୮ରେ ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର,୪ା୭(ବ୍ୟୁରୋ): ରାଷ୍ଟ୍ରପତି ନିର୍ବାଚନ ଆଉ କମ୍‌ ଦିନ ରହିଲା। ଏହାରି ଭିତରେ ଏନ୍‌ଡିଏ ସମର୍ଥିତ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଏବଂ ବିରୋଧୀ ମେଣ୍ଟର ପ୍ରାର୍ଥୀ ଯଶବନ୍ତ ସିହ୍ନା ସବୁ ରାଜ୍ୟ ଗସ୍ତରେ ଯାଇ ସମର୍ଥନ ଲୋଡିବା ଆରମ୍ଭ କରିସାରିଛନ୍ତି। ଏହି କ୍ରମରେ ଶାସକ ବିଜେଡି ସମର୍ଥନ ନେବାକୁ ସମସ୍ତେ ଉଦ୍ୟମ ଆରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ରୌପଦୀ ମୁର୍ମୁ ଓଡ଼ିଆ ଝିଅ ହୋଇଥିବାରୁ ତାଙ୍କୁ ସମର୍ଥନ ଦେବା ଲାଗି ଘୋଷଣା କରିସାରିଥିବା ବେଳେ ବିରୋଧୀଙ୍କୁ ମଧ୍ୟ ଏଥିପାଇଁ ବୁଝାଇବେ ବୋଲି କହିଥିଲେ। ଏହାସତ୍ତ୍ୱେ ଉଭୟ ପ୍ରାର୍ଥୀ ଓଡ଼ିଶା ଗସ୍ତରେ ଆସିବେ ବୋଲି ଜଣାପଡ଼ିଛି। ବିରୋଧୀ ମେଣ୍ଟରୁ ପ୍ରାର୍ଥୀ ହୋଇଥିବା ଯଶବନ୍ତ ସିହ୍ନା ଆସନ୍ତା ୬ ତାରିଖ ଦିନ ଓଡ଼ିଶା ଗସ୍ତରେ ଆସି ନିର୍ବାଚନ ପାଇଁ ସମସ୍ତଙ୍କ ସମର୍ଥନ ଲୋଡ଼ିବେ। ଏହି ଗସ୍ତ ଅବସରରେ କଂଗ୍ରେସ ଯଶବନ୍ତଙ୍କୁ ସ୍ବାଗତ କରିବାକୁ ରଣନୀତି ପ୍ରସ୍ତୁତ କରୁଥିବା ବେଳେ ସିହ୍ନା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟି ମଧ୍ୟ ତାଙ୍କ ସମର୍ଥନ ଲୋଡିବେ। ଏହାର ଦିନକ ପରେ ଅର୍ଥାତ୍‌ ଆସନ୍ତା ୮ ତାରିଖରେ ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ସ୍ଥିର ହୋଇଛି। ମୁର୍ମୁଙ୍କ ସହ ଭାଜପା ବରିଷ୍ଠ ନେତା ବିନୋଦ ତାଉଡେ ଏବଂ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବତ ମଧ୍ୟ ଓଡ଼ିଶା ଆସିବେ। ଏହି ଅବସରରେ ଓଡ଼ିଆ ଝିଅ ଭାବେ ମୁର୍ମୁ ଦଳମତ ନିର୍ବିଶେଷରେ କଂଗ୍ରେସ, ଭାଜପା ଓ ବିଜେଡି ସମସ୍ତଙ୍କ ସମର୍ଥନ ଲାଗି ନିବେଦନ କରିବେ। ଏହି ଅବସରରେ ତାଙ୍କର ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା କାର୍ଯ୍ୟକ୍ରମ ମଧ୍ୟ ରହିଛି। ମୁର୍ମୁ ଏନ୍‌ଡିଏ ରାଷ୍ଟ୍ରପତି ଭାବେ ମନୋନୀତ ହେବାପରେ ନବୀନ ବିଦେଶ ଗସ୍ତରେ ଥିବାରୁ ଉଭୟଙ୍କ ମଧ୍ୟରେ ଭେଟଘାଟ ହୋଇପାରି ନାହିଁ। ହେଲେ ବିଦେଶରେ ଥିବା ସମୟରେ ହିଁ ନବୀନ ମୁର୍ମୁଙ୍କ ସମର୍ଥନ ଘୋଷଣା କରିବା ସହ ତାଙ୍କ ନାମାଙ୍କନ ସମୟରେ ଓଡ଼ିଶାର ଦୁଇ କ୍ୟାବିନେଟ୍‌ ମନ୍ତ୍ରୀ ଟୁକୁନି ସାହୁ ଏବଂ ଜଗନ୍ନାଥ ସାରକାଙ୍କୁ ମଧ୍ୟ ପ୍ରସ୍ତାବକ ରହିବାକୁ ପଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri