union budget 2025: ମଧ୍ୟବିତ୍ତଙ୍କ ପାଇଁ ଡ୍ରିମ୍‌ ବଜେଟ: ମୁଖ୍ୟମନ୍ତ୍ରୀ କହିଲେ…

ମୁମ୍ବାଇ,୧।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର ଜବରଦସ୍ତ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟ ମଧ୍ୟବିତ୍ତଙ୍କ ପାଇଁ ଡ୍ରିମ୍‌ ବଜେଟ କୁହାଯାଇପାରିବ। ସେଥିପାଇଁ ଅର୍ଥମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଉଛି ବୋଲି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ପ୍ରକାଶ କରିଛନ୍ତି।

ଅର୍ଥମନ୍ତ୍ରୀ ସୀତାରାମନ ବଜେଟ ଉପସ୍ଥାପନ କରି ମଧ୍ୟବିତ୍ତଙ୍କ ପାଇଁ ଅନେକ ବଡ଼ ଘୋଷଣା କରିଛନ୍ତି। ତେବେ ଆୟକର ସ୍ଲାବକୁ ନେଇ ବଡ଼ ଘୋଷଣା କରିଛନ୍ତି। ଏଣିକି ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଉପରେ କୌଣସି ଟିକସ୍‌ ଦେବାକୁ ପଡିବ ନାହିଁ। ବଜେଟରେ ଚାଷୀମାନଙ୍କୁ ଅନେକ ଉପହାର ଦିଆଯାଇଛି। କେସିସି (କିଷାନ କ୍ରେଡିଟ କାର୍ଡ)ର ସୀମା ଏବେ ୫ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି।

ଏପରିକି ବିହାର ପାଇଁ ଅନେକ ବଡ଼ ଘୋଷଣା କରାଯାଇଛି। ଏଠାରେ ମାଖାନା ବୋର୍ଡ ଗଠନ ଘୋଷଣା କରାଯାଇଛି। ସେହିପରି କ୍ୟାନସର ରୋଗ ଭଳି ଗମ୍ଭୀର ରୋଗର ୩୬ଟି ଔଷଧକୁ କଷ୍ଟମ ଶୁଳ୍କରୁ ମୁକ୍ତ କରାଯାଇଛି।

ବଜେଟରେ କାହାକୁ କ’ଣ ମିଳିଛି, ଆସନ୍ତୁ ଜାଣିବା…

– ପ୍ରଧାନମନ୍ତ୍ରୀ ଧନଧାନ୍ୟ କୃଷି ଯୋଜନା: ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି ଯେ, ସରକାର ରାଜ୍ୟଗୁଡ଼ିକରେ ପ୍ରଧାନମନ୍ତ୍ରୀ ଧନଧାନ୍ୟ କୃଷି ଯୋଜନା ଆରମ୍ଭ କରିବେ। ଏହି ଯୋଜନାରେ ୧୦୦ଟି ଜିଲାକୁ ଅନ୍ତର୍ଭୁକ୍ତ କରାଯିବ। ଏଥିରେ ୧.୭ କୋଟି ଚାଷୀଙ୍କୁ ସାହାଯ୍ୟ କରିବାର ସମ୍ଭାବନା ଅଛି।

– ପ୍ରତିରକ୍ଷା: ବଜେଟରେ ପ୍ରତିରକ୍ଷା ପାଇଁ ୬.୮୧ ଲକ୍ଷ କୋଟି ବ୍ୟୟ ବରାଦ ହୋଇଛି। ପ୍ରତିରକ୍ଷା କ୍ଷେତ୍ରରେ ମେକ୍‌ ଇନ ଇଣ୍ଡିଆ ଓ ଆତ୍ମନିର୍ଭରତାକୁ ଗୁରୁତ୍ୱ ଦିଆଯାଇଛି। ୨୦୨୯ ସୁଦ୍ଧା ୩ ଲକ୍ଷ କୋଟିର ପ୍ରତିରକ୍ଷା ସାମଗ୍ରୀ ଉତ୍ପାଦନ ପାଇଁ ଲକ୍ଷ୍ୟ ରଖାଯାଇଛି।

– ଆସାମରେ ୟୁରିଆ ପ୍ଲାଣ୍ଟ: ଆସାମର ନାମରୂପରେ ବାର୍ଷିକ ୧୨.୭ ଲକ୍ଷ ମେଟ୍ରିକ ଟନ କ୍ଷମତା ବିଶିଷ୍ଟ ଏକ ପ୍ଲାଣ୍ଟ ସ୍ଥାପନ କରାଯିବ। ପୂର୍ବ ଅଞ୍ଚଳରେ ବନ୍ଦ ଥିବା ତିନୋଟି ୟୁରିଆ ପ୍ଲାଣ୍ଟ ପୁନଃଖୋଲି ଦିଆଯାଇଛି। ଏହା ୟୁରିଆ ଉତ୍ପାଦନରେ ଆତ୍ମନିଭରଶୀଳତା ଦିଗରେ ଏକ ପଦକ୍ଷେପ।

– ଉଦ୍ୟୋଗ: ଷ୍ଟାର୍ଟଅପ୍‌ ଗୁଡ଼ିକୁ ପାଣ୍ଠି ଯୋଗାଇବା ପାଇଁ ନୂତନ ପାଣ୍ଠି ବ୍ୟବସ୍ଥା କରାଯିବ। ବର୍ତ୍ତମାନର ୧୦,୦୦୦ କୋଟି ଟଙ୍କାର ସରକାରୀ ଅବଦାନ ଦିଆଯିବ।

– ଚପଲ ଏବଂ ଚମଡ଼ା କ୍ଷେତ୍ର: ଏହି କ୍ଷେତ୍ର ପାଇଁ ଉତ୍ପାଦ ଯୋଜନା ଆରମ୍ଭ କରାଯିବ। ଯାହା ଦ୍ୱାରା ଚପଲ ଏବଂ ଚମଡା କ୍ଷେତ୍ରରେ ଉତ୍ପାଦକତା, ଗୁଣବତ୍ତା ଏବଂ ପ୍ରତିଯୋଗିତାକୁ ପ୍ରୋତ୍ସାହିତ କରାଯାଇପାରିବ।

– ବିହାର ପାଇଁ: ବିହାରରେ ଜାତୀୟ ଖାଦ୍ୟ ପ୍ରଯୁକ୍ତିବିଦ୍ୟା, ଉଦ୍ୟୋଗୀତା ଏବଂ ପରିଚାଳନା ପ୍ରତିଷ୍ଠାନ ଖୋଲିବ। ଏହା କୃଷକମାନଙ୍କ ଉତ୍ପାଦର ଗୁଣବତ୍ତା ବୃଦ୍ଧି କରି ସେମାନଙ୍କ ଆୟ ବୃଦ୍ଧି କରିବ। ଏହା ଯୁବକମାନଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅଟଳ CJP, ଆସାମରୁ ଏଭଳି ଚେତାବନୀ ଦେଲେ ଆଶୁତୋଷ ରାଙ୍କା

ଗୁଆହାଟୀ,୨୯।୯: ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ନାମରେ ଭୋଟର ତାଲିକାରୁ ୧୩ କୋଟି ଲୋକଙ୍କ ନାମକୁ ବାଦ୍‌ ଦିଆଯାଇଥିବା ଅଭିଯୋଗକୁ ନେଇ ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା…

କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍‌? ସାମ୍ନାକୁ ଆସିଲା ବଡ଼ ଅପଡେଟ୍‌,

ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍‌କୁ ନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ…

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

ନାଥଙ୍କ ଆଫିଡାଭିଟ ଆଣିଲା ନୂଆମୋଡ଼: ଡିଜିପି ଚୟନ ପ୍ରସଙ୍ଗକୁ ନେଇ…

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରସଙ୍ଗକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ବିଷୟକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି।…

କେନ୍ଦ୍ର-ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ଷ୍ଠ ଶ୍ରେଣୀ ପିଲାଙ୍କୁ ୩ ଭାଷା ନୀତିରୁ…

ନୂଆଦିଲ୍ଲୀ,୨୯।୯(ପି.ଟି.): କେନ୍ଦ୍ର ସରକାରଙ୍କ ୩ ଭାଷା ନୀତିରୁ ୭ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ବାଦ୍‌ ଦିଆଯାଇଥିବାବେଳେ ବର୍ତ୍ତମାନର ୬ଷ୍ଠ ଶ୍ରେଣୀ ପିଲାଙ୍କୁ ମଧ୍ୟ ଉକ୍ତ ନୀତିରୁ ବାଦ୍‌ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?