Posted inଖେଳ

ଅଷ୍ଟ୍ରେଲିଆ ୫୫୬ ରନ୍‌ କରିବା ପରେ ବି ମ୍ୟାଚ୍‌ ଛଡ଼ାଇ ଆଣିଥିଲେ ଡ୍ରାଭିଡ୍‌

ନୂଆଦିଲ୍ଲୀ,୧୧।୧: ପୂର୍ବତନ ଭାରତୀୟ ଅଧିନାୟକ ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ରାହୁଲ ଡ୍ରାଭିଡ୍‌ ମଙ୍ଗଳବାର ୪୯ତମ ଜନ୍ମଦିନ ପାଳନ କରିଛନ୍ତି। କୋଚିଂ କ୍ୟାରିୟର ଆରମ୍ଭ କରିବା ପୂର୍ବରୁ ୧୬ ବର୍ଷ ଧରି ଟିମ୍‌ ଇଣ୍ଡିଆ ପାଇଁ ପ୍ରତିନିଧିତ୍ୱ କରିଥିଲେ। ଲମ୍ବା କ୍ୟାରିୟରରେ ଦଳ ପାଇଁ ଅନେକ ମ୍ୟାଚ୍‌ ବିଜୟୀ ଇନିଂସ ଖେଳିଥିଲେ ଡ୍ରାଭିଡ୍‌। ସେଥି ମଧ୍ୟରୁ ଗୁରୁତ୍ୱପୂର୍ଣ୍ଣ ଥିଲା ୨୦୦୪ରେ ଆଡିଲେଡ୍‌ଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳିଥିବା ଦ୍ୱିଶତକୀୟ ପାଳି।

ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ରିକି ପଣ୍ଟିଂ ୨୪୨ ରନ୍‌ର ଦ୍ୱିଶତକ ପାଳି ବଳରେ ୫୫୬ ରନ୍‌ କରିଥିଲା। ଜବାବରେ ୮୫ ରନ୍‌ରେ ୪ ଉଇକେଟ ହରାଇ ସଙ୍କଟରେ ପଡ଼ିଥିଲା ଭାରତ। ଏହାପରେ ରାହୁଲ ଡ୍ରାଭିଡ୍‌ (୨୩୩) ଓ ଭିଭିଏସ୍‌ ଲକ୍ଷ୍ମଣ (୧୪୮) ୫ମ ଉଇକେଟ ପାଇଁ ୩୦୩ ରନ୍‌ ଯୋଡ଼ିଥିଲେ। ଦ୍ୱିଶତକ ପୂରଣ କରିବା ପରେ ଅନ୍ତିମ ବ୍ୟାଟର ଭାବେ ଆଉଟ୍‌ ହୋଇଥିଲେ ଡ୍ରାଭିଡ୍‌। ଫଳରେ ଭାରତ ଅଲଆଉଟ୍‌ ହୋଇଯାଇଥିଲା ୫୨୩ ରନ୍‌ରେ।

୩୩ ରନ୍‌ରେ ଆଗୁଆ ଥିବା ଅଷ୍ଟ୍ରେଲିଆ ଦ୍ୱିତୀୟ ଇନିଂସରେ ୧୯୬ ରନ୍‌ରେ ସୀମିତ ରହିଥିଲା। ଫଳରେ ଟିମ୍‌ ଇଣ୍ଡିଆ ଆଗରେ ଛିଡ଼ା ହୋଇଥିଲା ୨୩୦ ରନ୍‌ର ଟାର୍ଗେଟ। ଡ୍ରାଭିଡ୍‌(୭୨)ଙ୍କ ଅର୍ଦ୍ଧଶତକୀୟ ଇନିଂସ ବଳରେ ଭାରତ ୪ ଉଇକେଟରେ ମ୍ୟାଚ୍‌ ଜିତି ନେଇଥିଲା। ଏହି ବିଜୟ ଯୋଗୁ ଟେଷ୍ଟ କ୍ରିକେଟ ଇତିହାସରେ ପ୍ରଥମ ଥର ପାଇଁ ଟେଷ୍ଟ ସିରିଜ୍‌ ଡ୍ର’ କରିଥିଲା ଭାରତ।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri