୭୩ରେ ପାଦ ରଖିଲେ ଡ୍ରିମ ଗର୍ଲ

ମୁମ୍ବାଇ: ଲକ୍ଷେ ଦିଲ କି ଧଡକନ ବଲିଉଡ୍ ଡ୍ରିମ ଗର୍ଲ ହେମା ମାଳିନୀ ୭୩ ବର୍ଷରେ ପଦାର୍ପଣ କରିଛନ୍ତି । ୧୬ ଅକ୍ଟୋବର ୧୯୪୮ରେ ତାମିଲନାଡୁର ଅମ୍ମକୁଦିରେ ତାଙ୍କର ଜନ୍ମ । ସାଉଥ୍‌ରେ ଜନ୍ମହୋଇ ବି ସେ ୮୦ ଦଶକରେ ବଲିଉଡରେ ରାଜ୍ କରିଥିଲେ । ଅଭିନୟ ସାଙ୍ଗକୁ ସୁନ୍ଦରତାରେ ସେ ଦର୍ଶକଙ୍କ ମନ ମୋହୁଥିଲେ । ଆଜିବି ୭୩ ବର୍ଷରେ ହେମା ୟଙ୍ଗଷ୍ଟରଙ୍କୁ ପଛରେ ପକାଇ ଦିଅନ୍ତି । ସେ ତାଙ୍କ ଅଭିନୟକୁ ନେଇ ଯେତିକି ଚର୍ଚ୍ଚିତ ତା’ଠାରୁ ଅଧିକ ଚର୍ଚ୍ଚିତ ତାଙ୍କ ପର୍ସନାଲ ଲାଇଫକୁ ନେଇ । ବଲିଉଡରେ ନିଜର ଅଭିନୟର ପାରଦର୍ଶିତା ଦେଖାଇ ସେ ପାଲଟି ଯାଇଥିଲେ ଲକ୍ଷେ ଦିଲ କି ଧଡକନ । ସେ ସମୟର ହିଟ୍ ନାୟକ ଜିତେନ୍ଦ୍ର ହେମାଙ୍କୁ ବିବାହ କରିବାକୁ ପ୍ରସ୍ତାବ ଦେଇଥିଲେ ବି ସେ ଏହାକୁ ଗ୍ରହଣ କରି ନ ଥିଲେ । ୧୯୬୫ରେ ହେମାଙ୍କର ‘ଆସମାନ ମହଲ’ ପ୍ରିମିୟରରେ ପ୍ରଥମଥର ପାଇଁ ବଲିଉଡ୍ ହି ମ୍ୟାନ ଧର୍ମେନ୍ଦ୍ରଙ୍କ ସହ ଦେଖା ହୋଇଥିଲା । ଆଉ ପ୍ରଥମ ଦେଖାରୁ ହିଁ ହେମା ବୋଧହୁଏ ଧର୍ମେନ୍ଦ୍ରଙ୍କୁ ମନ ଦେଇ ବସିଥିଲେ । କିନ୍ତୁ ସେତେବେଳକୁ ଧର୍ମେନ୍ଦ୍ର ବିବାହିତ ଓ ସନ୍ତାନର ଜନକ ହୋଇ ସାରିଥିଲେ । କିନ୍ତୁ ହେମାଙ୍କ ମନ ମାନି ନ ଥିଲା । ଶେଷରେ ସେ ଧମେନ୍ଦ୍ରଙ୍କୁ ହିଁ ବିବାହ କରିଥିଲେ । ବଲିଉଡର ଜଣେ ସଫଳ ଅଭିନେତ୍ରୀ ସେ ସମୟରେ ଜଣେ ବିବାହିତ ପୁରୁଷଙ୍କୁ ବିବାହ କରିବା ଯେତିକି ଚର୍ଚ୍ଚା ସାଉଁଟିଥିଲା ତା’ଠାରୁ ଅଧିକ ଚର୍ଚ୍ଚା ଥିଲା ହିମ୍ୟାନଙ୍କ ଧର୍ମପତ୍ନୀ ହେବା ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri