୀଙ୍କ ସପକ୍ଷରେ ନ ଯିବା ଏକପ୍ରକାର ସ୍ପଷ୍ଟ ହୋଇଛି।
ବିଧାନସଭାରେ ମୋଟ ୧୪୭ ଜଣ ବିଧାୟକ ଥିବାବେଳେ ଏଥିରେ ବିଜେଡିର ୧୧୨ଜଣ, ଭାଜପାର ୨୨ଜଣ ଓ ସ୍ବାଧୀନ ବିଧାୟକ ମକରନ୍ଦ ମୁଦୁଲିଙ୍କ ଭୋଟ୍‌ ଏନ୍‌ଡିଏ ପ୍ରାର୍ଥୀଙ୍କ ସପକ୍ଷରେ ଯିବ। ଏହାଛଡ଼ା ବିଜେଡିରୁ ନିଲମ୍ବିତ ଦୁଇ ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ପ୍ରଶାନ୍ତ ଜଗଦ୍ଦେବଙ୍କ ମଧ୍ୟରୁ ପାଣିଗ୍ରାହୀ ମଧ୍ୟ ନିଜର ସମର୍ଥନ ମୁର୍ମୁଙ୍କୁ ଦେବେ ବୋଲି ଘୋଷଣା କରି ସାରିଛନ୍ତି। ଓଡ଼ିଶାର ଝିଅ ଦ୍ରୌପଦୀଙ୍କୁ ଭୋଟ ଦେବାକୁ ସିପିଏମ୍‌ ବିଧାୟକ ଏବଂ ରାୟଗଡ଼ାର ସ୍ବାଧୀନ ବିଧାୟକଙ୍କୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ସ୍ବାଧୀନ ବିଧାୟକ ମକରନ୍ଦ ଦ୍ରୌପଦୀଙ୍କୁ ଭୋଟ ଦେବେ ବୋଲି କହିଛନ୍ତି। ଅନ୍ୟପକ୍ଷରେ କଂଗ୍ରେସ ଦ୍ରୌପଦୀଙ୍କୁ ଭୋଟ ଦେବା ନେଇ ବିଜେଡି କଂଗ୍ରେସ ବିଧାୟକଙ୍କୁ ମନାଇବାକୁ ଉଦ୍ୟମ ଜାରି ରଖିଛି। ମାଟିର ଝିଅକୁ ଜିତାଇବାକୁ ଦଳମତ ନିର୍ବିଶେଷରେ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀ ପୁଣି ଆହ୍ବାନ କରିଛନ୍ତି। ତେବେ କଂଗ୍ରେସ ବିଧାୟକ, ବଣାଇ ସିପିଏମ୍‌ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କୁ ବୁଝାଇବାକୁ ନବୀନ ବିଜେଡିର ବରିଷ୍ଠ ନେତାଙ୍କୁ ଦାୟିତ୍ୱ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri