Posted inଜାତୀୟ

ସୀମାରେ ଡିଆର୍‌ଡିଓ ଲ୍ୟାବ୍‌: ଏଲ୍‌ଓସି-ଏଲ୍‌ଏସି ଉପରେ ରହିବ କଡ଼ା ନଜର

ନୂଆଦିଲ୍ଲୀ,୧।୧୨: ସୀମାରେ ଗବେଷଣା ଜାରି ସହିତ ଏଲ୍‌ଓସି-ଏଲ୍‌ଏସି ଉପରେ କଡ଼ା ନଜର ରଖିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଏଠାରେ ରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ(ଡିଆର୍‌ଡିଓ )ର ଥିବା ୨ଟି ଲ୍ୟାବ୍‌କୁ ମିଶାଇ ଏକ ବଡ଼ ଲ୍ୟାବ କରାଯାଇଛି। ଏହି ଲ୍ୟାବ୍‌ ଅରୁଣାଚଳପ୍ରଦେଶ ଠାରୁ ଆରମ୍ଭ କରି ଲଦାଖ ଅଞ୍ଚଳରେ ଗବେଷଣା କରିବ। ଏହା ସହିତ ଏସବୁ ଅଞ୍ଚଳରେ ଥିବା ଅନ୍ତର୍ଜାତୀୟ ସୀମାରେ ହେଉଥିବା ଶତ୍ରୁ କାର୍ଯ୍ୟ କଳାପ ଉପରେ ମଧ୍ୟ ତୀକ୍ଷ୍‌ଣ ଦୃଷ୍ଟି ରଖିବାକୁ ସକ୍ଷମ ହେବ। ଡିଆର୍‌ଡିଓ ପକ୍ଷରୁ ମନାଲିଠାରେ ଥିବା ବରଫ ଏବଂ ହିମସ୍ଖଳନ ଅଧ୍ୟୟନ ସଂସ୍ଥା ଏବଂ ଦିଲ୍ଲୀରେଠାରେ ଥିବା ରକ୍ଷା ଭୂଭାଗ ଗବେଷଣା ପ୍ରୟୋଗଶାଳାକୁ ମିଶାଇ ଡିଫେନ୍ସ୍‌ ଜିଓ ଇନଫରମେଟିକ୍ସ୍‌ ରିସର୍ଚ୍ଚ ଏଷ୍ଟାବ୍ଲିଶ୍‌ମେଣ୍ଟ ସ୍ଥାପନା କରାଯାଇଛି। ଏହି ଲ୍ୟାବ ପାକିସ୍ତାନ ଏବଂ ଚାଇନାର ପ୍ରତିଟି କାର୍ଯ୍ୟ ଉପରେ ଦୃଷ୍ଟି ରଖି ପାରିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…

ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ…

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…

ଅବପାତ ଦୁର୍ବଳ: ପୁଣି ବଢିବ ବର୍ଷାର ପରିମାଣ, ଘଡ଼ଘଡ଼ି ବିଜୁଳି ସହିତ…

ଭୁବନେଶ୍ୱର,୧ା୮(ବନ୍ଦନା ସେଠୀ):ରାଜ୍ୟରୁ ଅବପାତର ଭୟ ଦୂରେଇ ଥିବାବେଳେ ବର୍ଷାର ପରିମାଣ ବି କମିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ…

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ

ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ।…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

ପିଏମ ମୋଦିଙ୍କ ନୂଆ ଭିଡିଓ ବାର୍ତ୍ତା: କହିଲେ-ମୋତେ ଗାଳି ଦେଇଥିବା ପିଲାମାନଙ୍କୁ…

ନୂଆଦିଲ୍ଲୀ,୧।୮: ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଅନେକ ପିଲା ଅଶ୍ଳୀଳ ଭାଷା ପ୍ରୟୋଗ କରିଥିଲେ, ଯେଉଁଥିପାଇଁ ସେମାନେ ଭାଜପା ସମର୍ଥକଙ୍କ ଟାର୍ଗେଟକୁ…

୨୦୦ ଟଙ୍କା ଶସ୍ତା ହେଲା LPG ସିଲିଣ୍ଡର ଦାମ, ଜାଣନ୍ତୁ କେଉଁ ସହରରେ କେତେ କମିଲା…

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ହୋଟେଲ, ରେଷ୍ଟୁରାଷ୍ଟ ଏବଂ ଅନ୍ୟାନ୍ୟ ବାଣିଜ୍ୟିକ ପ୍ରତିଷ୍ଠାନଗୁଡ଼ିକୁ ବଡ଼ ଆଶ୍ୱସ୍ତି ପ୍ରଦାନ କରି ୧୯ କିଲୋଗ୍ରାମ ବିଶିଷ୍ଟ କମର୍ସିଆଲ ଏଲପିଜି ସିଲିଣ୍ଡରର ମୂଲ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri