Posted inଜାତୀୟ

ମମତାଙ୍କ ସମର୍ଥନ ଲୋଡିଲେ ଦ୍ରୌପଦୀ

ନୂଆଦିଲ୍ଲୀ,୨୪ ।୬: ରାଷ୍ଟ୍ରପତି ନିର୍ବାଚନ ୨୦୨୨ ପାଇଁ ଏନଡିଏ ପ୍ରାର୍ଥି ଦ୍ରୌପଦୀ ମୁର୍ମୁ ପ୍ରାର୍ଥିପତ୍ର ଦାଖଲ କରିସାରିଛନ୍ତି । ଶୁକ୍ରବାର ସେ ପ୍ରାର୍ଥିପତ୍ର ଦାଖଲ କରିବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍‌କ ସହ ଉପସ୍ଥିତ ଥିଲେ । ରାଷ୍ଟ୍ରପତି ନିବ;ାଚନ ପାଇଁ ଏନଡିଏ ବ୍ୟୀତ ମୁର୍ମୁଙ୍କୁ ଅନ୍ୟ କିଛି ଦଳର ବି ସମର୍ଥନ ରହିଛି । ଏଥିପାଇଁ ସେ ନିଜେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଫୋନ ଯାଗେ କଥା ହୋଇଛନ୍ତି । ଏହି ସମୟରେ ସେ ମମତାଙ୍କ ସମର୍ଥନ ଲୋଡିଥିବା କୁହାଯାଉଛି ।
ତେବେ ପ୍ରଥମେ ମମତା ରାଷ୍ଟ୍ରପତି ପ୍ରାର୍ଥି ହିସାବରେ ଦ୍ରୌପଦୀ ମୁର୍ମୁଙ୍କୁ ଶୁଭକାମନା ଦେଇଥିଲେ । ହେଲେ ସମର୍ଥନକୁ ନେଇ ସେ ହଁ ଭରି ନ ଥିବା କୁହାଯାଉଛି । ମମତା କହିଥିଲେ ଦଳ ଯାହା ସ୍ଥିର କରିବ ତାହାହିଁ ହେବ । ହେଲେ ଦିଦି ଦ୍ରୌପଦୀଙ୍କୁ ସମର୍ଥନ ଦେବା ସହଜ ନୁହେଁ କାରଣ ତାଙ୍କ ନିଜ ଦଳ ତୃଣମୂଳ କଂଗ୍ରେସ (ଟିଏମସି)ର ନେତା ଯଶୱନ୍ତ ସିହ୍ନା ରାଷ୍ଟ୍ରପତି ପ୍ରାର୍ଥି ହୋଇଛନ୍ତି । ବିରୋଧି ଦଳ ଆପୋଷ ବୁଝାମଣା ମଧ୍ୟମରେ ତାଙ୍କୁ ପ୍ରାର୍ଥି କରିଛି । ତେଣୁ ମମତା ଯଶୱନ୍ତଙ୍କୁ ସମର୍ଥନ ନ କରି ଦ୍ରୌପଦୀଙ୍କୁ ସମର୍ଥନ କରିବାର ପ୍ରଶ୍ନ ଉଠୁ ନାହିଁ ।
ଏନଡିଏ ପ୍ରାର୍ଥି ଦ୍ରୌପଦୀ ମୁର୍ମୁ ମମତା ବାନାର୍ଜୀଙ୍କ ବ୍ୟତୀତ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଓ ଏନସିପି ନେତା ଶରଦ ପାୱାରଙ୍କ ସହ କଥା ହୋଇଛନ୍ତି । ଏ ସମସ୍ତ ବଡ ଦଳକୁ ଦ୍ରୌପଦୀ ସମର୍ଥନ ମାଗିଛନ୍ତି । ସବୁଦଳ ପକ୍ଷରୁ ମୁର୍ମୁଙ୍କୁ ଶୁଭକାମନା ଜଣାଯାଇଛି । ସୂଚନାଯୋଗ୍ୟ, ପ୍ରାର୍ଥିପତ୍ର ଦାଖଲ କରିବାର ଠିକ୍ ପୂର୍ବରୁ ମୁର୍ମୁଙ୍କ ପକ୍ଷରୁ ବହୁ ନେତାଙ୍କୁ ଫୋନ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri