Posted inଜାତୀୟ

ମମତାଙ୍କ ସମର୍ଥନ ଲୋଡିଲେ ଦ୍ରୌପଦୀ

ନୂଆଦିଲ୍ଲୀ,୨୪ ।୬: ରାଷ୍ଟ୍ରପତି ନିର୍ବାଚନ ୨୦୨୨ ପାଇଁ ଏନଡିଏ ପ୍ରାର୍ଥି ଦ୍ରୌପଦୀ ମୁର୍ମୁ ପ୍ରାର୍ଥିପତ୍ର ଦାଖଲ କରିସାରିଛନ୍ତି । ଶୁକ୍ରବାର ସେ ପ୍ରାର୍ଥିପତ୍ର ଦାଖଲ କରିବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍‌କ ସହ ଉପସ୍ଥିତ ଥିଲେ । ରାଷ୍ଟ୍ରପତି ନିବ;ାଚନ ପାଇଁ ଏନଡିଏ ବ୍ୟୀତ ମୁର୍ମୁଙ୍କୁ ଅନ୍ୟ କିଛି ଦଳର ବି ସମର୍ଥନ ରହିଛି । ଏଥିପାଇଁ ସେ ନିଜେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଫୋନ ଯାଗେ କଥା ହୋଇଛନ୍ତି । ଏହି ସମୟରେ ସେ ମମତାଙ୍କ ସମର୍ଥନ ଲୋଡିଥିବା କୁହାଯାଉଛି ।
ତେବେ ପ୍ରଥମେ ମମତା ରାଷ୍ଟ୍ରପତି ପ୍ରାର୍ଥି ହିସାବରେ ଦ୍ରୌପଦୀ ମୁର୍ମୁଙ୍କୁ ଶୁଭକାମନା ଦେଇଥିଲେ । ହେଲେ ସମର୍ଥନକୁ ନେଇ ସେ ହଁ ଭରି ନ ଥିବା କୁହାଯାଉଛି । ମମତା କହିଥିଲେ ଦଳ ଯାହା ସ୍ଥିର କରିବ ତାହାହିଁ ହେବ । ହେଲେ ଦିଦି ଦ୍ରୌପଦୀଙ୍କୁ ସମର୍ଥନ ଦେବା ସହଜ ନୁହେଁ କାରଣ ତାଙ୍କ ନିଜ ଦଳ ତୃଣମୂଳ କଂଗ୍ରେସ (ଟିଏମସି)ର ନେତା ଯଶୱନ୍ତ ସିହ୍ନା ରାଷ୍ଟ୍ରପତି ପ୍ରାର୍ଥି ହୋଇଛନ୍ତି । ବିରୋଧି ଦଳ ଆପୋଷ ବୁଝାମଣା ମଧ୍ୟମରେ ତାଙ୍କୁ ପ୍ରାର୍ଥି କରିଛି । ତେଣୁ ମମତା ଯଶୱନ୍ତଙ୍କୁ ସମର୍ଥନ ନ କରି ଦ୍ରୌପଦୀଙ୍କୁ ସମର୍ଥନ କରିବାର ପ୍ରଶ୍ନ ଉଠୁ ନାହିଁ ।
ଏନଡିଏ ପ୍ରାର୍ଥି ଦ୍ରୌପଦୀ ମୁର୍ମୁ ମମତା ବାନାର୍ଜୀଙ୍କ ବ୍ୟତୀତ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଓ ଏନସିପି ନେତା ଶରଦ ପାୱାରଙ୍କ ସହ କଥା ହୋଇଛନ୍ତି । ଏ ସମସ୍ତ ବଡ ଦଳକୁ ଦ୍ରୌପଦୀ ସମର୍ଥନ ମାଗିଛନ୍ତି । ସବୁଦଳ ପକ୍ଷରୁ ମୁର୍ମୁଙ୍କୁ ଶୁଭକାମନା ଜଣାଯାଇଛି । ସୂଚନାଯୋଗ୍ୟ, ପ୍ରାର୍ଥିପତ୍ର ଦାଖଲ କରିବାର ଠିକ୍ ପୂର୍ବରୁ ମୁର୍ମୁଙ୍କ ପକ୍ଷରୁ ବହୁ ନେତାଙ୍କୁ ଫୋନ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟର ଭୋଟ ଗ୍ରହଣ ଶୁକ୍ରବାର ଆରମ୍ଭ ହୋଇଛି। ୮ ଜଣ କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ...

ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି

ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri