ଚାନ୍ଦିପୁର ଡିଆରଡିଓର ଗୁପ୍ତ ତଥ୍ୟ ଲିକ୍‌

ବାଲେଶ୍ୱର ଅଫିସ, ୧୪।୯: ପାକିସ୍ତାନୀ ଗୋଇନ୍ଦା ସଂସ୍ଥା(ଆଇଏସ୍‌ଆଇ)କୁ ଯୋଗାଇ ଦେଉଥିଲେ ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଙ୍ଗଠନ (ଡିଆର୍‌ଡିଓ)ର ଗୁପ୍ତ ତଥ୍ୟ। ମୁଖ୍ୟତଃ କ୍ଷେପଣାସ୍ତ୍ର ପରୀକ୍ଷଣ ସମୟର ବିଭିନ୍ନ ତଥ୍ୟ ପ୍ରଘଟ କରୁଥିଲେ ଡିଆର୍‌ଡିଓର କିଛି କର୍ମଚାରୀ (ଚୁକ୍ତିଭିତ୍ତିକ)। ଏହା ଜଣାପଡ଼ିବା ପରେ ନୂଆଦିଲ୍ଲୀସ୍ଥିତ ଭାରତୀୟ ଗୋଇନ୍ଦା ସଂସ୍ଥା (ଆଇବି)ର ୨ ଜଣ ଅଧିକାରୀ ୩ ଦିନ ପୂର୍ବେ ବାଲେଶ୍ୱର ପହଞ୍ଚତ୍ ତନାଘନା ଆରମ୍ଭ କରିଥିଲେ।

ଡିଆରଡିଓର ୮ଜଣ ଅସ୍ଥାୟୀ କର୍ମଚାରୀଙ୍କୁ ଉଠାଇ ନେଇ ସ୍ଥାନୀୟ ପୋଲିସ ସ୍ପେଶାଲ ସ୍କ୍ବାଡ୍‌ ପଚରାଉଚୁରା କରିବା ପରେ ଘଟଣାର ସତ୍ୟାସତ୍ୟ ଜଣାପଡ଼ିଛି। ଏହି ଘଟଣାରେ ମଙ୍ଗଳବାର ୪ଜଣଙ୍କୁ ଗିରଫ କରାଯାଇଥିବାବେଳେ ଅନ୍ୟ ୪ଜଣ ଯୁବକଙ୍କୁ ଅଟକ ରଖାଯାଇ ପଚରାଉଚୁରା ଚାଲଥିବା ସୂଚନା ଦେଇଛନ୍ତି ପୂର୍ବାଞ୍ଚଳ ଆଇଜି ହିମାଂଶୁ କୁମାର ଲାଲ୍‌।

ଏ ନେଇ ଚାନ୍ଦିପୁର ଥାନାରେ ଆଇପିସି ଦଫା ୧୨୦(ବି), ୧୨୧(ଏ), ୩୪ ଏବଂ ଅଫିସିଆଲ୍‌ ସିକ୍ରେଟ ଆକ୍ଟର ଦଫା ୩, ୪ ଓ ୫ରେ ଏକ ମାମଲା (ନଂ. ୭୬/୨୧) ରୁଜୁ କରାଯାଇ ଦେଶର ସୁରକ୍ଷା, ସାର୍ବଭୌମତ୍ୱ ତଥା ଅଖଣ୍ଡତା ଉପରେ ପ୍ରଭୂତ କ୍ଷତି ଘଟାଇବା ଅଭିଯୋଗରେ ୪ଜଣଙ୍କୁ ଗିରଫ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ସେମାନଙ୍କ ନାମ ଓ ଅଧିକ ତଥ୍ୟ ପ୍ରକାଶ କରିବାକୁ ଜିଲା ଆରକ୍ଷୀ ଅଧୀକ୍ଷକ ସୁଧାଂଶୁ ଶେଖର ମିଶ୍ର ମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri