Posted inଜାତୀୟ

ଦ୍ରୌପଦୀ ମୁର୍ମୁ ଭାଜପା ରାଷ୍ଟ୍ରପତି ପ୍ରାର୍ଥୀ…

ନୂଆଦିଲ୍ଲୀ, ୨୧।୬ : ଭାଜପା ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀ ମୁର୍ମୁଙ୍କୁ ଚୟନ କରାଯାଇଛି। ଭାଜପା ମୁଖ୍ୟାଳୟରେ ସଂସଦୀୟ ବୋର୍ଡ ବୈଠକରେ ଆଲୋଚନା ପରେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏନେଇ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ଘୋଷଣା କରିଛନ୍ତି।

ବୋର୍ଡ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର, ମୋଦି, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ, ନୀତିନ ଗଡ଼କରୀ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ଏବଂ ସଂସଦୀୟ ବୋର୍ଡର ଅନ୍ୟାନ୍ୟ ସଦସ୍ୟ ଉପସ୍ଥିତ ଥିଲେ।

ଏନେଇ ପ୍ରଧାନମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି ଯେ, ଦ୍ରୌପଦୀ ମୁର୍ମୁଙ୍କ ନୀତିଗତ ଦକ୍ଷତା ଏବଂ ଦୟାଳୁ ସ୍ବଭାବ ଦ୍ୱାରା ଦେଶର ବହୁ ଲାଭ ହେବ।

ଏହା ପୂର୍ବରୁ ଦ୍ରୌପଦୀ ମୁର୍ମୁ ୬ ବର୍ଷ ଏକ ମାସ ଧରି ଝାଡ଼ଖଣ୍ଡର ରାଜ୍ୟପାଳ ଭାବେ ସଫଳତାର ସହିତ କାର୍ଯ୍ୟ କରିଛନ୍ତି। ସେ ଓଡ଼ିଶାର ରାୟରଙ୍ଗପୁରର ବାସିନ୍ଦା। ଜୁନ୍‌ ୨୦ରେ ସେ ତାଙ୍କର ୬୪ତମ ଜନ୍ମଦିନ ପାଳନ କରିଛନ୍ତି। ସେ ଜୁନ୍‌ ୨୪୫ରେ ନାମାଙ୍କନ ପତ୍ର ଦାଖଲ କରିବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

ଅକ୍ଟୋବର ୯ରେ ନକ୍ଷତ୍ର ବଦଳାଇବେ ଶନିଦେବ: ଚମକିବ ଏହି ୫ ରାଶିର ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କୁ ନ୍ୟାୟ ଓ କର୍ମର କାରକ ଗ୍ରହ ଭାବେ ମାନ୍ୟତା ଦିଆଯାଇଛି। କୁହାଯାଏ, ଶନିଦେବ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଫଳ ପ୍ରଦାନ କରନ୍ତି।…

ମୋଦି କ୍ୟାବିନେଟ୍‌ରେ ହେବ ଅଦଳବଦଳ! ଏହି ୨ କେନ୍ଦ୍ରମନ୍ତ୍ରୀଙ୍କ ମନ୍ତ୍ରୀପଦ ଯିବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୫।୧୦:ମୋଦି ସରକାରର କେନ୍ଦ୍ର ମନ୍ତ୍ରିମଣ୍ଡଳରେ ପୁଣିଥରେ ବଡ଼ ପରିବର୍ତ୍ତନ ହେବା ନେଇ ଚର୍ଚ୍ଚା ଜୋର ଧରିଛି। ଉତ୍ତରପ୍ରଦେଶରୁ ରାଜ୍ୟ ସଭା ନିର୍ବାଚନ ପାଇଁ ଭାଜପା ୮ ଜଣ…

ଘରକୁ ଫେରୁଥିଲେ ଈଶ୍ୱର, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଗଲା…

ବଲାଙ୍ଗୀର, ୫।୧୦ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହରର ସଦର ଥାନା ନିକଟ ଲାଲଟିକ୍ରାସ୍ଥିତ ଇରିଗେସନ ଅଫିସ ସମ୍ମୁଖରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?