Posted inଜାତୀୟ

ଦ୍ରୌପଦୀ ହେବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୧।୭: ରାଇସିନା ହିଲ୍‌ରେ ଚମକିବେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ। ଗୁରୁବାର ଦେଶର ୧୫ତମ ରାଷ୍ଟ୍ରପତି ଭାବେ ପ୍ରଥମ ଓଡ଼ିଆ ଓ ଆଦିବାସୀ ମହିଳା ଦ୍ରୌପଦୀ ମୁର୍ମୁ ନିର୍ବାଚିତ ହୋଇଛନ୍ତି। ଆସନ୍ତା ୨୫ରେ ସେ ପଦ ଓ ଗୋପନୀୟତାର ଶପଥ ଗ୍ରହଣ କରିବେ। ତୃତୀୟ ରାଉଣ୍ଡରେ ହୋଇଥିବା ଗଣତିରେ ରାଷ୍ଟ୍ରପତି ହେବା ପାଇଁ ଆବଶ୍ୟକ ୫୦ ପ୍ରତିଶତରୁ ଅଧିକ ଭୋଟ ଏନ୍‌ଡିଏ ପ୍ରାର୍ଥୀ ମୁର୍ମୁଙ୍କ ସପକ୍ଷରେ ଯାଇଥିଲା। ଏହାପରେ ତାଙ୍କର ରାଷ୍ଟ୍ରପତି ନିର୍ବାଚିତ ହେବା ନେଇ ସ୍ପଷ୍ଟ ହୋଇଯାଇଥିଲା। ବିରୋଧୀ ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନାଙ୍କୁ ଦ୍ରୌପଦୀ ବିପୁଳ ବ୍ୟବଧାନରେ ପରାସ୍ତ କରିଛନ୍ତି। ଭୋଟ ଗଣତିର ଆଉ ଗୋଟିଏ ରାଉଣ୍ଡ ବାକି ଥିବା ବେଳେ ଏହା ପୂର୍ବରୁ ସେ ଜିତିସାରିଛନ୍ତି। କିନ୍ତୁ ଏବେ କେବଳ ଔପଚାରିକତା ବାକି ରହିଛି। ସୂଚନା ମୁତାବକ, ମୋଟ ୩ଟି ରାଉଣ୍ଡରେ ମୋଟ ୩୨୧୯ ଭୋଟରୁ ମୁର୍ମୁଙ୍କୁ ୨୧୬୧ ଭୋଟ ମିଳିଥିବା ବେଳେ ଯଶଓ୍ବନ୍ତ ସିହ୍ନା ମୋଟ ୧୦୫୮ ଭୋଟ ହାତେଇଛନ୍ତି। ସେହିପରି ତୃତୀୟ ରାଉଣ୍ଡର ଗଣତିରେ ମୋଟ ୧୩୩୩ରୁ ମୁର୍ମୁଙ୍କୁ ୮୧୨ ଭୋଟ ମିଳିଥିବା ବେଳେ ଯଶଓ୍ବନ୍ତଙ୍କୁ ମିଳିଛି ୫୧୨ ଭୋଟ।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri