୮ରେ ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର,୪ା୭(ବ୍ୟୁରୋ): ରାଷ୍ଟ୍ରପତି ନିର୍ବାଚନ ଆଉ କମ୍‌ ଦିନ ରହିଲା। ଏହାରି ଭିତରେ ଏନ୍‌ଡିଏ ସମର୍ଥିତ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଏବଂ ବିରୋଧୀ ମେଣ୍ଟର ପ୍ରାର୍ଥୀ ଯଶବନ୍ତ ସିହ୍ନା ସବୁ ରାଜ୍ୟ ଗସ୍ତରେ ଯାଇ ସମର୍ଥନ ଲୋଡିବା ଆରମ୍ଭ କରିସାରିଛନ୍ତି। ଏହି କ୍ରମରେ ଶାସକ ବିଜେଡି ସମର୍ଥନ ନେବାକୁ ସମସ୍ତେ ଉଦ୍ୟମ ଆରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ରୌପଦୀ ମୁର୍ମୁ ଓଡ଼ିଆ ଝିଅ ହୋଇଥିବାରୁ ତାଙ୍କୁ ସମର୍ଥନ ଦେବା ଲାଗି ଘୋଷଣା କରିସାରିଥିବା ବେଳେ ବିରୋଧୀଙ୍କୁ ମଧ୍ୟ ଏଥିପାଇଁ ବୁଝାଇବେ ବୋଲି କହିଥିଲେ। ଏହାସତ୍ତ୍ୱେ ଉଭୟ ପ୍ରାର୍ଥୀ ଓଡ଼ିଶା ଗସ୍ତରେ ଆସିବେ ବୋଲି ଜଣାପଡ଼ିଛି। ବିରୋଧୀ ମେଣ୍ଟରୁ ପ୍ରାର୍ଥୀ ହୋଇଥିବା ଯଶବନ୍ତ ସିହ୍ନା ଆସନ୍ତା ୬ ତାରିଖ ଦିନ ଓଡ଼ିଶା ଗସ୍ତରେ ଆସି ନିର୍ବାଚନ ପାଇଁ ସମସ୍ତଙ୍କ ସମର୍ଥନ ଲୋଡ଼ିବେ। ଏହି ଗସ୍ତ ଅବସରରେ କଂଗ୍ରେସ ଯଶବନ୍ତଙ୍କୁ ସ୍ବାଗତ କରିବାକୁ ରଣନୀତି ପ୍ରସ୍ତୁତ କରୁଥିବା ବେଳେ ସିହ୍ନା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟି ମଧ୍ୟ ତାଙ୍କ ସମର୍ଥନ ଲୋଡିବେ। ଏହାର ଦିନକ ପରେ ଅର୍ଥାତ୍‌ ଆସନ୍ତା ୮ ତାରିଖରେ ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ସ୍ଥିର ହୋଇଛି। ମୁର୍ମୁଙ୍କ ସହ ଭାଜପା ବରିଷ୍ଠ ନେତା ବିନୋଦ ତାଉଡେ ଏବଂ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବତ ମଧ୍ୟ ଓଡ଼ିଶା ଆସିବେ। ଏହି ଅବସରରେ ଓଡ଼ିଆ ଝିଅ ଭାବେ ମୁର୍ମୁ ଦଳମତ ନିର୍ବିଶେଷରେ କଂଗ୍ରେସ, ଭାଜପା ଓ ବିଜେଡି ସମସ୍ତଙ୍କ ସମର୍ଥନ ଲାଗି ନିବେଦନ କରିବେ। ଏହି ଅବସରରେ ତାଙ୍କର ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା କାର୍ଯ୍ୟକ୍ରମ ମଧ୍ୟ ରହିଛି। ମୁର୍ମୁ ଏନ୍‌ଡିଏ ରାଷ୍ଟ୍ରପତି ଭାବେ ମନୋନୀତ ହେବାପରେ ନବୀନ ବିଦେଶ ଗସ୍ତରେ ଥିବାରୁ ଉଭୟଙ୍କ ମଧ୍ୟରେ ଭେଟଘାଟ ହୋଇପାରି ନାହିଁ। ହେଲେ ବିଦେଶରେ ଥିବା ସମୟରେ ହିଁ ନବୀନ ମୁର୍ମୁଙ୍କ ସମର୍ଥନ ଘୋଷଣା କରିବା ସହ ତାଙ୍କ ନାମାଙ୍କନ ସମୟରେ ଓଡ଼ିଶାର ଦୁଇ କ୍ୟାବିନେଟ୍‌ ମନ୍ତ୍ରୀ ଟୁକୁନି ସାହୁ ଏବଂ ଜଗନ୍ନାଥ ସାରକାଙ୍କୁ ମଧ୍ୟ ପ୍ରସ୍ତାବକ ରହିବାକୁ ପଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri