Posted inଖେଳ

ଆଇପିଏଲ ଟାଇଟଲ ସ୍ପନ୍ସର ହେଲା ଡ୍ରିମ-୧୧, ଏତିକି ଟଙ୍କାରେ କିଣିଲା ଅଧିକାର

ନୂଆଦିଲ୍ଲୀ,୧୮।୮:ଆଇପିଏଲ ୨୦୨୦ ପାଇଁ ଚାଇନା କମ୍ପାନୀ ଭିଭୋ ସ୍ଥାନରେ ନୂତନ ଟାଇଟଲ ପ୍ରଯୋଜକ ଘୋଷଣା କରାଯାଇଛି। ଭିଭୋ ସିଜନ ୧୩ରୁ ବିଦା ହେବା ପରେ ଡ୍ରିମ ୧୧କୁ ଚଳିତ ବର୍ଷ ଆଇପିଏଲ ଟାଇଟଲ ପ୍ରାୟୋଜକ ଦାୟିତ୍ୱ ମିଳିଛି। ଡ୍ରିମ ୧୧ ଆଇପିଏଲ ୨୦୨୦ ପାଇଁ ପ୍ରାୟ ୨୫୦ କୋଟିରେ ପ୍ରାୟୋଜକ ଅଧିକାର କିଣିଛି ବୋଲି ଜଣାପଡିଛି। ଏହା ଭିଭୋର ବାର୍ଷିକ ୪୪୦ କୋଟିରୁ ୧୯୦ କୋଟି ଟଙ୍କା କମ ଅଟେ। ଟାଟା ଗ୍ରୁପ ଟାଇଟଲ ପ୍ରାୟୋଜକ ଅଧିକାର ଦୌଡ଼ରେ ମଧ୍ୟ ସାମିଲ ଥିଲା। ସୂଚନାଯୋଗ୍ୟ,ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ ଚଳିତବର୍ଷ ସେପ୍ଟେମ୍ବର ୧୯ରୁ ନଭେମ୍ବର ୧୦ ପର୍ଯ୍ୟନ୍ତ ଆଇପିଏଲ ଅନୁଷ୍ଠିତ ହେବ। ପୂର୍ବରୁ ଭାରତ ଏବଂ ଚାଇନା ମଧ୍ୟରେ ବଢୁଥିବା ବିବାଦ ଯୋଗୁ ବିସିସିଆଇ ଭିଭୋକୁ ବାଦ୍‌ ଦେଇଥିଲା। ଭିଭୋ ୨୦୧୮ରୁ ୨୦୨୨ ପର୍ଯ୍ୟନ୍ତ ପାଞ୍ଚ ବର୍ଷ ପାଇଁ ୨୧୯୦ କୋଟି ଟଙ୍କା (ପ୍ରତିବର୍ଷ ୪୪୦ କୋଟି ଟଙ୍କା)ରେ ଆଇପିଏଲ ଟାଇଟଲ ପ୍ରାୟୋଜକ ଅଧିକାର ହାସଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

ପ୍ରିୟଙ୍କା ଗାନ୍ଧୀ ହେବେ ପ୍ରଧାନମନ୍ତ୍ରୀ? ଚମକାଇବା ଭଳି ଉତ୍ତର ଦେଲେ ରବର୍ଟ ଭଦ୍ରା, ରାହୁଲଙ୍କୁ ଟାର୍ଗେଟ କରୁଛି ଭାଜପା

ନୂଆଦିଲ୍ଲୀ,୨୪।୧୨: କଂଗ୍ରେସ ଏମପି ଇମ୍ରାନ ମାସୁଦ ପ୍ରିୟଙ୍କା ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବାକୁ ଦାବି କରିଥିଲେ। ରବର୍ଟ ଭଦ୍ରା ମଧ୍ୟ ତାଙ୍କ ବକ୍ତବ୍ୟକୁ ସମର୍ଥନ କରିଥିଲେ।...

ଜିଦରେ ଅଟଳ ରହିପାରିଲାନି ବାଂଲାଦେଶ, ଏବେ ଭାରତକୁ କହିଲାଣି…

ଢାକା,୨୪।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆର୍ଥିକ ପରାମର୍ଶଦାତା ସାଲେହୁଦ୍ଦିନ ଅହମ୍ମଦ ମଙ୍ଗଳବାର (ଡିସେମ୍ବର ୨୩, ୨୦୨୫) କହିଛନ୍ତି ଯେ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନୂଆଦିଲ୍ଲୀ...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବାଂଲାଦେଶ ହିଂସା: ହିନ୍ଦୁଙ୍କ ଘର ଜାଳିଦେଲେ କଟ୍ଟରପନ୍ଥୀ, ସାମ୍ନାକୁ ଆସିଲା ଭୟଙ୍କର ଭିଡ଼ିଓ

ଢାକା,୨୪।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ଧାରା ଥମିବାର ନାଁ ନେଉନାହିଁ। ବାଂଲାଦେଶୀ ଲେଖିକା ତସଲିମା ନସରିନ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ଚିଟାଗଙ୍ଗରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri