Posted inଫୁରସତ

‘ଲଭ୍‌ ଇନ୍‌ ଲଣ୍ଡନ୍‌’ରେ ସ୍ବପ୍ନା

ଢେଙ୍କାନାଳ ଅଫିସ: ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ମଡେଲିଂ କରି ଚର୍ଚ୍ଚିତ ଚେହେରା ପାଲଟିଥିବା ଢେଙ୍କାନାଳର ଝିଅ ସ୍ବପ୍ନା ପ୍ରିୟଦର୍ଶିନୀଙ୍କୁ ପୁଣିଥରେ ରୁପେଲି ପରଦାରେ ଦେଖିବାକୁ ମିଳିବ। ଅପ୍‌କମିଂ ଓଡ଼ିଆ ସିନେମା ‘ଲଭ୍‌ ଇନ୍‌ ଲଣ୍ଡନ’ରେ ସେ ଅଭିନେତା ଅନୁଭବ ମହାନ୍ତିଙ୍କ ସହ ସ୍କ୍ରିନ୍‌ ଶେୟାର କରିଛନ୍ତି। ଲଣ୍ଡନରେ ଏହି ସିନେମାର ଶୁଟିଂ ଚାଲିଛି। ଏହା ନଭେମ୍ବର ୩୦ରେ ଶେଷ ହେବ ବୋଲି ଜଣାପଡ଼ିଛି। ଆସନ୍ତା ଜାନୁୟାରୀରେ ଏହି ଚଳଚ୍ଚିତ୍ର ରିଲିଜ ହେବା ସମ୍ଭାବନା ରହିଛି। ଏହି ଫିଲ୍ମର ଏକ ଭିଡିଓ କ୍ଲିପ୍‌ ସୋସିଆଲ ମିଡିଆରେ ଭାଇରାଲ୍‌ ହେବା ପରେ ପୁନର୍ବାର ଚର୍ଚ୍ଚାକୁ ଆସିଛନ୍ତି ସ୍ବପ୍ନା।
ବିଗ୍‌ ବଜେଟର ଓଡ଼ିଆ ଫିଲ୍ମ ‘ଲଭ୍‌ ଇନ୍‌ ଲଣ୍ଡନ’ ସ୍ବପ୍ନାଙ୍କ ଅଭିନୀତ ଦ୍ୱିତୀୟ ସିନେମା। ଏଥିପୂର୍ବରୁ ସେ ‘ଟୁ ଚକୋଲେଟ୍‌’ରେ ଲିଡ୍‌ ରୋଲ୍‌ରେ ଅଭିନୟ କରି ଓଲିଉଡ୍‌ରେ ପାଦ ଥାପିଥିଲେ। ଏହାକୁ ବାଦ୍‌ଦେଲେ ମଡେଲିଂ ମଧ୍ୟ ତାଙ୍କର ନିଶା। ୨୦୨୧ରେ ଏମ୍‌ଟିଭିରେ ପ୍ରସାରିତ ସୁପର ମଡେଲ ପ୍ରତିଯୋଗିତାରେ ସେ ଥାର୍ଡ ରନର୍ସ ଅପ୍‌ ହୋଇଥିଲେ। ସେହିପରି ମ୍ୟାନ୍‌ମାରଠାରେ ଅନୁଷ୍ଠିତ ‘ମିସ୍‌ ଟୁରିଜମ୍‌ ୟୁନିଭର୍ସ’ ପ୍ରତିଯୋଗିତାରେ ମଧ୍ୟ ତୃତୀୟ ସ୍ଥାନ ହାସଲ କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସୂଚନାଯୋଗ୍ୟ, ଢେଙ୍କାନାଳ କୁଞ୍ଜକାନ୍ତ ଅଞ୍ଚଳରେ ସ୍ବପ୍ନାଙ୍କ ପୈତୃକ ଘର। ତାଙ୍କ ବାପା ବିଶ୍ୱଜିତ୍‌ ରାଉତରାୟ ମୁମ୍ବାଇ ଗୋରେଗାଓଁସ୍ଥିତ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ସହାୟକ ମହାପ୍ରବନ୍ଧକ ଭାବେ କାର୍ଯ୍ୟରତ। ମା’ ମଧୁମିତା ରାଉତରାୟଙ୍କ ପ୍ରେରଣାରେ ସେ ଗୋଟିଏ ପରେ ଗୋଟିଏ ସଫଳତାର ଶିଡ଼ି ଚଢ଼ି ଚାଲିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri