Posted inଜାତୀୟ

ଜେଲ ଗଲେ ଡିଆର୍‌ଡିଓ ବୈଜ୍ଞାନିକ

ନୂଆଦିଲ୍ଲୀ, ୧୭ା୫: ପାକିସ୍ତାନର ଗୋଇନ୍ଦା ସଂସ୍ଥାକୁ ଗୋପନୀୟ ତଥ୍ୟ ଯୋଗାଉଥିବା ଅଭିଯୋଗରେ ଗିରଫ ଡିଆର୍‌ଡିଓ ବୈଜ୍ଞାନିକ ଡ. ପ୍ରଦୀପ କୁରୁଲକରଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ମଙ୍ଗଳବାର ମହାରାଷ୍ଟ୍ର ପୁଣେର ଏକ ସ୍ବତନ୍ତ୍ର ଅଦାଲତ ବୈଜ୍ଞାନିକ କୁରୁଲକରଙ୍କୁ ମେ’ ୨୯ ପର୍ଯ୍ୟନ୍ତ ଜେଲ ପଠାଇଛନ୍ତି। ଡିଆର୍‌ଡିଓ ଲାବ୍‌ର ନିର୍ଦ୍ଦେଶକ ଥିବା କୁରୁଲକରଙ୍କୁ ଗତ ୩ ତାରିଖରେ ମହାରାଷ୍ଟ୍ର ପୋଲିସର ଏଟିଏସ୍‌ ଟିମ୍‌ ଗିରଫ କରିଥିଲା। ଶୁଣାଣି ବେଳେ ବୈଜ୍ଞାନିକଙ୍କର ଉଚ୍ଚ ରକ୍ତ ଶର୍କରା ଥିବା ଦର୍ଶାଇ କେତେକ ଔଷଧ ଓ ଘରରନ୍ଧା ଖାଦ୍ୟ ପାଇଁ ଅନୁରୋଧ କରିଥିଲେ। ଔଷଧ ପାଇଁ କୋର୍ଟ ଅନୁମତି ଦେଇଥିଲେ ହେଁ ଘରରନ୍ଧା ଖାଦ୍ୟ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରିଦେଇଛନ୍ତି। କୁରୁଲକର ହ୍ବାଟ୍ସଆପ୍‌ ଏବଂ ଭିଡିଓ କଲ୍‌ ଜରିଆରେ ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ସହ ଯୋଗାଯୋଗରେ ଥିଲେ। ସେ ହନିଟ୍ରାପ୍‌ରେ ଫସିଥାଇପାରନ୍ତି ବୋଲି ଗତ ସପ୍ତାହରେ ଏଟିଏସ୍‌ର ଜଣେ ଅଧିକାରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ…

କାୟା ମେଲାଇଲାଣି କାରୋନାର ନୂଆ ଭାରିଆଣ୍ଟ, ୨୩ଟି ଦେଶରେ ବ୍ୟାପିଲା, ଜାଣନ୍ତୁ ଏହା କେତେ ବିପଦ

ନୂଆଦିଲ୍ଲୀ,୩୦।୩: ଯେତେବେଳେ ବି କରୋନା ଭାଇରସ ବିଲୁପ୍ତ ହେବାର ଦ୍ୱାରଦେଶରେ ଥାଏ, ସେତେବେଳେ ଏକ ନୂତନ ପ୍ରକାର ବ୍ୟାପିଥାଏ ଏବଂ ଲୋକଙ୍କୁ ଦ୍ରୁତ ଗତିରେ ସଂକ୍ରମିତ କରିଥାଏ।…

ଟୋକନ ଅବଧି ନେଇ ମୁହଁ ଖୋଲିଲେ ଶାରଦା: କହିଲେ ଦୁଇ ଦିନରେ…

ଭୁବନେଶ୍ୱର,୩୦।୩: ଟୋକନ ଅବଧି ନେଇ ମୁହଁ ଖୋଲିଲେ ବିଜେଡି ବିଧାୟକ ଶାରଦା ଜେନା। ସେ କହିଛନ୍ତି, ୭ ଦିନ ବୃଦ୍ଧି କରିବାକୁ ଦାବି କରିଥିଲୁ। ଧନ୍ୟବାଦ ସେ…

ଆତ୍ମସମର୍ପଣ କଲେ ଝାଡ଼ଖଣ୍ଡର ଗ୍ରୁପ ବି ମହିଳା ମାଓବାଦୀ

ରାଉରକେଲା,୩୦।୩(ସଂଗୀତା ଜେନା): ସୀମାନ୍ତ ଅଞ୍ଚଳକୁ ମାଓବାଦୀ ମୁକ୍ତ କରିବାରେ ରାଉରକେଲା ପୋଲିସର ଜାରି ରହିଥିବା ଉଦ୍ୟମକୁ ପୁଣି ଏକ ସଫଳତା ମିଳିଛି। ସରଣ୍ଡା ଜଙ୍ଗଲରେ ସକ୍ରିୟ ଥିବା…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ପାକିସ୍ତାନ ମାଧ୍ୟମରେ ଇରାନକୁ ଏମିତି ପ୍ରସ୍ତାବ ଦେଲେ ଟ୍ରମ୍ପ, ରାଗିଗଲା ତେହେରାନ, ଦେଲା ଏମିତି ଜବାବ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟ ବିବାଦ ମଧ୍ୟରେ ଇରାନ ଆମେରିକାର ୧୫-ସୂତ୍ରୀ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି। ଇରାନର ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି , ତେହେରାନକୁ ଦିଆଯାଇଥିବା…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri