Posted inଜାତୀୟ

ଡିଆରଡିଓ-ଭାରତୀୟ ନୌସେନାକୁ ସଫଳତା, ଉଡାଇଲେ ମାନବ ବିହୀନ ବିମାନ…

ବେଙ୍ଗାଲୁରୁ,୧୮।୬ : ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆରଡିଓ) ଏବଂ ଭାରତୀୟ ନୌସେନାର ଦଳ ଏକ ମାନବ ବିହୀନ ବିମାନକୁ ସଫଳତାର ସହ ପ୍ରଦର୍ଶନ କରିଛନ୍ତି। ୧୬ ଜୁନ ୨୦୨୩ ରେ ଏକ ଡିଆରଡିଓ ଏବଂ ଭାରତୀୟ ନୌସେନା ଦଳ କର୍ନାଟକର ଆର୍ଗା ସ୍ଥିତ କରୱର ନାଭାଲ ବେସ ଠାରୁ ୧୪୮ କିଲୋମିଟର ଦୂରରେ ଥିବା ଆଇଲନଏସ ସୁଭଦ୍ରା ଠାରେ ଥିବା ଏକ ସୁଦୂର ଗ୍ରାଉଣ୍ଡ ଷ୍ଟେଶନରୁ ଏକ ମାନବ ବିହୀନ ବିମାନ ଯାନ (ତାପସ ୟୁଏଭି) କୁ ନିର୍ଦ୍ଦେଶ ଦେଇଥିଲେ ଏବଂ ଏହା ସଫଳତାର ସହ ସ୍ଥାନାନ୍ତର ନିୟନ୍ତ୍ରଣ କ୍ଷମତା ପ୍ରଦର୍ଶନ କରିଥିଲା।

ତାପସ କରୱର ନାଭାଲ ବେସ ଠାରୁ ୨୮୫ କିଲୋମିଟର ଦୂରରେ ଥିବା ଏରୋନେଟିକାଲ ଟେଷ୍ଟ ରେଞ୍ଜ (ଏଟିଆର) ଚିତ୍ରଦୁର୍ଗ ଠାରୁ ସକାଳ ୭ଟା ୩୫ରେ ଉଡ଼ାଣ କରିଥିଲା । ମାନବ ବିହୀନ ବିମାନକୁ ନିୟନ୍ତ୍ରଣ କରିବା ପାଇଁ ଆଇଏନଏସ ସୁଭଦ୍ରା ଉପରେ ଏକ ଗ୍ରାଉଣ୍ଡ କଣ୍ଟ୍ରୋଲ ଷ୍ଟେଶନ (ଜିସିଏସ) ଏବଂ ଦୁଇଟି ସିପ ଡାଟା ଟର୍ମିନାଲ (ଏସଡିଟି) ସ୍ଥାପନ କରାଯାଇଥିଲା। ପରୀକ୍ଷା ପରେ, ତାପସ ସଫଳତାର ସହିତ ଏଟିଆରରେ ଅବତରଣ କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri