ମନ୍ଦିରରେ ପୂଜାର୍ଚ୍ଚନା କଲେ ଦ୍ରୌପଦୀ

ବାରିପଦା ଅଫିସ,୨୨।୬: ରାଷ୍ଟ୍ରପତି ନିର୍ବାଚନ ପାଇଁ ଝାଡ଼ଖଣ୍ଡ ରାଜ୍ୟର ପୂର୍ବତନ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କୁ ଏନ୍‌ଡିଏ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ନାମ ଘୋଷଣା ପରେ ଦ୍ରୌପଦୀ ବୁଧବାର ସକାଳୁ କଡ଼ା ସୁରକ୍ଷା ମଧ୍ୟରେ ବାସଭବନରୁ ବାହାରି ସ୍ଥାନୀୟ ଜଗନ୍ନାଥ ମନ୍ଦିର, ମୁର୍ମୁ ଛକ ନିକଟ ଶିବ ମନ୍ଦିର, ଗଢ ଗ୍ରାମରେ ଥିବା ଐଶନେଶ୍ବର ବାବାଙ୍କ ଦର୍ଶନ କରିଛନ୍ତି ।
ଏହା ପରେ ରାଇରଙ୍ଗପୁର ସ୍ଥିତ ପ୍ରଜାପିତା ବ୍ରହ୍ମ କୁମାରୀର ମୁଖ୍ୟ କାର୍ଯ୍ୟାଳୟ ଯାଇଥିଲେ। ସେଠାରେ ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଅନ୍ୟପଟେ,ଦ୍ରୌପଦୀ ପାଇଁ ଜେଡ୍‌ ପ୍ଲସ୍‌ ସୁରକ୍ଷା କରାଯାଇଛି। ୧୦ରୁ ଅଧିକ ଏନ୍‌ଏସ୍‌ଜି ସହ ସିଆର୍‌ପିଏଫ୍‌ କମାଣ୍ଡୋ ସୁରକ୍ଷା ଦାୟିତ୍ୱରେ ଅଛନ୍ତି। ଏହା ସହ ୫ଟି ବୁଲେଟ୍‌ପ୍ରୁଫ୍‌ କାର୍‌ ମଧ୍ୟ ସୁରକ୍ଷା ବ୍ୟବସ୍ଥାରେ ନିୟୋଜିତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଡବଲ ଇଞ୍ଜିନ ସରକାର କରିବାକୁ ଧର୍ମେନ୍ଦ୍ରଙ୍କ ଆହ୍ବାନ

ଝାରସୁଗୁଡ଼ା,୨୪ା୪ (ସଞ୍ଜୟ ମାଲି):ଝାରସୁଗୁଡା ଜିଲା ଲଇକେରା ବ୍ଲକରେ ମଙ୍ଗଳବାର ଭାଜପା ପକ୍ଷରୁ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ଲଇକେରା ବିଜେଡି ମହିଳା ନେତ୍ରୀ...

ଏପର୍ଯ୍ୟନ୍ତ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିପାରୁନାହାନ୍ତି ରାଜ୍ୟର ୩ ପ୍ରମୁଖ ଦଳ:ଜାଣନ୍ତୁ କାହାର କେତେ ଆସନ ବାକି ଅଛି

ଭୁବନେଶ୍ୱର,୨୪।୪(ସୁନିତ୍‌ ମିଶ୍ର):ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ ରହିଛି। ହେଲେ ଏପର୍ଯ୍ୟନ୍ତ ରାଜ୍ୟର ୩ ପ୍ରମୁଖ...

ପ୍ରଦୀପ୍ତଙ୍କୁ ରୋକିବାକୁ ବିଜେଡିର ମହିଳା କାର୍ଡ

ଭବାନୀପାଟଣା,୨୪।୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।...

ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ

କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍‌ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା...

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri