ସ୍କୁଲର କେୟାରଟେକରଙ୍କୁ ଦସ୍ତଖତ ଶିଖାଇଥିଲେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର, ୨୩।୬(ବ୍ୟୁରୋ): ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ଜୀବନ ସଂଘର୍ଷମୟ ଥିଲା। ୫ଦଶନ୍ଧି ତଳେ ରାଜ୍ୟର ଗମନାଗମନ କ୍ଷେତ୍ର ବିଶେଷ ନ ଥିବା ସତ୍ତ୍ୱେ ୧୯୭୪ରେ ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରୁ ଆସି ଭୁବନେଶ୍ବର ୟୁନିଟ-୨ସ୍ଥିତ ରାଜଧାନୀ ବାଳିକା ଉଚ୍ଚ ବିଦ୍ୟାଳୟରେ ପାଠ ପଢ଼ିଥିଲେ। ସେ ସ୍କୁଲର ହଷ୍ଟେଲରେ ରହୁଥିଲେ। ଦ୍ରୌପଦୀ ଛାତ୍ରୀ ଜୀବନରେ ଖୁବ୍‌ ଶାନ୍ତ ସ୍ବଭାବର ଥିଲେ। ନିଜେ ପାଠ ପଢ଼ିବା ସହ ଅନ୍ୟପିଲାଙ୍କୁ ମଧ୍ୟ ପାଠ ପଢ଼ାଉଥିଲେ। ଏପରି କି ସ୍କୁଲର କେୟାରଟେକରଙ୍କୁ ଦସ୍ତଖତ ବି ଶିଖାଇଥିଲେ। ଏବେ ଦ୍ରୌପଦୀଙ୍କୁ ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥତ୍ନୀ କରାଯାଇଥିବାରୁ ସେ ପଢ଼ୁଥିବା ସ୍କୁଲର ପୁରୁଣା ଓ ନୂଆ ଛାତ୍ରୀମାନେ ବେଶ୍‌ ଗର୍ବିିତ ଅନୁଭବ କରୁଛନ୍ତି। ଏହି ଖୁସିକୁ ଜାହିର କରିବା ପାଇଁ ବୁଧବାର ସ୍କୁଲ ପରିସରରେ ଛାତ୍ରୀ ଓ ଶିକ୍ଷକ ଏବଂ କର୍ମଚାରୀ ଏକତ୍ର ହୋଇଥିଲେ। ପରସ୍ପରକୁ ମିଠା ଖୁଆଇ ଦ୍ରୌପଦୀଙ୍କ ପ୍ରାର୍ଥତ୍ତ୍ୱକୁ ନେଇ ଉତ୍ସାହିତ ଦେଖାଯାଇଛନ୍ତି। ଏ ସମ୍ପର୍କରେ ସ୍କୁଲର ସହକାରୀ ଶିକ୍ଷୟିତ୍ରୀ କଲ୍ୟାଣୀ ମିଶ୍ର କହିଛନ୍ତି, ଏହି ଖୁସିର କୌଣସି ତୁଳନା ନାହିଁ। ତାକୁ ଭାଷାରେ ବ୍ୟକ୍ତ କରିହେବ ନାହିଁ। ଦ୍ରୌପଦୀଙ୍କୁ ଅନୁସରଣ କରି ଭବିଷ୍ୟତରେ ଜଣେ ଜଣେ ସୁନାଗରିକ ହେବା ପାଇଁ ପିଲାମାନଙ୍କୁ ଶିକ୍ଷୟିତ୍ରୀମାନେ ପରାମର୍ଶ ଦେଇଥିଲେ। ସୂଚନାଯୋଗ୍ୟ, ଝାଡ଼ଖଣ୍ଡ ରାଜ୍ୟପାଳ ଥିବା ବେଳେ ୨୦୧୯ ନଭେମ୍ବର ୨୬ରେ ସ୍କୁଲର ଡାଇମଣ୍ଡ ଜୁବୁଲିରେ ପୂର୍ବତନ ଛାତ୍ରୀ ଦ୍ରୌପଦୀ ମୁର୍ମୁ ଅତିଥି ହୋଇ ଆସିଥିଲେ। ଏହି ଅବସରରେ ସ୍କୁଲ ପରିସର ପରିଦର୍ଶନ କରିବା ସହିତ ନିଜେ ରହୁଥିବା ହଷ୍ଟେଲ ରୁମ୍‌କୁ ଯାଇ ପୁରୁଣା ସ୍ମୃତି ସାଉଁଟିଥିଲେ।

ଦ୍ରୌପଦୀ ମାଟ୍ରିକ ପାସ୍‌ କରିବା ପରେ ରମାଦେବୀ ମହିଳା ମହାବିଦ୍ୟାଳୟରେ ଆଇଏ ଓ ବିଏ ପଢ଼ିଥିଲେ। ତେଣୁ ନିଜ ଅନୁଷ୍ଠାନର ପୁରୁଣା ଛାତ୍ରୀ ଦେଶର ପ୍ରଥମ ନାଗରିକ ହେବାକୁ ଯାଉଥିବାରୁ ଅଧ୍ୟାପକଙ୍କ ଠାରୁ ଆରମ୍ଭ କରି ଛାତ୍ରୀଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି। ବୁଧବାର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ଛାତ୍ରୀମାନେ ଏକାଠି ହୋଇ ଖୁସି ବ୍ୟକ୍ତ କରିଥିଲେ। ଭବିଷ୍ୟତରେ ତାଙ୍କ ପରି ଜଣେ ବଡ଼ ଲୋକ ହେବ ପାଇଁ ଛାତ୍ରେୀମାନେ ମତବ୍ୟକ୍ତ କରିଥିଲେ। ଏହି ଅବସରରେ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଅପରାଜିତା ଚୌଧୁରୀ କହିଥିଲେ, ଆମ ଅନୁଷ୍ଠାନର ସେ ପୁରାତନ ଛାତ୍ରୀ ହେଇଥିବାରୁ ଆମେ ଖୁସି ଏବଂ ଗର୍ବିତ ଅନୁଭବ କରୁଛୁ। ଆମ ପିଲାମାନେ ତାଙ୍କୁ ଅନୁସରଣ କରନ୍ତୁ ବୋଲି କୁଳପତି ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?