Posted inଖେଳ

ଏହି କ୍ରିକେଟର୍‌ଙ୍କ ଉପରେ ପ୍ରବଳ ରାଗିଗଲେ ଦ୍ରାବିଡ

ଜୋହାନ୍ସବର୍ଗ,୭।୧:ଜୋହାନ୍ସବର୍ଗରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ ଜିତିବାର ସୁଯୋଗକୁ ଟିମ ଇଣ୍ଡିଆ ସୁଯୋଗ ହାତଛଡ଼ା କରିଛି। ଏବେ ତୃତୀୟ ଟେଷ୍ଟ ମ୍ୟାଚ ପର୍ଯ୍ୟନ୍ତ ଭାରତର ସିରିଜର ଫଳାଫଳକୁ ଅପେକ୍ଷା କରିବାକୁ ପଡ଼ିବ। ଯଦି ଭାରତ ଏହି ମ୍ୟାଚ ଜିତିଥାନ୍ତା, ତେବେ ଏହା ଦକ୍ଷିଣ ଆଫ୍ରିକା ମାଟିରେ ଟେଷ୍ଟ ସିରିଜ କବ୍‌ଜା କରିଥାନ୍ତା, କିନ୍ତୁ ଗୋଟିଏ ଖେଳାଳିଙ୍କ ଭୁଲ ସମଗ୍ର ଦଳକୁ ଘାରିଛି। ଟିମ ଇଣ୍ଡିଆର ମୁଖ୍ୟ କୋଚ ରାହୁଲ ଦ୍ରାବିଡ ମଧ୍ୟ ଏହି ଖେଳାଳିଙ୍କ ଉପରେ ଅତ୍ୟଧିକ ରାଗିଛନ୍ତି।
ଏହି ମ୍ୟାଚରେ ଭାରତୀୟ ଦଳ ୬୦-୭୦ ରନ କମ ସ୍କୋର କରିଛ। ରିଷଭ ପନ୍ତଙ୍କ ଖରାପ ବ୍ୟାଟିଂ ସବୁଠାରୁ ବଡ କାରଣ ଭାବରେ ବିବେଚନା କରାଯାଉଛି। ପ୍ରଥମ ଇନିଂସରେ ୧୭ ରନ ଏବଂ ଦ୍ୱିତୀୟ ଇନିଂସରେ ‘ଶୂନ’ରେ ପନ୍ତ ଆଉଟ୍‌ ହୋଇଥିଲେ। ଏହି ସମୟରେ ରିଷଭ ପନ୍ତ ଦ୍ୱିତୀୟ ଇନିଂସରେ ଖରାପ ସଟ ଖେଳି ଆଉଟ୍‌ ହୋଇଥିଲେ, ଯାହା ପରେ ସମସ୍ତେ ତାଙ୍କ ଉପରେ ରାଗିଥିଲେ।
ରାହୁଲ ଦ୍ରାବିଡଙ୍କ ଅନୁଯାୟୀ, ରିଷଭ ପନ୍ତ ଆରମ୍ଭରେ କ୍ରିଜରେ ରହି ନିଜକୁ ସମୟ ଦେବା ଉଚିତ୍‌। କେତେବେବେଳ ଆମକୁ ଆକ୍ରମଣାତ୍ମକ ଏବଂ ଆଉ କେେବେଳେ ରକ୍ଷଣଶୀଳ ଖେଳାଯିବ ତାହା କ୍ରିକେଟର୍‌ ସ୍ଥିର କରିବା ଉଚିତ୍‌। ପନ୍ତ ଜଣେ ସକରାତ୍ମକ ଖେଳାଳି। ସେ ସେହି ବ୍ୟାଟ୍ସମ୍ୟାନ୍‌ମାନଙ୍କ ମଧ୍ୟରୁ ଜଣେ ଯିଏ ଆମ ପାଇଁ ମ୍ୟାଚ୍‌ର ଗତି ଅତି ଶୀଘ୍ର ବଦଳାଇ ପାରିବେ। ଆଗକୁ ପନ୍ତ ନିଜକୁ ସୁଧାରିବେ ବୋଲି ସେ କହିଛନ୍ତି।
ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଭାରତକୁ ୭ ଉଇକେଟରେ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ଭାରତ ପ୍ରଥମ ଟେଷ୍ଟ ମ୍ୟାଚ ଜିତିଥିବାରୁ ତିନି ମ୍ୟାଚ ବିଶିଷ୍ଟ ସିରିଜ ବର୍ତ୍ତମାନ ୧-୧ରେ ବରାବର ହୋଇଛି। ତୃତୀୟ ଟେଷ୍ଟ ମ୍ୟାଚ ଜାନୁଆରୀ ୧୧ରୁ କେପଟାଉନରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ୍‌କୁ ଆର୍ଥିକ ଫାଇଦା ପହଞ୍ଚାଇଲେ ପରିଣାମ ଭୋଗିବ: ଆମେରିକା

ୱାଶିଂଟନ୍‌,୪।୯ (ପି.ଟି.): କିର୍‌ଗିଜସ୍ଥାନର ବିଶ୍‌କେକ୍‌ଠାରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ସମ୍ମିଳନୀ ଅବସରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇରାନ୍‌ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ୍‌ଙ୍କ…

ମନ୍ଧାନାଙ୍କ ରେକର୍ଡ ଶତକ: ଭାରତର ଲଗାତର ଦ୍ୱିତୀୟ ବିଜୟ

ଦୁବାଇ,୩ା୯: ସ୍ମୃତି ମନ୍ଧାନାଙ୍କ ରେକର୍ଡ ଶତକ ବଳରେ ମହିଳା ଏସିଆ କପ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୧୩୭ ରନର ବଡ଼ ବ୍ୟବଧାନରେ ହଂକଂ, ଚାଇନାକୁ ପରାସ୍ତ…

ଷ୍ଟେଶନରେ ଯୁବତୀଙ୍କୁ ବଳାତ୍କାର

ରାଉରକେଲା,୩।୯: ରାଉରକେଲା ଭଳି ଜନଗହଳିପୂର୍ଣ୍ଣ ରେଲ ଷ୍ଟେଶନରେ ଗୁରୁବାର ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଷ୍ଟେଶନର ରେଷ୍ଟ ରୁମ୍‌ରେ ଜଣେ ଯୁବତୀଙ୍କ ବଳାତ୍କାର କରାଯାଇଥିବା…

୫୬ ଭୋଗ ନ ଥିଲେ ବି ପ୍ରସନ୍ନ ହେବେ କାହ୍ନା! ଜନ୍ମାଷ୍ଟମୀରେ ବାଳଗୋପାଳଙ୍କୁ ଚଢ଼ାନ୍ତୁ ଏହି ୫ଟି ପ୍ରିୟ ଜିନିଷ; ଜାଣନ୍ତୁ ବିଧି

ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ଭାବେ ସାରା ଦେଶରେ ଉତ୍ସାହର ସହ ପାଳନ କରାଯାଏ। ଏହି ଦିନ ଭକ୍ତମାନେ ବ୍ରତ ରଖି ମଧ୍ୟରାତ୍ରିରେ ବାଳଗୋପାଳଙ୍କ…

ଟ୍ରକ ତଳେ ପଶିଗଲା ସ୍କୁଟି, ଆଉ ତା’ପରେ…

ଦିଗପହଣ୍ଡି,୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନମ୍ବର ରାଜ୍ୟ ରାଜପଥ ଦିଗପହଣ୍ଡି ଆନନ୍ଦନଗର ନିକଟରେ ଏକ ଭୟାନକ ଦୁର୍ଘଟଣା ଘଟିଛି। ରାସ୍ତାକଡରେ ପାର୍କିଂ କରିଥିବା…

ଖେଳାଳିଙ୍କୁ ମିଳୁନି ବିଶ୍ରାମ! ବାରମ୍ବାର ଆହତ ହେବା ନେଇ BCCIର ବଡ଼ ଖୁଲାସା, ବଦଳିବ ରଣନୀତି

ମୁମ୍ବାଇ,୩।୯: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (BCCI)ର ମୁଖ୍ୟ କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିସିସିଆଇ ସମ୍ପାଦକ ଦେବଜୀତ୍ ଶୈକିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଆକ୍ସନରେ ଜିଲାପାଳ: ବଦଳିଲେ ସୁନାବେଢା ସିଡିପିଓ

କୋରାପୁଟ ୩l୯(ଅମିତାଭ ବେହେରା): ଅଙ୍ଗନଓ୍ବାଡି କର୍ମୀମାନଙ୍କୁ ଖରାପ ବ୍ୟବହାର କରିଥିବା ଅଭିଯୋଗରେ ସୁନାବେଢା ସିଡିପିଓ ନଳିନୀ ବେହେରାଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ସିଡିପିଓ ନଳିନୀଙ୍କୁ ଜୟପୁର ଉପଜିଲାପାଳଙ୍କ…

୧୧ ବର୍ଷ ଧରି କେଶ ଖାଉଥିଲେ ଛାତ୍ରୀ; ଏବେ ଡାକ୍ତର ତାଙ୍କ ପେଟରୁ ବାହାର କଲେ ୧.୧୬ କିଲୋଗ୍ରାମର ଗଣ୍ଠି

ନୂଆଦିଲ୍ଲୀ,୩।୯: ଦିଲ୍ଲୀର ଦ୍ୱାରକାସ୍ଥିତ ମଣିପାଲ ହସ୍ପିଟାଲର ଡାକ୍ତରମାନେ ଜଣେ 20 ବର୍ଷୀୟ ଛାତ୍ରୀଙ୍କ ପେଟରୁ 1.16 କିଲୋଗ୍ରାମ ଓଜନର ଏକ ବଡ଼ କେଶ ପିଣ୍ଡ ବାହାର କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri