ଘାରିଲା ରାତାରାତି ବଡ଼ଲୋକ ହେବାର ସ୍ବପ୍ନ : ବନ୍ଧାହେଲେ ୪ ଜଣ

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ): ଗୋଟିଏ ପଟେ ବେକାରି ସମସ୍ୟା ବଢୁଛି। ଅନ୍ୟ ପଟେ ଅପରାଧ ମଧ୍ୟ ବଢୁଛି। ଏହିଭଳି ପରିସ୍ଥିତିରେ କିଛି ଲୋକ ବେନିୟମ ଭାବେ କମ ପରିଶ୍ରମ କରି ରାତାରାତି ବଡ଼ଲୋକ ହେବାର ସ୍ବପ୍ନ ଦେଖୁଛନ୍ତି, ପରେ ତାଙ୍କୁ ଅଧିକ ଲାଭ ଲୋଭ ଘାରୁଛି। ଏହିଭଳି ବେନିୟମ କାର୍ଯ୍ୟ ମଧ୍ୟରେ ଚୋରା ଗଞ୍ଜେଇ, ମଦ କାରବାର, ଖଣି ଖାଦାନ ଲୁଟିବା ଅନ୍ୟତମ। ଭଞ୍ଜନଗର ଅଞ୍ଚଳରେ ଲଘୁ ଖଣିଜ ଦ୍ରବ୍ୟ, ମଦ, ଗଞ୍ଜେଇ ଚୋରା କାରବାର ବଢ଼ୁଛି। ରାଜସ୍ବ, ପୋଲିସ ଏବଂ ଅବକାରୀ ବିଭାଗ ବିଭିନ୍ନ ସମୟରେ ଅଭିଯୁକ୍ତମାନଙ୍କୁ ଗିରଫ କରୁଛି। ତଥାପି ଏହିଭଳି ବେନିୟମ ଚୋରା କାରବାର ଥମିବାକୁ ନାହିଁ।

ଶୁକ୍ରବାର ମଧ୍ୟାହ୍ନରେ ଭଞ୍ଜନଗର ଥାନା ଏସ୍‌ଆଇ ଲକ୍ଷ୍ମୀଧର ମହାନ୍ତି ଏବଂ ଷ୍ଟାଫ ଭଞ୍ଜନଗର ଦୁର୍ଗାପ୍ରସାଦ ଜାତୀୟ ରାଜପଥରେ ପାଟ୍ରୋଲିଂ କରୁଥିଲେ। ଏହି ସମୟରେ ନିଧିଆପଲ୍ଲୀ ବସ ଷ୍ଟପ୍‌ ଠାରେ ଦୁଇଟି ବ୍ୟାଗ ସନ୍ଦେହ ଜନକ ଅବସ୍ଥାରେ ଥିବା ବେଳେ ସେଠାରେ ୩ ଜଣ ଠିଆ ହୋଇଥିଲେ । ପୋଲିସ ଦେଖି ପ୍ରଥମେ ଗଞ୍ଜେଇକୁ ଜବତ କରିଥିଲା। ପରେ ତଦନ୍ତ କରି ପୋଲିସ ଜଣେ ବସ ହେଲପର ସମେତ ପଶ୍ଚିମବଙ୍ଗର ଆଉ ୩ ଜଣକୁ ଗିରଫ କରିଥିଲା। ସେମାନେ ହେଲେ ପଶ୍ଚିମବଙ୍ଗର ରାଜୁ ଶଙ୍କର, ଉତ୍ତମ କୁମାର ସିଂ, ସମୀର କୁମାର ଦୁବେ ଓ ହେଲପର ଜଗନ୍ନାଥପ୍ରସାଦ ଅଞ୍ଚଳର ଧର୍ମେନ୍ଦ୍ର ପଟ୍ଟନାୟକ । ଗିରଫ ଅଭିଯୁକ୍ତ ମାନଙ୍କୁ ଶୁକ୍ରବାର ସାରେ କୋର୍ଟଚାଲାଣ କରାଯାଇଛି। ମାଜିଷ୍ଟ୍ରେଟ ଦାୟିତ୍ୱରେ ଭଞ୍ଜନଗର ତହସିଲଦାର ଅବିନାଶ ମହାର ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri