ଶୁକ୍ରବାର ଓଡ଼ିଶା ଆସିବେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୭।୭(ବ୍ୟୁରୋ): ରାଷ୍ଟ୍ରପତି ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଓଡ଼ିଶା ଆସିବେ। ତେବେ ଓଡ଼ିଶାରେ ପହଞ୍ଚିବା ପରେ ବିଭିନ୍ନ ଦଳର ବିଧାୟକ ଏବଂ ଏମ୍‌ପିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସେହିପରି ରାଷ୍ଟ୍ରପତି ନିର୍ବାଚନରେ ତାଙ୍କୁ ସମର୍ଥନ କରିବାକୁ ଅନୁରୋଧ କରିବେ ବୋଲି ରାଜ୍ୟ ଭାଜପା ସଭାପତି ସମୀର ମହାନ୍ତି ସୂଚନା ଦେଇଛନ୍ତି।
ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀ ନାମାଙ୍କନପତ୍ର ଦାଖଲ କରିବା ପରେ ଦ୍ରୌପଦୀ ସମସ୍ତ ରାଜ୍ୟ ଯାଇ ଭୋଟ ଭିକ୍ଷା କରୁଛନ୍ତି। ଝାଡ଼ଖଣ୍ଡ, ବିହାର, ତାମିଲନାଡୁ ଏବଂ ତେଲେଙ୍ଗାନା ଯାଇ ସାରିଥିବା ବେଳେ ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି।