ଦ୍ରୌପଦୀଙ୍କ ଭୋଟ ନିବେଦନ

ଭୁବନେଶ୍ୱର,୯।୭(ବ୍ୟୁରୋ): ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ନିଜ ସପକ୍ଷରେ ଭୋଟ ମାଗିବା ପାଇଁ ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ରାଜ୍ୟର ଏମ୍‌ପି ଓ ବିଧାୟକମାନଙ୍କୁ ଭେଟି ଆଲୋଚନା କରିଛନ୍ତି। ବିଧାନସଭା ସମ୍ମିଳନୀ କକ୍ଷରେ ବିଜେଡି ବିଧାୟକ ଓ ଏମ୍‌ପିଙ୍କ ସହ ଆଲୋଚନା କଲାବେଳେ ସେ ଭାବବିହ୍ବଳ ହୋଇପଡ଼ିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାଇ ସମ୍ବୋଧନ କରିବା ସହ ରାଖୀର ପାଉଣା ମାଗିବା ପୂର୍ବରୁ ସେ ଦେଇଦେଲେ ବୋଲି କହିଛନ୍ତି। ବିଧାନସଭାରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମନ୍ତ୍ରୀ ଓ ବିଜେଡି ବିଧାୟକମାନେ ମୁର୍ମୁଙ୍କୁ ଭବ୍ୟ ସ୍ବାଗତ କରି ସମ୍ମିଳନୀ କକ୍ଷକୁ ପାଛୋଟି ନେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବିଧାନସଭାର ସମ୍ମିଳନୀ କକ୍ଷରେ ବିଜେଡି ଏମ୍‌ପି ଓ ବିଧାୟକଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଦ୍ରୌପଦୀ କହିଥିଲେ, ‘ମୁ ମୁଖ୍ୟମନ୍ତ୍ରୀଙ୍କ ହାତରେ ରାଖୀ ବାନ୍ଧିଥିଲି। ବିଦେଶରେ ଥାଇ ମୋ ସହ ମୁଖ୍ୟମନ୍ତ୍ରୀ କଥା ହୋଇଥିଲେ। ମୁଁ ଗାଁର ଝିଅ, ମନ୍ତ୍ରୀ ଥିବାବେଳେ ବହୁ କାମ କରିଛି। ଆହୁରି କାମ ବାକି ଅଛି, ଆପଣଙ୍କ ସହଯୋଗ ଦରକାର। ଆମ ଗାଁର ଅବସ୍ଥା ସୁଧୁରିବ ଓ ଓଡ଼ିଶା ସୁନ୍ଦର ଭାବରେ ବଢ଼ିବ।’ ଏହି ଅବସରରେ ସେ ଭୋଟ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ସମସ୍ତ ବିଧାୟକ ଓ ଏମ୍‌ପିଙ୍କୁ ନିବେଦନ କରିଛନ୍ତି।
ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ମୁର୍ମୁ ସ୍ବତନ୍ତ୍ର ବିମାନରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ପାରମ୍ପରିକ ନାଚଗୀତରେ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିଲା। ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇବା ନିମନ୍ତେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଟୁକୁନି ସାହୁ, ବିଧାୟକ ଦେବୀ ମିଶ୍ର, ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର, ଭାଜପାର ରାଜ୍ୟ ସଭାପତି ସମୀର ମହାନ୍ତି, ବରିଷ୍ଠ ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାରଙ୍କ ସମେତ ଭାଜପା ଓ ବିଜେଡିର ବହୁ ତୁଙ୍ଗ ନେତା ଉପସ୍ଥିତ ଥିଲେ। ସେଠାରୁ ମୁର୍ମୁଙ୍କୁ ରାଜ୍ୟ ଅତିଥି ଭବନକୁ ପାଛୋଟି ନିଆଯାଇଥିଲା। ସେଠାରେ ସେ କିଛି ସମୟ ବିଶ୍ରାମ କରିବା ପରେ ବିଧାନସଭାର ସମ୍ମିଳନୀ କକ୍ଷକୁ ଯାଇଥିଲେ। ସେଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଫୁଲତୋଡ଼ା ଓ ଉତ୍ତରୀୟ ଦେଇ ସ୍ବାଗତ କରିଥିଲେ।
ବିଧାନସଭାରୁ ଫେରିବା ପରେ ସେ ରାଜ୍ୟ ଅତିଥି ଭବନରେ ଭାଜପା ବିଧାୟକ ଓ ଏମ୍‌ପିଙ୍କ ସହ ଆଲୋଚନା କରିଛନ୍ତି। ଏହାପରେ ମଧ୍ୟାହ୍ନରେ ସେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରାୟ ୩୦ ମିନିଟ ଆଲୋଚନା କରିଛନ୍ତି। ଫେରିଯିବା ପୂର୍ବରୁ ମୁର୍ମୁଙ୍କୁ ମୁଖ୍ୟମନ୍ତ୍ରୀ ତାଙ୍କ ବାସଭବନରେ ମଧ୍ୟାହ୍ନଭୋଜନରେ ଭାତ, ଡାଲି, ଆଳୁଚକଟା, ବଡ଼ିଚୂରା, ବାଇଗଣ ଭଜା ଆଦି ଓଡ଼ିଆ ଖାଦ୍ୟରେ ଆପ୍ୟାୟିତ କରିଛନ୍ତି। ମଧ୍ୟାହ୍ନଭୋଜନରେ ଶୁଦ୍ଧ ଶାକାହାର ଓ ସମ୍ପୂର୍ଣ୍ଣ ଓଡ଼ିଆ ଖାଦ୍ୟ ଥିଲା ବୋଲି ଜଣାପଡ଼ିଛି।
ଦ୍ରୌପଦୀଙ୍କ ସହ କେନ୍ଦ୍ରମନ୍ତ୍ରୀ ତଥା ଭାଜପା ନେତା ଗଜେନ୍ଦ୍ର ସିଂ ଶେଖାୱତ ମଧ୍ୟ ନବୀନ ନିବାସ ଯାଇଥିଲେ। ବିଜେଡି ସୁପ୍ରିମୋଙ୍କ ସହ ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ମୁର୍ମୁ ଓ କେନ୍ଦ୍ରମନ୍ତ୍ରୀ ଶେଖାୱତଙ୍କ ସମେତ ପୁରୀ ବିଜେଡି ଏମ୍‌ପି ପିନାକୀ ମିଶ୍ର ମଧ୍ୟ ମଧ୍ୟାହ୍ନଭୋଜନ କରିଥିଲେ। ମୁର୍ମୁ ନବୀନ ନିବାସରୁ ସିଧାସଳଖ ବିମାନବନ୍ଦର ଯାଇଥିଲେ ଓ ସ୍ବତନ୍ତ୍ର ବିମାନରେ ଲକ୍ଷ୍ନୌ ଅଭିମୁଖେ ଯାଇଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ, ମୁର୍ମୁଙ୍କୁ ବିଜେଡି ନିଜର ସମର୍ଥନ ଦେବାକୁ ଘୋଷଣା କରିଥିବା ବେଳେ ଏକମାତ୍ର ସ୍ବାଧୀନ ବିଧାୟକ ମକରନ୍ଦ ମୁଦୁଲି ମଧ୍ୟ ସମର୍ଥନ ଦେବେ ବୋଲି କହିଛନ୍ତି। ବିଧାନସଭାରେ ମୋଟ ୧୪୭ ଜଣ ବିଧାୟକ ଥିବାବେଳେ ଏଥିରେ ବିଜେଡିର ୧୧୨ଜଣ, ଭାଜପାର ୨୨ଜଣ ଓ ସ୍ବାଧୀନ ବିଧାୟକ ମକରନ୍ଦ ମୁଦୁଲିଙ୍କ ଭୋଟ୍‌ ଏନ୍‌ଡିଏ ପ୍ରାର୍ଥୀଙ୍କ ସପକ୍ଷରେ ଯିବ। ଏହାଛଡ଼ା ବିଜେଡିରୁ ନିଲମ୍ବିତ ଦୁଇ ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ପ୍ରଶାନ୍ତ ଜଗଦ୍ଦେବଙ୍କ ମଧ୍ୟରୁ ପାଣିଗ୍ରାହୀ ମଧ୍ୟ ନିଜର ସମର୍ଥନ ମୁର୍ମୁଙ୍କୁ ଦେବେ ବୋଲି ଘୋଷଣା କରିସାରିଛନ୍ତି। କେବଳ କଂଗ୍ରେସର ୯ ବିଧାୟକ ଓ ସିପିଏମ୍‌ର ଜଣେ ବିଧାୟକଙ୍କ ଭୋଟ କାହା ସପକ୍ଷରେ ଯିବ ତାହା ଏବେ ବି ଅସ୍ପଷ୍ଟ ରହିଛି। ଓଡ଼ିଶାରେ ବିଜେଡି ଓ ଭାଜପାର ଲୋକ ସଭା ସଦସ୍ୟଙ୍କ ସଂଖ୍ୟା ୨୦ ଏବଂ ରାଜ୍ୟ ସଭାର ୧୦ଜଣ ସଦସ୍ୟ ଅଛନ୍ତି। ସମସ୍ତଙ୍କ ଭୋଟ ଏନ୍‌ଡିଏ ପ୍ରାର୍ଥୀ ମୁର୍ମୁଙ୍କ ସପକ୍ଷରେ ଯିବ ବୋଲି ଜଣାପଡ଼ିଛି। କେବଳ କଂଗ୍ରେସର ଜଣେ ଏମ୍‌ପି ସପ୍ତଗିରି ଉଲାକାଙ୍କ ଭୋଟ ୟୁପିଏ ପ୍ରାର୍ଥୀଙ୍କୁ ମିଳିବା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri